Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି, କିନ୍ତୁ ଧାର କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ସାଧାରଣ କଥାରେ ଭ୍ରାତୃ ସମ୍ପର୍କ, ଅର୍ଥପ୍ରାପ୍ତି , ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ
ଆପଣ ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆଜି ଯେମିତି ଯାହା ଆଶା କରୁଛନ୍ତି ସେହିପରି ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ। ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ। ଅପରାହ୍ନେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ୍ନ ହେବ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇ ଦେଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ଯେତେ ଭଲ କଥା କହିଲେ ମଧ୍ୟ ପୂର୍ବର କଳହକୁ ନେଇ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରିବ। ଆଶା କରୁଥିବା ଦିଗରୁ କିଛି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ।
କନ୍ୟା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ମାତ୍ର କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ। ପରିବାରରେ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କେତେକ କଥାରେ ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋଇପାରନ୍ତି। ଆଲୋଚନା ପରିସରରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସୀ ହୋଇଯିବ।
ଧନୁ
ଧନୁ
ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ଦ୍ୱାରା ସୁଫଳ ମିଳି ପାରିବ। ଅତିରିକ୍ତ ଭ୍ରମଣ ହେତୁ କ୍ଲାନ୍ତି ଅନୁଭବ କରିପାରନ୍ତି, ଯାହା କି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମକରିବା ଠିକ୍‌ ହେବନାହିଁ।
ମକର
ମକର
କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପାଇବେ । କଳା ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମାନଙ୍କର ସହଯୋଗ ଅଭାବରୁ ଅଫିସରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତ ବାତାବରଣ ଓ ଅଭାବ ଅସୁବିଧା ମୁଖ୍ୟ କାରଣ ହୋଇପାରେ। ଧାର୍ମିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପାଖ ପଡୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇପାରିବେ ନାହିଁ। ପାରିବାରିକ, ବ୍ୟବସାୟିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
ମୀନମୀନ
ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ କରିବେ। ପରୋକ୍ଷ ଶତ୍ରୁତା ମନକୁ ବିଚଳିତ କରିପାରେ ତଥାପି ଅନ୍ୟମାନଙ୍କର ସେବାରେ ମନଦେଇ ଖୁସୀ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri