Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆକସ୍ମିକ ସମସ୍ୟାଜନିତ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ।
ବୃଷ
ବୃଷ
କଳୁଷିତ ଚନ୍ଦ୍ର ପ୍ରଭାବରେ ଆପଣ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ । ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ କିନ୍ତୁ ସାଧାରଣ କଥାକୁ କେନ୍ଦ୍ରକରି ହଡ଼ବଡ଼େଇ ଯିବେ ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳିତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ଲାଗି ଅଟକି ରହିଯାଇପାରେ । ଆଇନ ଅଦାଲତର ରାୟ ସପକ୍ଷରେ ଯିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବାର ସୂଚନା ରହିଛି । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ଲାଗି ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ।
ବିଛା
ବିଛା
ଆଜି କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ବ୍ୟବସାୟିକ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ। ପଡ଼ା, ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣାଜନିତ ପାରିବାରିକ କଳହ, ଟଙ୍କା ପଇସା ଦେଣନେଣ, କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରକାଶନ, ଏଜେନ୍ସିପ୍‌, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେପ୍ରକାର ଭଲ କାମ କଲେ ମଧ୍ୟ ଅସୁସ୍ଥତା ଓ ଅଭାବବୋଧ ଇତ୍ୟାଦି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତିି । ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ ଓ ପାରିବେ ମଧ୍ୟ । ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। ବନ୍ଧୁମାନଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡ଼ିହେବ ନାହିଁ ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମାଧାନରେ ଉପନୀତ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଆତ୍ମୀୟମାନଙ୍କ ସହ ଜମିଜମା ବଣ୍ଟାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri