Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୪ ତାରିଖ – Daily Horoscope

ମେଷ
ଆଜି କର୍ମ ସ୍ଥାନରେ ଚନ୍ଦ୍ର ଚତୁର୍ଥଭାବକୁ ଦେଖୁଥିବାରୁ ଗୃହ, ଭୂମି, ଗାଡ଼ି, ମୋଟର ଦିଗରୁ ଲାଭବାନ୍‌ ହେବେ। କିନ୍ତୁ ବନ୍ଧୁବାନ୍ଧବ, ସହକର୍ମୀ, ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ଅବଶ୍ୟ, ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ।
ବୃଷ
ବୃଷ

ଗ୍ରହ ପ୍ରାଧାନ୍ୟତାରୁ ବନ୍ଧୁମାନଙ୍କ ସାହାଯ୍ୟରେ ଅସ୍ବସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସ୍‌କୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।

ମିଥୁନ
ମିଥୁନ
ଅଷ୍ଟମ ଚନ୍ଦ୍ର ପ୍ରଭାବରୁ ବିଭିନ୍ନ ପ୍ରକାରର ପ୍ରତିବନ୍ଧକକୁ ସାମ୍‌ନା କରିବାକୁ ପଡ଼ିପାରେ। ଅବଶ୍ୟ ଆଜି ସାୟାହ୍ନେ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ।
କର୍କଟ
କର୍କଟ

ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ମଧ୍ୟ ସମ୍ମାନିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।

ସି˚ହ
ସି˚ହ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ। ସନ୍ତାନ ହେତୁକ ଚିନ୍ତା ନାହିଁ। ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ହୋଇ ଯାଇପାରେ। ନିକଟସ୍ଥ ଈର୍ଷାପରାୟଣ ବ୍ୟକ୍ତି ବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
ଭାଗ୍ୟସ୍ଥାନକୁ ପ୍ରଭାବଶାଳୀ ଗ୍ରହମାନେ ପ୍ରଭାବିତ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ କିନ୍ତୁ ଝଗଡ଼ା ପରେ। ଅଫିସ୍‌ କାମରେ ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି।
ତୁଳା
ତୁଳା
ବିଶେଷ କିଛି ଅସୁବିଧା ନ ଥାଇ ଆଜିର ଜୀବନଯାତ୍ରା ସ୍ବାଭାବିକ ରହିବ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିପାରନ୍ତି। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବା ସହ ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ବ୍ୟବସାୟ ଓ ବାଣିଜ୍ୟ, ରାଜନୈତିକ ଓ ସାମାଜିକ ସ୍ଥିତି ପ୍ରାୟତଃ ନିରୁପଦ୍ରବ ରହିବ। ପାଖ, ପଡ଼ୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ସମୟର ବୈଚିତ୍ରତାକୁ ନେଇ ବିଭିନ୍ନ ସମସ୍ୟାରେ ଜଡ଼ିତ ହୋଇଥିବାରୁ ମନ ବିଚଳିତ ରହିବ। ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅବଶ୍ୟ ପୂର୍ବାଷାଢ଼ା ନକ୍ଷତ୍ରର କୁଟୀର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ କ୍ଷେତ୍ର ଭଲ ରହିବ।
ମକର
ମକର
ଅସଜଡ଼ା ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡ଼ି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ସୃଷ୍ଟି ହୋଇପାରେ। ବେଳକାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେଲେ କୃତକାର୍ଯ୍ୟ ହୋଇ ପାରିବେ।
କୁମ୍ଭ
କୁମ୍ଭ
ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଜମିଜମା କାରବାର, ଯାନ୍ତ୍ରିକ ଶିଳ୍ପ ସମସ୍ୟା ମୁକ୍ତ ରହିବାର ସମ୍ଭାବନା ରହିଛି । ଅର୍ଥନୈତିକ, ପାରିବାରିକ ଦିଗ ବହୁତ ଭଲ ରହିବ।
ମୀନମୀନ
କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦି ପାରନ୍ତି। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri