Posted inRasifala

ରାଶିଫଳ: ଗୁରୁବାର, ମେ ୨୩ ତାରିଖ – Daily Horoscope

ମେଷ

ଆଜିର ଚନ୍ଦ୍ରଙ୍କ କେନ୍ଦ୍ରରେ ରାଶିସ୍ଥ ଶୁକ୍ର ପ୍ରଭାବରେ ବନ୍ଧୁମିଳନ ମାଧ୍ୟମରେ ଖୁସିରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ର ତଥା ସାମାଜିକ ସ୍ତରରେ ବହୁଚର୍ଚ୍ଚିତ ହୋଇପାରନ୍ତି। ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ । ଅପରାହ୍ନେ ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବୃଷ
ବୃଷ

ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ, ରାଜନୈତିକ ସ୍ଥିତିରେ ପ୍ରଭାବଶାଳୀ ହୋଇପାରନ୍ତି। ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କେତେକ କ୍ଷେତ୍ରରେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ସମସ୍ୟାକୁ ବୃଦ୍ଧି କରିବ।

ମିଥୁନ
ମିଥୁନ
ରାଶିରେ ରାହୁ ସହ ମଙ୍ଗଳଙ୍କ ଯୁତି ବିବାଦୀୟ ସ୍ଥିତି ଉପତ୍ନ କରିପାରେ। ଆର୍ଥିକସ୍ଥିତି, ଜମିଜମା କାରବାର କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ। ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଅନ୍ୟମାନଙ୍କ ବିରୋଧ କାରଣରୁ ଓଲଟ ପାଲଟ ହୋଇଯାଇପାରେ। ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକରେ ଉପଯୁକ୍ତ ଭାବେ ଫଳ ପାଇପାରନ୍ତି।
କର୍କଟ
କର୍କଟ

ରାଶିର ଷଷ୍ଠସ୍ଥ ଶନି ଯୁକ୍ତ ଚନ୍ଦ୍ର ଯୋଗୁ ସ୍ବାସ୍ଥ୍ୟ ଓ ଚିନ୍ତାଧାରାରେ ବିଭିନ୍ନ ପ୍ରକାରର ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବେ, ଯାହାକି ଅଶାନ୍ତି ସୃଷ୍ଟି କରିବ। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟରୁ ଶତ୍ରୁତାର ଅବସାନ ଘଟିବା ସହ କଚେରି ମାମଲାରେ ଜୟଯୁକ୍ତ ହେବେ।

ସି˚ହ
ସି˚ହ
କେନ୍ଦ୍ରରେ ବଳବାନ୍‌ ରବି ଆପଣଙ୍କୁ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତିରେ ରଖିପାରେ। ଆପଣ ଯାହା ପାଇବେ ତାହା ବହୁତ ପୂର୍ବରୁ ହିଁ ପାଇବାର ଥିଲା କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ମଘା ନକ୍ଷତ୍ର ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କନ୍ୟା
ଚତୁର୍ଥସ୍ଥ ପାପଗ୍ରହ ପ୍ରଭାବରେ ଭୁଲ୍‌ ବୁଝାମଣାଜନିତ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ହୋଇପାରେ। ଆଜିର ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ, ନତୁବା ହଇରାଣ ହେବେ। ସାମାଜିକ ସ୍ତରରେ ପିଲା ମାନଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିପାରନ୍ତି। ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।
ତୁଳା
ତୁଳା
ରାଶ୍ୟାଧିପତି ଶୁକ୍ର ପୂର୍ଣ୍ଣଦୃଷ୍ଟିରେ ରାଶିକୁ ଦେଖୁଥିବାରୁ ସ୍ବାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ସୂଚନା ପାଇପାରନ୍ତି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବାର ସମ୍ଭାବନା ରହିଛି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ସ୍ବସ୍ଥାନହନ୍ତା ବୃହସ୍ପତି ଉଦ୍ୟମକୁ ଭଣ୍ଡୁର କଲେ ମଧ୍ୟ ସମ୍ପର୍କକୁ ଯୋଡ଼ିବାରେ ସାହାଯ୍ୟ କରିବେ। ଆପଣଙ୍କର ପ୍ରତ୍ୟେକ ଅସ୍ବସ୍ତିକର ପରିସ୍ଥିତି ସୁଧୁରି ଯିବ, ଯାହାର ଝଲକ ଆଜି ହିଁ ଆପଣ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇପାରନ୍ତି। ଘରଭଡାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ଧନୁ
ଧନୁ
ପାପଗ୍ରହ ପ୍ରଭାବରୁ ଦୈହିକ ଓ ମାନସିକ ସ୍ଥିତି ବିଶେଷ ଭଲ ରହିବନାହିଁ। ସାଧାରଣ କଥାକୁ ନେଇ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରିବା ଠିକ୍‌ ହୋଇ ନ ପାରେ। କେତେକ ନୂତନ କାମର ପରିକଳ୍ପନା କରିବେ। ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ମକର
ମକର
ଶୁକ୍ର ଓ ରବି ଏବଂ ବୁଧଙ୍କ ପ୍ରଭାବରେ ହସଖୁସି ଭିତରେ ସମୟ କଟାଇଲେ ମଧ୍ୟ ମନଭିତରେ ଅନ୍ତଦର୍‌ବନ୍ଦ୍ୱ ଅହର୍ନିଶି ଲାଗିରହିବ। ଅତି ପ୍ରିୟ ବନ୍ଧୁଟି ସହ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ଯୋଡ଼ିହେବା କଷ୍ଟକର ହୋଇପାରେ। ଶ୍ରବଣାର ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ

ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ତର ସଦାସର୍ବଦା ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ପରିବାରର ବାରଣକୁ ନ ମାନି କୈାଣସି କାମରେ ଆଗଭର ହେବା ଠିକ୍‌ ହେବନି। ଅଫିସ୍‌ରେ ମଧ୍ୟ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଶିଳ୍ପ, ବ୍ୟବସାୟ, ରାଜନୀତି, ସଭାସମିତି, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ।

ମୀନମୀନ
ଶୁଭଗ୍ରହ ପ୍ରଭାବରୁ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ ଯାହାକି ଆଗାମୀ ସମୟ ପାଇଁ ତାହା ବହୁତ ଲାଭଦାୟକ ରହିବ। ପରିବହନ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯତ୍ନ କଲେ ଉପକୃତ ହେବେ। ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri