Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୪ ତାରିଖ – Daily Horoscope

ମେଷ
ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ । ଦୀର୍ଘଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ । ଆତ୍ମୀୟଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ । ଭୁଲ୍‌ ବୁଝାମଣାଜନିତ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ କର୍ମକ୍ଷେତ୍ରରେ ପରସ୍ପରକୁ ସନ୍ଦେହ କରିପାରନ୍ତି ।
ବୃଷ
ବୃଷ
ଆଜି ଅପରାହ୍ନେ ପାଇ ଖୁସୀ ହେବେ । ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ସହକର୍ମୀ କିମ୍ବା ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ମିଠା କଥା ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରି କାମ ହାସଲ କରିବେ ।
ମିଥୁନ
ମିଥୁନ
ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡିକ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି । ଅବଶ୍ୟ ବହୁ ଦିନରୁ ଚେଷ୍ଟା କରୁଥିବା କୌଣସି ନୂତନ କାର୍ଯ୍ୟରେ ଯୋଗଦେଇପାରନ୍ତି । ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ଅପେକ୍ଷାକୃତ ଅସୁବିଧା ଭୋଗିବେ । ଗୃହନିର୍ମାଣ, ଯାନ ବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି । ଆଜିର ଆନୁଷ୍ଠାନିକ କାମଗୁଡିକ ପୁଷ୍ୟା ପାଇଁ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଲାଭବାନ ହେବେ ।
ସି˚ହ
ସି˚ହ
ଯେଉଁ କାମରେ ହାତ ଦେବେ ଅବଶ୍ୟ ସଫଳତା ପାଇବେ । ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ପରିଶ୍ରମର ସୁଫଳ ସ୍ବରୂପ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ ।
କନ୍ୟା
ସ୍ବାସ୍ଥ୍ୟହାନି ସଙ୍ଗକୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ପୂର୍ବ ଯୋଜନାନୁଯାୟୀ ଆତ୍ମୀୟମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି । ମାଲିମକଦ୍ଦମା ସମ୍ପର୍କିତ ଆଲୋଚନା ବିଗିଡି ଯାଇପାରେ ।
ତୁଳା
ତୁଳା
ସମସ୍ୟା ସଙ୍ଗକୁ ପ୍ରତିବନ୍ଧକର ମଧ୍ୟ ସମ୍ମୁଖୀନ ହେବାକୁ ପଡିପାରେ । ସାମ୍ବାଦିକତା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ସଙ୍ଗଦୋଷର କୁପ୍ରଭାବରୁ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବାକୁ ପଡିପାରେ । ପରିବହନ,ପ୍ଳଟିଙ୍ଗ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ ।
ବିଛା
ବିଛା
ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ, ଯାହା କି ପରକ୍ଷଣରେ ଦରକାରରେ ଆସିବ । ବାରମ୍ବାର ସ୍ବାସ୍ଥ୍ୟ ଖରାପ ରହୁଥିବାରୁ ତାହାର ସ୍ଥାୟୀ ସମାଧାନ କରିବା ଭଲ ହେବ ।
ଧନୁ
ଧନୁ
ସାଧାରଣ କଥାକୁ ବୃହଦାକାରରେ ଚିନ୍ତାକରି ସମସ୍ୟାକୁ ବଢାଇ ଦେଇପାରନ୍ତି । ତଥାପି ମୂଳା ନକ୍ଷତ୍ର ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରି ସଫଳ ହୋଇପାରନ୍ତି । ଶିଳ୍ପ, ବାନିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ମକର
ମକର

ଆକସ୍ମିକ ଭାବରେ ନିଜର ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସାମାନ୍ୟ ଯୁକ୍ତିତର୍କ ପରେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ ।

କୁମ୍ଭ
କୁମ୍ଭ
ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡିବା ପାଇଁ ଚିନ୍ତା କରିବେ । ପରିବହନ ପାଇଁ ଦିନଟି ବହୁତ ବଢିଆ, ତଥାପି ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ମୀନମୀନ

 ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ । ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri