Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜିର ଦଶମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ କାମକୁ ଧୀର ମନ୍ଥର ଗତିରେ ଆଗକୁ ବଢ଼ାଇନେବ। ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ। ପରିବାରର ସହମତି ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। ବ୍ୟବସାୟିକ ସ୍ଥିତି ଭଲ ରହିବା ସହ ଭ୍ରମଣ ସୁଯୋଗ ଲାଭ କରିବେ।
ବୃଷ
ବୃଷ
ଧନ ଭାବରେ ରାହୁ ସହ ଶୁକ୍ର ଅବସ୍ଥାନ କରିଥିବାରୁ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅର୍ଥଶ୍ରାଦ୍ଧ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବମାନ ଗ୍ରହଣ କରି ସମ୍ମାନ ଲାଭ କରିିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ସମସ୍ୟାବହୁଳ ରହିପାରେ।
ମିଥୁନ
ମିଥୁନ
ରବି ସହ ମଙ୍ଗଳ ଓ ବୁଧ ମୁଖଭାବ ମଣ୍ଡନ କରି ଅପ୍ରିୟ ସତ୍ୟ ବାକ୍ୟ ପ୍ରୟୋଗପୂର୍ବକ ବନ୍ଧୁଙ୍କ ସହ ମତାନ୍ତରର କାରଣ ହେବ। ଆଶା କରିଥିବା ଜିନିଷଟି ଆଜି ଅପରାହ୍ନ ସମୟରେ ପାଇପାରିବେ। ନିଷ୍ପତ୍ତିମୂଳକ ଆଲୋଚନାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇ ପାରନ୍ତି । ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ।
କର୍କଟ
କର୍କଟ
ଆଜିର ଗ୍ରହାବସ୍ଥାନ ଆପଣଙ୍କୁ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ମାନସିକ ଉତ୍ତେଜନା ସୃଷ୍ଟି କରିବ। ଦୂର ସ୍ଥାନରୁ ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ଆଲୋଚନା ପରିସରରେ ନ୍ୟାୟୋଚିତ ପରାମର୍ଶ ଏବଂ ବନ୍ଧୁ ଗହଣରେ ପ୍ରଶଂସିତ ହେବେ ା ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରେ।
ସି˚ହ
ସି˚ହ
ଆଜି ଆପଣ ଏତେଦୂର କାର୍ଯ୍ୟବ୍ୟସ୍ତ ରହିବେ ଯେ-କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ। ଯାତ୍ରା ସମୟରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ଅନ୍ୟମାନଙ୍କ କଥାକୁ ସତ ମନେକରି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ଶନି ଯୁକ୍ତ ଚନ୍ଦ୍ର ପ୍ରଭାବରେ ମାନସିକ ଶିଥିଳତା ସହ ସନ୍ଦେହଜନକ କାର୍ଯ୍ୟରେ ଲିପ୍ତ ରହିବାର ସୂଚନା ରହିଛି।
କନ୍ୟା
ଦ୍ୱାଦଶ ଭାବରେ ଏକାଧିକ ଗ୍ରହ ଆପଣଙ୍କୁ ବ୍ୟୟବହୁଳ ଖର୍ଚ୍ଚାନ୍ତ କରାଇପାରେ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯିବ, ଯଦ୍ଦ୍ବାରା ସେ ଆପଣଙ୍କୁ ଆଡଆଖିରେ ମଧ୍ୟ ଚାହିଁବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ତୁଳା
ତୁଳା
କର୍ମାଧିପତି ସ୍ବଗୃହକୁ ଦେଖୁଥିବାରୁ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
ଚନ୍ଦ୍ରର ଏକାଦଶସ୍ଥ ବୃହସ୍ପତି ଆପଣଙ୍କୁ ବନ୍ଧୁପ୍ରିୟ କରାଇପାରେ। ପାଖ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବା କାରଣରୁ ଖୁସି ରହିବେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଙ୍ଗୀତ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ, ଯାନବାହନରେ ଲାଭବାନ ହେବେ।
ଧନୁ
ଧନୁ
ସପ୍ତମରେ ଶୁକ୍ର ଓ ପାପଗ୍ରହ ରହିଥିବାରୁ ଆଜିର ଯାତ୍ରାରେ ସାମାନ୍ୟ ହଇରାଣ ହରକତ ହେବାକୁ ପଡ଼ିପାରେ। ମନ ପାଉ ନ ଥିଲେ ମଧ୍ୟ ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।
ମକର
ମକର
ରାଶିରେ ଚନ୍ଦ୍ରଥିବାରୁ ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କ୍ରୀଡ଼ା, କଳା ସାହିତ୍ୟ, ସଙ୍ଗୀତ, ନୃତ୍ୟାଦିରେ ସୃ୍‌ଷ୍ଟି ହୋଇଥିବା ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କୁମ୍ଭ
କୁମ୍ଭ
ପାପଗ୍ରହ ପ୍ରଭାବରେ ଆପଣ କୌଣସି କଥାରେ ଠିକ୍‌ ନିଷ୍ପତ୍ତି ନେବା କଷ୍ଟକର ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। ଅବଶ୍ୟ ଆର୍ଥିକ ସ୍ଥିତିରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ଦେବଗୁରୁଙ୍କ ଅନୁକମ୍ପାରୁ ସ୍ବାସ୍ଥ୍ୟ ଭଲ ରହିବା ସହ କାର୍ଯ୍ୟସିଦ୍ଧି ଘଟିବ। ଆଜି ହଠାତ୍‌ ଆକସ୍ମିକ ଭାବରେ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ପାରିବାରିକ ସ୍ତରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଆଜି ଆପଣ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri