Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ କିନ୍ତୁ ଯାତ୍ରା, ବିବାଦ, ଗୃହାରମ୍ଭାଦି କାର୍ଯ୍ୟରେ ପ୍ରତିକୂଳ ପ୍ରଭାବ ପଡିପାରେ। ଆପଣ ମନେ ମନେ ଯାହା ଭାବୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ବ୍ୟବସାୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି।
ବୃଷ
ବୃଷ
ଶନିଙ୍କ ପ୍ରଭାବରୁ ଅତୀତ ଦିନର ପାରିବାରିକ ସମସ୍ୟା ବିଷୟକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣା ବଳୀ ମନକୁ ବାରମ୍ବାର ଆଲୋଡିତ କରିବ। ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତି ବଦଳାଇପାରନ୍ତି। ବନ୍ଧୁମାନଙ୍କ ପ୍ରତି ସ୍ନେହ ସହୃଦୟତା ମନୋଭାବ ଗ୍ରହଣ କରିପାରନ୍ତି।
ମିଥୁନ
ମିଥୁନ
ଧନସ୍ଥାନସ୍ଥ ବୁଧ ଯୋଗୁ ଆର୍ଥିକ ପରିସ୍ଥିତି ଆପଣଙ୍କ ମନୋବଳ ବୃଦ୍ଧିରେ ସହାୟକ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ। ପରିବାରରେ ପିଲାମାନଙ୍କ ବିଷୟ ଚିନ୍ତା କରି ଅସ୍ଥିରତା ଅନୁଭବ କରି ପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, ଆଲୋଚନା ପରିସରରେ ବନ୍ଧୁମାନଙ୍କ ସହ ପ୍ରୀତିପ୍ରଦ ସମ୍ପର୍କ ସ୍ଥାପିତ ହେବ।
କର୍କଟ
କର୍କଟ
ଆଜିର ଗ୍ରହସ୍ଥିତି ସାମଗ୍ରୀକ ଦୃଷ୍ଟିକୋଣରୁ ଭଲ ରହିବା ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି। ସାମୟିକ ଭୁଲ୍‌ ବୁଝାସମଣା କାରଣରୁ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ରାଶ୍ୟାଧିପଙ୍କ ସହ ଶୁକ୍ର ଓ ମଙ୍ଗଳ କଣାକୁଜା ଯୋଗ ସୃଷ୍ଟିକରି ଅର୍ଥ, ସମ୍ମାନ, ସମ୍ବର୍ଦ୍ଧନା ପ୍ରଦାନ କରିପାରନ୍ତି। ସାମାଜିକ ସ୍ତରରେ, କର୍ମକ୍ଷେତ୍ରରେ ନିଜର ପତିଆରା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ମାତ୍ର ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ଯାହା ପାଇବା ପାଇଁ ଆଶା ବାନ୍ଧି ବସିଛନ୍ତି ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁ ପାଇବା ଦୂରୁହ ହୋଇପାରେ। ବିଚାର ନକରି ପରକଥାରେ ପଡି ଭୂଲ ମାର୍ଗର ଅନୁସରଣ କଲେ ହଇରାଣ ହେବାକୁ ପଡିବ। ଅପୂରଣୀୟ ଆଶା ମନକୁ ସାମୟିକ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତ ରହିପାରନ୍ତି। ଅବଶ୍ୟ ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ।
ତୁଳା
ତୁଳା
ଆଜି ସତର୍କତା ଅଭାବରୁ ଧନହାନୀ ଘଟିବା ସହ ଆପଣଙ୍କ କଥା ଅନ୍ୟପାଇଁ ଶ୍ରୁତିକଟୁ ହୋଇପାରେ। ଫଳରେ ବିନା କାରଣରେ ଅଶାନ୍ତି ଓ ସମ୍ପର୍କରେ ବାଧା ଆସିବାର ଆଶଙ୍କା ଦେଖାଦେଇପାରେ। ତଥାପି ଚୁକ୍ତିପତ୍ର, ନିର୍ମାଣ, ପ୍ରକଳ୍ପ କାର୍ଯ୍ୟ ପ୍ରତିଯୋଗିତା, ମାଲି ମକଦ୍ଦମା ପ୍ରଭୃତିରେ ବିଜୟଲାଭ ଅବଶ୍ୟମ୍ଭାବୀ।
ବିଛା
ବିଛା
ଆଜି ଚନ୍ଦ୍ର ଓ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତି ଆପଣଙ୍କ ଯାତ୍ରାରେ ବ୍ୟୟବହୁଳତା ସୃଷ୍ଟି କରିବ। ଆପଣଙ୍କ ଉନ୍ନତ ଚିନ୍ତା ଓ ନୂତନ ଯୋଜନା କାର୍ଯ୍ୟକାରୀ କରିବାରେ ମାନସିକ ଅସ୍ଥିରତା ତାହା କରାଇ ଦେଇ ନ ପାରେ। କ୍ରୀଡା, କଳା ସହିତ୍ୟ ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବହାରରେ ସଂଯମତାର ଅଭାବ ସମସ୍ୟା ସୃଷ୍ଟିର କାରଣ ହୋଇପାରେ।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ। ପ୍ରିୟଜନଙ୍କ ସହ ଯାତ୍ରା ଏବଂ ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ। ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କୌଣସି ନୂତନ କର୍ମାରମ୍ଭ ପାଇଁ ମନ ବଳାଇ ପାରନ୍ତି।
ମକର
ମକର
ପରିବାରରେ ଶାନ୍ତି ଫେରି ଆସିବା ପାଇଁ ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେ କରିପାରନ୍ତି। ନିର୍ମାଣ ଓ ପରିବହନ ଭଲରେ ଚାଲିବା ସହ ରପ୍ତାନୀ କାରବାର ସାମ୍ବାଦିକତାରେ ପ୍ରଂଶସିତ ହେବେ। ପୂର୍ବ ବିବଦକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ହତାଦର କରି ପାରନ୍ତି। ଅନାଗତ ଭବିଷ୍ୟତର ଅହେତୁକ ଆଶଙ୍କା ଚିନ୍ତାକରି ବ୍ୟସ୍ତତା ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଚନ୍ଦ୍ରଙ୍କ ସ୍ଥିତି ସ୍ବଜନ ସମ୍ପର୍କକୁ କ୍ଷୁଣ୍ଣ କରିବା ସହ ସହକର୍ମୀଙ୍କ ସହ ମଧ୍ୟ ମତାନ୍ତର ସୃଷ୍ଟି କରିବ। ଗ୍ରହସ୍ଥିତି ବିଶେଷ ଭଲ ନ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଭଲ। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଅବଶ୍ୟ ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟାଙ୍କ ଜମା ମଧ୍ୟ କରି ପାରିବେ।
ମୀନମୀନ
କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଅନିୟମିତା ଓ ଗରିଷ୍ଠଖାଦ୍ୟ ଭୋଜନ ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ। ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri