Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ଚିନ୍ତା ବଢ଼ିଯାଇପାରେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡିବ।
ବୃଷ
ବୃଷ
ଆଜି ଦ୍ୱିଜା ନକ୍ଷତ୍ର ଯେଉଁ କାମରେ ହାତ ଦେବେ, ସେଥିରେ ନିଶ୍ଚିତ ସଫଳତା ପାଇବେ। କୌଣସି ବନ୍ଧୁ କିମ୍ବା ସହକର୍ମୀ ଅଥବା ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହୋଇଯିବ। ତଥାପି ଅଫିସ୍‌ରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ହଠାତ୍‌ ମାନସିକ ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣ ମଧ୍ୟରେ ନ ରଖି ଅନ୍ୟ ଉପରେ ଶୁଝାଇଲେ ତିକ୍ତତା ସୃଷ୍ଟି ହୋଇପାରେ। ନୂତନ କର୍ମାରମ୍ଭ କରିବେ। ପୁନର୍ବସୁ ନକ୍ଷତ୍ର ପ୍ରଶାସନ, ପ୍ରକାଶନ, ରାଜନୀତି,ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ମନ କଥା ମନରେ ରଖି ସବୁ କଥାକୁ ଚିନ୍ତା କରି କାମ କରିବା ଭଲ ହେବ। ନିଜ ଭାଇ,ବନ୍ଧୁ ଓ କୁଟୁମ୍ବଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ମଘା ନକ୍ଷତ୍ର ବିଭିନ୍ନ ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ ା କୌଣସି ନୂତନ କାମ ହାତକୁ ନେଇପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡିକର ସରଳ ସମାଧାନ କରିପାରିବେ। ପରିବାରବର୍ଗଙ୍କ ସହାୟତା ପାଇ କାମ ହାସଲ କରିପାରନ୍ତି ା
କନ୍ୟା
ଚିତ୍ରା ନକ୍ଷତ୍ରର ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଯୋଜନା ବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ର ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ। ନିରାଶ ମନରେ ଫେରି ଯାଉଥିବା ବନ୍ଧୁଟି ପୁଣି ବାଟରୁ ଲେଉଟି ଆସିବା ଫଳରେ ଆପଣଙ୍କ ମାନସିକ ସ୍ଥିତି ବଦଳି ଯାଇପାରେ। ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ଅଫିସ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଲୋଭରର ପ୍ରତୀକ ଶନିଙ୍କ କୁପ୍ରଭାବରୁ ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ ଓ ସଫଳ ମଧ୍ୟ ହେବେ। ଅନୁରାଧା ନକ୍ଷତ୍ରର ନିଜ ପରିବାରର ସଦସ୍ୟ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ମୂଳା ନକ୍ଷତ୍ର ସକାଶେ କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଅଫିସରେ ସହକର୍ମୀମାନଙ୍କ ସହଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ।
ମକର
ମକର
ରାହୁ ଷଷ୍ଠ ଭାବରେ ରହିଥିବାରୁ ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣଙ୍କ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ ା ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ ା ଶ୍ରବଣା ନକ୍ଷତ୍ରର ଅସାବଧାନତା ହେତୁ ଧନହାନି ଘଟିପାରେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅଫିସରେ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ପାଇଁ ବନ୍ଧୁରେ କଳହ, ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗିରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି।
ମୀନମୀନ
ପାପଗ୍ରହ ପ୍ରଭାବରୁ ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ସକାଶେ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଭୁଲ୍‌ କାମ କରି ମନସ୍ତାପ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri