Posted inRasifala

ରାଶିଫଳ: ଗୁରୁବାର, ମେ ୩୦ ତାରିଖ – Daily Horoscope

ମେଷ
ରାହୁ ଯୁକ୍ତ ମଙ୍ଗଳ ହେତୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରି ପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବାର ଆଶା ରହିଛି। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିପାରନ୍ତି।
ବୃଷ
ବୃଷ
ମୁଖଭାବରେ ପାପଗ୍ରହ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପରିବାରରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢି ବଢି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ଭାଗ୍ୟସ୍ଥାନରେ ଚନ୍ଦ୍ର ଯୋଗୁ ଆଜିର ଉଦ୍ୟମ ବ୍ୟର୍ଥ ଯିବନାହିଁ। ତଥାପି ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
କର୍ମସ୍ଥାନରେ ରାଶ୍ୟାଧିପତି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରାଇବେ। କିନ୍ତୁ ମଘା ନକ୍ଷତ୍ରର ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ରାଜନୀତି, ପ୍ରଶାସନ, ଆନୁଷ୍ଠାନିକ କାର୍ଯ୍ୟ ସକାଶେ କୌଣସି ଅସୁବିଧା ହେବନାହିଁ।
କନ୍ୟା
ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜି ଆପଣଙ୍କୁ କୌଣସି ସମସ୍ୟା ବିଚଳିତ କରି ପାରିବ ନାହିଁ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ।
ତୁଳା
ତୁଳା
ମଙ୍ଗଳଙ୍କ ପୂର୍ଣ୍ଣଦୃଷ୍ଟି କାରଣରୁ ପରିବାରରେ ସୁଖ ଶାନ୍ତି ଫେରିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା ସଫଳ ହେବ।ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ ା ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଯାନ୍ତ୍ରିକ କାର୍ଯ୍ୟ,ରଚନାମତ୍କ କାମ,ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ।
ବିଛା
ବିଛା
କୋଣଭାବସ୍ଥ ଚନ୍ଦ୍ର ପ୍ରଭାବରୁ ମାନସିକ ସ୍ଥିତି ବଦଳିବା କାରଣରୁ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାପଗ୍ରହଙ୍କ ପ୍ରଭାବରେ ମାନସିକ ସ୍ତରରେ ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ।ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ଗ୍ରହମାନଙ୍କ ଶୁଭ ସଂସ୍ଥାନରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ଆନୁଷଙ୍ଗିକ ସାହାଯ୍ୟର ମଧ୍ୟ ଅଭାବ ରହିବ ନାହଁ। କିନ୍ତୁ ସାଧାରଣ ଘଟଣାରେ ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କୌଣସି ମୂଲ୍ୟବାନ୍‌ ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲା, ଜମିଜମା ବିବାଦରେ ଉପକୃତ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ର ଓ ପରିବାର ମଧ୍ୟରେ ବିଭିନ୍ନ ପ୍ରକାର ସମସ୍ୟାକୁ ସାମନା କରି ନ ପାରି ବିଚଳିତ ହୋଇପାରନ୍ତି। ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇବେ। ବାଣିଜ୍ୟ,ବ୍ୟବସାୟ ପାଇଁ ଦିନଟି ଭଲ। ଦୋକାନ, ନିର୍ମାଣ, ଯାତ୍ରା,ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?