Posted inRasifala

ରାଶିଫଳ: ବୁଧବାର, ଜୁନ୍‍ ୫ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ତିନୋଟିଗ୍ରହ ମଧ୍ୟରେ ଭାଗ୍ୟସ୍ଥାନକୁ ଅବଲୋକନ କରି ନୂଆ ନୂଆ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି। ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ ପାଇଁ ଦିନଟି ଭଲ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିପାରେ।
ବୃଷ
ବୃଷ
ସ୍ବଗୃହୀ ଶୁକ୍ର ଚତୁର୍ଥାଧିପ ରବିଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି ବିଶିଷ୍ଟବ୍ୟକ୍ତିଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ଏଣେ ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ । କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତି ବଦଳାଇ ପାରନ୍ତି। ଅବଶ୍ୟ ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ଏକାଧିକ ରାଶିରେ ଅବସ୍ଥାନ କରି ମାନସିକ ବିକ୍ଷିପ୍ତତା ମଧ୍ୟରେ ଅଭିଳଷିତ କାର୍ଯ୍ୟରେ ସିଦ୍ଧିଲାଭ କରାଇବେ। ତଥାପି ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଭଲ ରହିବ। ପଡୋଶୀଙ୍କଠାରୁ କୌଶଳରେ କାର୍ଯ୍ୟ ହାସଲ କରିନେବେ। ନିର୍ମାଣାଧୀନ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍କଟ
ଦ୍ୱାଦଶସ୍ଥ ଗ୍ରହମାନେ ଆପଣଙ୍କୁ ବାରମ୍ବାର ସ୍ଥାନ ପରିବର୍ତନ କରାଇ କର୍ମପରିସରକୁ ବ୍ୟାପକ କରିପାରନ୍ତି। ଅବଶ୍ୟ ଆପଣ ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡଜଷ୍ଟ୍‌ କରି ଚଳି ପାରିବା ହେତୁ କିଛି ଅସୁବିଧା ହେବନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଏକାଦଶସ୍ଥ ଗ୍ରହମାନେ ଆପଣଙ୍କ ଆଶା ଓ ଅଭିଳାଷକୁ ପୂରଣ କରିବାରେ ସମର୍ଥ ହେବେ। ଏକ ଭିନ୍ନ ପରିସ୍ଥିତିରେ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟିକୁ ସମ୍ପନ୍ନ କରିବେ। କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ଅର୍ଥ ଲାଭ ସଙ୍ଗକୁ ଶାରିରୀକ ସୁସ୍ଥତା ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଗ୍ରହ ପ୍ରଭାବରୁ ପ୍ରଭାବଶାଳୀ କର୍ମକ୍ଷେତ୍ର ଯୋଗୁ ରହିଆସିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଅପୂରଣୀୟ ଆଶା ମନକୁ ବାରମ୍ବାର ସାମୟିକ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତ ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଓ ଲାଭବାନ ମଧ୍ୟ ହେବେ।
ତୁଳା
ତୁଳା
ଅଷ୍ଟମସ୍ଥ ସ୍ବଗୃହୀ ଶୁକ୍ର ଶାରୀରିକ ଦୁର୍ବଳତା ସଙ୍ଗକୁ ସାମୟିକ ଅଭାବବୋଧ ଜନିତ ଚିନ୍ତିତ ରହପାରନ୍ତି। ପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପଡୋଶୀଙ୍କ ସହାୟତା ଲାଭ କରି ମାନସିକ ଅସୁସ୍ଥିକୁ ଦୂରେଇବାର ଚେଷ୍ଟା କରିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, ନୂତନ କର୍ମାରମ୍ଭ,ପ୍ଳଟିଙ୍କ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭରୁ ମନ ଏକପ୍ରକାର ଖୁସୀ ରହିବ। ଅଷ୍ଟମସ୍ଥଗ୍ରହ ବିଭିନ୍ନ ଦିଗରୁ ଅର୍ଥାଗମର ଯୋଜନାକୁ ସାକାର କରାଇପାରନ୍ତି। କ୍ରୀଡା, କଳା ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ଆପଣଙ୍କ ଉନ୍ନତ ଚିନ୍ତାଧାରା ସନ୍ତାନଙ୍କ ସମସ୍ୟା, ଉଚ୍ଚଶିକ୍ଷା ଓ ବିଦେଶଯାତ୍ରାର ସୁଯୋଗ ପାଇପାରନ୍ତି। ପ୍ରତିଯୋଗିତା, କ୍ରୀଡା, ଗବେଷଣା, ଲେଖାପଢା ତଥା ବ୍ୟବସାୟ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମଧ୍ୟ ମାନ୍ଦା ହେବ ନାହିଁ ା କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି।
ମକର
ମକର
ବ୍ୟୟଭାବ ପ୍ରତି ଗ୍ରହମାନଙ୍କ ଦୃଷ୍ଟି ଫଳରେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟ ମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
କୁମ୍ଭ
କୁମ୍ଭ
ଗ୍ରହସ୍ଥିତିର ସାମ୍ୟତା ଆପଣଙ୍କ ଦିନଚର୍ଯ୍ୟା ସକାଶେ ଶୁଭଙ୍କରୀ ହେବ। ଯାହା ଚାହୁଁଛନ୍ତି ସେହି ଅନୁସାରେ କାମ କରିଚାଲିଲେ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ। ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ଘଟିବ କିଛି ବ୍ୟବସାୟ, ବାଣିଜ୍ୟ ଓ ପରିବହନରୁ ମଧ୍ୟ ଲାଭ ପାଇପାରିବେ।
ମୀନମୀନ
ସ୍ବାସ୍ଥ୍ୟ ଭଲ ରହିବା ସହ ନୂତନ କର୍ମାରମ୍ଭ, ନିଯୁକ୍ତି ଖବର, ବନ୍ଧୁଙ୍କ ନିମନ୍ତ୍ରଣରେ ଯାତ୍ରା ଭଳି ଶୁଭସୂଚକ କେତେକ କାର୍ଯ୍ୟ କରିବେ। ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଯେଉଁ କାମରେ ହାତ ଦେବେ, ସେଥିରେ ଅବଶ୍ୟ ସଫଳତା ପାଇବେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri