Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା, ନିର୍ମାଣ, ଘରଭଡ଼ା କିମ୍ବା ଗୁରୁତ୍ୱପୂର୍ଣ୍ଣ ଆଲୋଚନାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ନ ହୋଇ ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ।
ବୃଷ
ବୃଷ
ଦୀର୍ଘଦିନରୁ ଅଟକି ରହିଥିବା ପ୍ରାପ୍ୟଧନରେ କୌଣସି ବିଜାତୀୟ ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନିଜ ପରିସରରେ ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ପ୍ରତିବନ୍ଧକ ହେତୁ ବ୍ୟବସାୟକୁ ସଙ୍କୁଚିତ କରିନେବାର ଯୋଜନା କରିବେ। ଅର୍ଥନୈତିକ, ସାହିତ୍ୟ,କ୍ରୀଡ଼ା ଓ ଆଇନ ଅଦାଲତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମିଥୁନ
ମିଥୁନ
ଆନୁଷ୍ଠାନିକ କାମକୁ ନିମନ୍ତ୍ରିତ ହୋଇ ଅର୍ଥ, ଉପଢୌକନ ଓ ସମ୍ମାନ ପାଇ ଖୁସି ରହିବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବାର ମଉକା ଜୁଟିପାରେ। ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ସାଧାରଣ କଥାରେ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା କାଳରେ ଅସାବଧାନତାରୁ ଦ୍ରବ୍ୟ ହରଣ ହୋଇପାରେ।
କର୍କଟ
କର୍କଟ
ବିଗତ ଦିନର ସମସ୍ୟାର ସରଳ ସମାଧାନ ହେତୁ ମାନସିକ ସ୍ଥିରତା ଅବଶ୍ୟ ଆସିବ। ପଛକଥା ନ ଭାବି ବର୍ତ୍ତମାନର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ପ୍ରକାଶନ, ସଭାସମିତି, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଆଲୋଚନା ଅବସରରେ ବନ୍ଧୁଙ୍କୁ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବାଧ୍ୟ ହୋଇପାରନ୍ତି। ଅଫିସ୍‌ରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
କନ୍ୟା
ବନ୍ଧୁଙ୍କ ସାହାଯ୍ୟପ୍ରାପ୍ତ ହୋଇ ଅଭାବ ଅନଟନ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବା କାରଣରୁ ସହକର୍ମୀଙ୍କ ଉପରେ ସନ୍ଦେହ ପ୍ରକଟ କରିପାରନ୍ତି। ସଭାସମିତିରେ, ବିବାଦୀୟ ଘଟଣାରେ ବନ୍ଧୁମାନଙ୍କ ବିଚାର ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ କ୍ଷତିର ଭରଣା କରିବା ସକାଶେ ନୂତନ ଯୋଜନା କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ନିକଟରୁ ନିର୍ଭର ପ୍ରତିଶ୍ରୁତି ଲାଭ ଯୋଗୁ ଦୁଶ୍ଚିନ୍ତାର ମାତ୍ରା କମିଯିବ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ମତାନ୍ତର ଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବିବାଦ ଓ ଶତ୍ରୁମାନଙ୍କଠାରୁ ଦୂରେଇ ରହିବା ଭଲ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଲାଭବାନ ହେବେ।
ବିଛା
ବିଛା
ଆନୁଷ୍ଠାନିକ କ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତତା ଅନୁଭବ କରିପାରନ୍ତି। ସାମାନ୍ୟ କଥାରେ ଅତ୍ୟଧିକ ଉତ୍ତେଜିତ ହୋଇ ପାରିବାରିକ ଅଶାନ୍ତିକୁ ଆମନ୍ତ୍ରଣ କରିବେ। ପରିବହନ, ବ୍ୟବସାୟ, ହୋଟେଲ, ଷ୍ଟେସନାରୀ ଓ ବିଦ୍ୟୁତ୍‌ ବ୍ୟବସାୟରେ ସମସ୍ୟା ସମାଧାନ ହୋଇଯିବ। କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହେବାର ଆଶା ରଖିପାରନ୍ତି।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ଆଶାନୁଯାୟୀ ଫଳ ପାଇବେ। ଆକସ୍ମିକ ଭାବରେ କର୍ମକ୍ଷେତ୍ରରେ ଦାୟିତ୍ୱବୋଧ ବୃଦ୍ଧି ପାଇବା ସାଙ୍ଗକୁ ସ୍ଥାନ ପରିବର୍ତ୍ତନର ଯୋଗ ମଧ୍ୟ ରହିଛି। ପରିବାରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଯଥା ଅଶାନ୍ତ ବାତାବରଣ ସୃଷ୍ଟି ହୋଇପାରେ। ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇବ। ଆର୍ଥିକ ଦୁରବସ୍ଥା, ପାରିବାରିକ ମତଭେଦ, କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱ ଜନିତ ଶ୍ରବଣା ନକ୍ଷତ୍ର ମାନସିକ ଭାରସାମ୍ୟ ହରାଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ କମି କମି ଆସିବା ହେତୁ ମନୋବଳ ବୃଦ୍ଧି ପାଇବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ମନସ୍ତାପ କରିପାରନ୍ତି। ବିବାଦୀୟ ଘଟଣାର ପୃଷ୍ଠଭୂମି ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଈର୍ଷାପରାୟଣ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ ହେବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସ୍ବାର୍ଥର ବଶବର୍ତ୍ତୀ ହୋଇ ମିତ୍ର ବନ୍ଧୁମାନେ ଅସହଯୋଗ କରିପାରନ୍ତି। ନୂତନ ବନ୍ଧୁସମ୍ପର୍କ ସୃଷ୍ଟି କରିବାରେ ପାଖପଡ଼ୋଶୀମାନେ ଆବଶ୍ୟକ ସାହାଯ୍ୟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri