Posted inRasifala

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ରର ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁମାନଙ୍କ ସହାୟତାରେ ପରିବାରରେ ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗଁୁ ମନ ଉଦାସ ରହିପାରେ। କଚେରି ମାମଲା କିମ୍ବା ଆକସ୍ମିକ କଳହଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅବଶ୍ୟ ସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇଯିବ।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଧ୍ୟୈର୍ଯ୍ୟ ଧାରଣ କରି ବିଭିନ୍ନ କ୍ଷେତ୍ରର ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣିଜନିତ ମନ ଭଲ ରହିବ ନାହିଁ। ଜମା ଭଲ ପଡୁ ନ ଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ସାମାନ୍ୟ କୌଶଳ ପ୍ରୟୋଗ କରି କାମ କଲେ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇ ପାରିବେ। ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟ ଜଣେ ଫନ୍ଦିଫିକର କରିପାରନ୍ତି। ଅସଂଗତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି।
କନ୍ୟା
ଚିତ୍ରା ନକ୍ଷତ୍ରକୁ ଆଜି ସକାଳୁ ସକାଳୁ କୌଣସି ବିଶେଷ କାମରେ ଦୂରଯାତ୍ରା କରିବାକୁ ପଡିପାରେ। ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବା ସଙ୍ଗକୁ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ଅଫିସ୍‌ କାମରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଅନ୍ୟ ମାନଙ୍କୁ ସୁହାଇଲା ଭଳି କଥା କହି ଲକ୍ଷ୍ୟ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡିବ। ଯାତ୍ରା, ପରିବାର, ଲୋକସମ୍ପର୍କ କ୍ଷେତ୍ରରେ ସମ୍ମାନ ଊଣା ହେବନାହିଁ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଯାହା ଚାହୁଁଥିଲେ ତାହା ହାସଲ କରିବା କାରଣରୁ ମନ ଏକ ପ୍ରକାର ଖୁସୀ ହୋଇଯିବ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ନିଜ ଚତୁଃପାର୍ଶ୍ୱର ଜଣା ଶୁଣା ମିତ୍ର ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିପାରନ୍ତି।
ଧନୁ
ଧନୁ
ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବ। ମନ ବୁଝିଲା ଭଳି କଥା କହିବା କାରଣରୁ ସହକର୍ମୀମାନଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହରୁ ଦୂରେଇ ରହିବା ଭଲ ହେବ। ପ୍ରଶାସନିକ ସ୍ତରରେ ସହଜରେ କାମ ହାସଲ ହେବା କଷ୍ଟକର ହୋଇପାରେ।
ମକର
ମକର

ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବା ପାଇଁ ଚେଷ୍ଟିତ ହେବେ। ଆନୁଷ୍ଠାନିକ କାମ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।

କୁମ୍ଭ
କୁମ୍ଭ
ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନାଟିକୁ ଆରମ୍ଭ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଲୋଚନା କ୍ଷେତ୍ରରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ପାରିବାରିକ ବ୍ୟତିକ୍ରମକୁ ନେଇ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବାର ସୂଚନା ରହିଛି।
ମୀନମୀନ

ରେବତୀ ପାଇଁ ଆଜିର ଯାତ୍ରା, ଆଲୋଚନାର ଯଥାର୍ଥତା,ବନ୍ଧୁମାନଙ୍କ ସଦିଚ୍ଛାରୁ ମନ ପ୍ରାୟତଃ ଖୁସୀ ରହିବ। ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ କିନ୍ତୁ ସତର୍କତାର ସହ କାମ କରିପାରିଲେ ହେଲା। ଆପଣ ଯେତେ ଭଲ କାମ କଲେ ମଧ୍ୟ ନିଜର ଲୋକମାନେ ଦୋଷ ଖୋଜି ବୁଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri