Posted inRasifala

ରାଶିଫଳ: ଗୁରୁବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ
ଆଜିର ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ,ବ୍ୟବସାୟିକ ଉତ୍କର୍ଷତା,ବନ୍ଧୁ ସମ୍ପର୍କରେ ଉନ୍ନତି ହେବ । କିନ୍ତୁ ଜନ୍ମ ଚନ୍ଦ୍ର ହେତୁ ଯାତ୍ରା,ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିପାରେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ ସାହାଯ୍ୟରେ ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହୋଇଯିବ।
ବୃଷ
ବୃଷ
କର୍ମାଧିପତିଙ୍କ ଶୁଭଦୃଷ୍ଟି କାର୍ଯ୍ୟସାଧନ ପାଇଁ ଅନୁକୂଳ ରହିବ କିନ୍ତୁ ନିଜଲୋକ ମାନଙ୍କଠାରୁ ସାହାଯ୍ୟ ଆଶା ମଉଳି ଯିବ । କୌଣସି ସାମାଜିକ କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେବେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପରିବାର ଭିତରେ ସମସ୍ୟା ଦେଇ ଗତି କରିପାରନ୍ତି।
ମିଥୁନ
ମିଥୁନ
ଧନାଧିପ ଏକାଦଶସ୍ଥ ଯୋଗୁ ଯାହା ଆଶା କରୁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ । ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ଯିବ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ସୁପ୍ରଭାବରେ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ପାରିବାରିକ କଳହକୁ କେନ୍ଦ୍ରକରି ସାୟାହ୍ନେ ଭାବପ୍ରବଣ ହେବେ ।
ସି˚ହ
ସି˚ହ
ରାଶିରେ ମଙ୍ଗଳ ସାମାନ୍ୟତଃ କାମରେ ଅଗ୍ରଗତି ସାଙ୍ଗକୁ ପାରିବାରିକ ଦିଗକୁ ନିୟନ୍ତ୍ରଣ ମଧ୍ୟରେ ରଖିବ ା ପରିସ୍ଥିତିବଶତଃ ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ବନ୍ଧୁ ପରିଜନମାନଙ୍କ ସହ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ।
କନ୍ୟା
ଚନ୍ଦ୍ର ଓ ବୃହସ୍ପତିଙ୍କ ପାରସ୍ପରିକ ଦୃଷ୍ଟି ପାରିବାରିକ ସ୍ଥିତି ସାଙ୍ଗକୁ ବ୍ୟବସାୟିକ ସଫଳତା ପ୍ରଦାନ କରିବ । ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ତୁଳା
ତୁଳା
ଶନିଙ୍କ ପ୍ରଭାବରେ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ମଧ୍ୟ ପୂର୍ଣ୍ଣମାତ୍ରାରେ ସଫଳତା ପାଇବେ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ ।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛିଟା ପରିବର୍ତ୍ତନର ଆଶା କରାଯାଇପାରେ । ଏକାଦଶରେ ଅନ୍ୟ ଦୁଇଟି ଗ୍ରହ ସହ ରବି ଯୋଗୁ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ପ୍ରଶାସନ,ରାଜନୀତି ,ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ ।
ଧନୁ
ଧନୁ
ଚନ୍ଦ୍ରଙ୍କ ଦ୍ୱାରା ସୃଷ୍ଟ ବିପରୀତ ରାଜ ଯୋଗ ପ୍ରଭାବରୁ ସମସ୍ୟା ଆସିଲେ ମଧ୍ୟ ତାହାର ସରଳ ସମାଧାନ କରିବାରେ ସମର୍ଥ ହେବେ । ରପ୍ତାନି ବାଣିଜ୍ୟ,ପରିବହନ କ୍ଷେତ୍ରରେ,ଆଲୋଚନା ପରିସରରେ,ସଭାସମିତିରେ,ତର୍କ ଓ ବିବାଦରେ,ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ ।
ମକର
ମକର
କର୍ମସ୍ଥାନରେ ଏକାଧିକଗ୍ରହ ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ରହିଥିବାରୁ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ଗୁଡିକ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । ତଥାପି ଶ୍ରବଣା ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କେତେକାଂଶରେ ସଫଳତା ପାଇପାରିବେ । ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଆମତ୍ୀୟତାର ସହ କାମ କରିବେ ଓ ସଫଳତା ମଧ୍ୟ ପାଇବେ। ନିଜ ନିଜର କିଛି ସ୍ବାର୍ଥହାସଲ ପରିପ୍ରେକ୍ଷୀରେ ପାଖ ପଡୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି। ଚେଷ୍ଟା କରୁଥିବା କାମରେ, ମାଙ୍ଗଳିକ କାର୍ଯ୍ୟ, କଚେରି ମାମଲା, ଜମିଜମା ବିବାଦରେ ଉପକୃତ ହେବେ ।
ମୀନମୀନ
ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ସମସ୍ୟାଗୁଡିକୁ ସାମନା କରି କାର୍ଯ୍ୟ ସିଦ୍ଧି ଘଟାଇବେ । ବିବ୍ରତ ବୋଧ କରି ପାରନ୍ତି । ଆରୋଗ୍ୟଲାଭ ସାଙ୍ଗକୁ ନୂତନ କର୍ମାରମ୍ଭ ସକାଶେ ଯୋଜନା ତିଆରି କରିପାରନ୍ତି । ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?