Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ
ଅଭାବ ଦୂର ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣା ଠାରୁ ଦୂରେଇ ରହିବା ଭଲ ହେବ।
ବୃଷ
ବୃଷ
ପୂର୍ବ ସ୍ଥିରୀକୃତ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ପରିବାର ସଦସ୍ୟଙ୍କୁ ସନ୍ଦେହ କରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ଜମିଜମା ସମ୍ପର୍କିତ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାର ସୂଚନା ରହିଛି। ପିଲାମାନଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟ ରେ ହାତ ଦେବାକୁ ସ୍ଥିର କରିବେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ତୁଳା
ତୁଳା
ସ୍ବାସ୍ଥ୍ୟ ଭଲ ରହୁ ନ ଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି ।କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ପାରିବାରିକ ପ୍ରତିରୋଧ ଚେଷ୍ଟା କରୁଥିବା କାମକୁ ବିଶୃଙ୍ଖଳିତ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ପାଖପଡ଼ୋଶୀ ଦେଖେଇଶିଖେଇ ବିଭିନ୍ନ ପ୍ରକାର କଥା କହିପାରନ୍ତି।
ଧନୁ
ଧନୁ
ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, କ୍ରୀଡ଼ା,ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ସମସ୍ୟା ସମାଧାନ ପୂର୍ବକ ସାମାନ୍ୟ ଅଗ୍ରଗତି ଘଟିବ । ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପାଖ ପଡ଼ୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗିରହିବ। ବିରକ୍ତିବଶତଃ ଟିକିଏ କଥାରେ ରାଗିଯାଇ ଯାହା ତାହା କହିବା କାରଣରୁ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ସମୟାନ୍ତରେ ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି । ସାମାନ୍ୟ ଶାରୀରିକ ଅସ୍ବସ୍ତି ଅନୁଭବ କରିବେ। ଅଟକି ରହିଥିବା କାମଟି ବହୁଳାଂଶରେ ସମ୍ପୂର୍ଣ୍ଣ ହୋଇଯିବ । ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟା ସମାଧାନରେ ସଫଳ ହେବେ। ସନ୍ତାନଙ୍କ ଗୌରବରେ ନିଜକୁ ଗୌରବାନ୍ବିତ ମନେକରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri