Posted inRasifala

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରକେନ୍ଦ୍ରସ୍ଥ ଶନି ହେତୁ କର୍ମକ୍ଷେତ୍ରରୁ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ଓ ସହଯୋଗର ଅବାରିତ ଧାରା ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି।
ବୃଷ
ବୃଷ
କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ଜଞ୍ଜାଳବୃଦ୍ଧି କାରଣରୁ କର୍ମକ୍ଷେତ୍ର ମନ୍ଦ ନ ହେଲେ ମଧ୍ୟ ଶାନ୍ତିପ୍ରଦ ହୋଇ ନ ପାରେ। ପରିସ୍ଥିତିକୁ ସ୍ବାଭାବିକ କରିବା ମାନସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ଯୋଗାଯୋଗ ଓ ଚୁକ୍ତିପତ୍ର ସମ୍ପାଦନ କ୍ଷେତ୍ରରେ ସୁଫଳ ପାଇବେ।
ମିଥୁନ
ମିଥୁନ
ଦିନଟିରେ ହସଖୁସୀ ଓ ମଜାମଉଜର ପରିବେଶ ମଧ୍ୟରେ ନିଜର ସ୍ଥିତିକୁ ମଧ୍ୟ ପାସୋରି ଦେଇ ପାରନ୍ତି। ଶୁଭେଚ୍ଛୁମାନଙ୍କ ଦ୍ୱାରା ପ୍ରଶଂସା ପାଇବା ସମୟରେ ନିନ୍ଦୁକ ଗୋଷ୍ଠୀ କୁତ୍ସାରଟନା କରିପାରନ୍ତି। ବ୍ୟବସାୟ, ପ୍ଲଟିଂ କାରବାର କ୍ଷେତ୍ରରେ ସଫଳତା ପାଇବେ ନାହିଁ, ବରଂ ଅଶାନ୍ତିର ବାତାବରଣକୁ ଡାକି ଆଣିବେ।
କର୍କଟ
କର୍କଟ
ଏକାଧିକଗ୍ରହ ସପ୍ତମକେନ୍ଦ୍ରସ୍ଥ ହୋଇ,କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସମସ୍ୟା ବହୁଳ କରିପାରନ୍ତି। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ, କିନ୍ତୁ ସହଯୋଗ ପାଇବେନି। ଅର୍ଥାଭାବ ନ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଟଙ୍କା, ପଇସା ଅଭାବ ପରିଲକ୍ଷିତ ହେବ।
ସି˚ହ
ସି˚ହ
ପ୍ରତ୍ୟେକ ପରିସ୍ଥିତିର ସଫଳ ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କଥାରେ ବିଶ୍ୱାସ କରି ନିର୍ଦ୍ଦିଷ୍ଟ ସମୟରେ ନିରାଶ ହେବାକୁ ପଡିବ। ସଭାସମିତିରେ ପ୍ରିୟଜନମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଜମିଜମା, କଚେରି ମାମଲା, ପରିବହନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ଉପକୃତ ହୋଇପାରନ୍ତି।
କନ୍ୟା
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ। ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡ଼ି କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ସମସ୍ୟାର ସମାଧାନ ହୋଇଯିବ।
ତୁଳା
ତୁଳା
ପାରିବାରିିକ ପ୍ରତିରୋଧ କିମ୍ବା ବୃଦ୍ଧ ପିତାଙ୍କ ସ୍ବାସ୍ଥ୍ୟହାନି ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ଅଫିସ୍‌ରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ସହଜାତ ପ୍ରବୃତ୍ତିଜନିତ ପ୍ରିୟବାଦିତା ଓ ଉଦାରତା ଗୁଣରୁ ସମସ୍ତଙ୍କର ପ୍ରିୟଭାଜନ ହେବେ।
ବିଛା
ବିଛା
ଯେତେ ପ୍ରକାରର ଉପାୟ ଅବଲମ୍ବନ କଲେ ମଧ୍ୟ ସମୟଚକ୍ର ଦୁଃଖସୀମାକୁ ଆଜି ଅତିକ୍ରମ କରିପାରିବ ନାହିଁ। ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ସ୍ଥଗିତ କାମର ପୁନରୁଦ୍ଧାର କରିପାରନ୍ତି। ଦୀର୍ଘଦିନରୁ କ୍ଷୁଣ୍ଣ ହୋଇଥିବା ସମ୍ପର୍କ ପୁନଶ୍ଚ ଫେରିପାଇବେ। ବନ୍ଧୁଙ୍କର ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ।
ଧନୁ
ଧନୁ
ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଅଭାବ ନ ଥିଲେ ମଧ୍ୟ ମାନସିକ ସୁସ୍ଥତା ଅଭାବରୁ କୌଣସି ସୁଖଦ ପରିସ୍ଥିତି ମଧ୍ୟ ଉପଭୋଗ୍ୟ ହେବନାହିଁ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ସମର୍ଥ ହେବେ। ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି, କିନ୍ତୁ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ମଧ୍ୟରେ ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା, ଅଧ୍ୟୟନ, ଅଧ୍ୟାପନା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

କର୍ମକ୍ଷେତ୍ରରେ ସାମାନ୍ୟ ସୁଧାର ଆସିଲେ ମଧ୍ୟ ପାରିବାରିକ ସ୍ଥିତି ପୂର୍ବପରି ରହିବ। ଅଭାବ ନ ଥିଲେ ମଧ୍ୟ କ୍ରମଶଃ ଆବଶ୍ୟକତା ବୃଦ୍ଧି ପାଉଥିବା ଅନୁଭବ କରିବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କର୍ମକ୍ଷେତ୍ରରେ ପକ୍ଷପାତିତାର ବିରୋଧ କରି କଳହ ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri