Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ
ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ପଡ଼ୋଶୀଙ୍କ ହସ୍ତକ୍ଷେପରେ ପାରିବାରିକ ଶାନ୍ତି ଫେରାଇ ଆଣିବାରେ ସହାୟକ ହେବ। କିନ୍ତୁ ଚତୁର୍ଥସ୍ଥ ପାପଗ୍ରହ ପାରିବେଶିକ ଓ ମାନସିକ ତଥା ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ପ୍ରତ୍ୟୁଷ ଯାତ୍ରା କେତେକାଂଶରେ ମନକୁ ପ୍ରଭାବିତ କରିପାରେ।
ବୃଷ
ବୃଷ
ରବି କେନ୍ଦ୍ରକୋଣାଧିପ ଶନି ନକ୍ଷତ୍ରସ୍ଥ ହୋଇ ଷଡାଷ୍ଟକ ସ୍ଥିତିରେ ଥିବାରୁ ଆଲୋଚନାନୁଯାୟୀ କାର୍ଯ୍ୟସାଧନ କରିପାରିବା କଷ୍ଟକର ହେବ । ଅବଶ୍ୟ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ମିଥୁନ
ମିଥୁନ
ମଙ୍ଗଳ ଷଷ୍ଠଏକାଦଶାଧିପତି ହେତୁ ଧାରକରଜ କିମ୍ବା ବ୍ୟାଙ୍କଲୋନ୍‌ ମାଧ୍ୟମରେ ଅର୍ଥପ୍ରାପ୍ତି କରାଇପାରେ । କିନ୍ତୁ ରାଶ୍ୟାଧିପତି ସହ ସମ୍ପର୍କିତ ଯୋଗୁ ଔଷଧକ୍ରୟ, ଡାକ୍ତର ଫ’ କିମ୍ବା ଶାରୀରିକ ପରୀକ୍ଷାଜନିତ ବ୍ୟୟ ମଧ୍ୟ କରିପାରନ୍ତି। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ତୃତୀୟବ୍ୟୟାଧିପ ବୁଧ ଧନଲାଭାଧିପତି ଯୁକ୍ତ ହେତୁ ବନ୍ଧୁଙ୍କୁ ଅର୍ଥସାହାଯ୍ୟ ପ୍ରଦାନ କରିପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ନ ଘଟିବାରୁ ମନ ସାମୟିକ ବିଚଳିତ ରହିପାରେ।
ସି˚ହ
ସି˚ହ
ବୃହସ୍ପତି ଚତୁର୍ଥସ୍ଥ ହୋଇ ବୁଧଙ୍କ ନକ୍ଷତ୍ରରେ ରହିଥିବାରୁ ପୁରୁଣା ଘର, ଯାବାହନ, କ୍ରୟବିକ୍ରୟ ପାଇଁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ବ୍ୟବସାୟ,ପରିବହନ, ଜମିଜମା, କଳକାରଖାନା, ସଭାସମିତି, ସଭା ସମିତିରେ ସଫଳତା ଅର୍ଜନ କରିବେ।
କନ୍ୟା
ଧନଭାଗ୍ୟାଧିପ ଶୁକ୍ର ରାଜଯୋଗକାରକ ଚତୁଃଗ୍ରହ ସମ୍ମିଳନୀରେ ରହି ଆପଣଙ୍କ ସୁଖ, ସମ୍ମାନ, ପ୍ରତିଷ୍ଠାଦି ଗୌରବ ପ୍ରଦାନ କରିବ। କେବଳ ଚିତ୍ରା ନକ୍ଷତ୍ର ବ୍ୟତୀତ ଅନ୍ୟମାନଙ୍କ ସକାଶେ ଶତକଡା ଶହେଭାଗ ସୁଫଳ ମିଳିପାରେ । ତଥାପି ପାରିବାରିକ, ସାମାଜିକ, ପରିବହନ, ଲୋକସମ୍ପର୍କ ଦିଗ ପ୍ରତି ଆଜିର ଗ୍ରହସ୍ଥିତି ପ୍ରତିକୂଳ ରହିବ।
ତୁଳା
ତୁଳା
ରାଜଯୋଗକାରକ ଗ୍ରହ ଶନି ରାଶ୍ୟାଧିପଙ୍କ ନକ୍ଷତ୍ରରେ ରହିଥିବାରୁ କାର୍ଯ୍ୟହାସଲ ସକାଶେ ଆପଣଙ୍କ ଚେଷ୍ଟା ଅବ୍ୟାହତ ରହିବ । କିନ୍ତୁ ତୃତୀୟଭାବରୁ ଦ୍ୱାଦଶସ୍ଥ ବୃହସ୍ପତି ଯୋଗୁ କଥା ଦେଇ କଥା ରଖୁ ନ ଥିବା କାରଣରୁ ମନ ଭଲ ରହି ନ ପାରେ ।ଫଳତଃ କୌଣସି କାମ ସକାଶେ ନିଜ ଲୋକମାନଙ୍କ ଉପରେ ଭରସା କରି ପାରିବେ ନାହିଁ ।
ବିଛା
ବିଛା
ଅଷ୍ଟମସ୍ଥ ରାହୁ ରାଶିରେ ଥିବାରୁ ଧନହାନି ଓ ସମସ୍ୟା ସାମୟିକ ଆସିପାରେ। କିନ୍ତୁ କୌଣସି କାମରେ ପଛକୁ ଫେରିବାର ଚିନ୍ତା କରି ନ ପାରନ୍ତି ଓ କାର୍ଯ୍ୟ ସିଦ୍ଧି ଅବଶ୍ୟମ୍ଭାବୀ। ଏକାଧିକ ଗ୍ରହ ପ୍ରଭାବରୁ ଧର୍ମକାର୍ଯ୍ୟ, ବନ୍ଧୁମିଳନ, ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପ୍ରଭୃତିରୁ ସଫଳତା ମିଳିବ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ।
ଧନୁ
ଧନୁ
ସମସ୍ୟା ଭିତରେ ମାନସିକ ଦୁଶ୍ଚିନ୍ତା ବଢି ଚାଲିଥିଲେ ମଧ୍ୟ ଗୁରୁକ୍ଷେତ୍ରସ୍ଥ ଚତୁର୍ଥଚନ୍ଦ୍ର ଯୋଗୁ ଆପଣଙ୍କ ପରିବାର ଓ କର୍ମକ୍ଷେତ୍ରରେ କୌଣସି ପ୍ରଭାବ ପଡିବ ନାହିଁ। ଆଲୋଚନା ପରିସରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ରାଶିଠରୁ ଦ୍ୱାଦଶସ୍ଥ ଓ ଚନ୍ଦ୍ରଙ୍କ ନିକଟରୁ କେନ୍ଦ୍ରସ୍ଥ ଶନି ଯୋଗୁ କୌଣସି ଅସୁବିଧା ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।ବୁଝାମଣା ଠିକ୍‌ ନ ରହିବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶିକ୍ଷା, ପରୀକ୍ଷା, ଲେଖାପଢା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଅର୍ଥ ସମ୍ପର୍କକୁ ନେଇ କିମ୍ବା କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦର ଆଶଙ୍କା ରହିଛି । ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରିବାକୁ ଯାଇ ପରିଜନ ସହ ଯାତ୍ରା କରିବାକୁ ପଡିପାରେ । ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟ, ବାଣିଜ୍ୟ, ପରିବହନ, ସଭାସମିତି, ଆଲୋଚନାଦି କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ।
ମୀନମୀନ
କେନ୍ଦ୍ରାଧିପ ବୁଧଙ୍କ ନକ୍ଷତ୍ରରେ ରାଶ୍ୟାଧିପ ବୃହସ୍ପତି କୋଣଭାବ ମଣ୍ଡନ କରିଥିବାରୁ ବନ୍ଧୁମାନଙ୍କ ସାହାଯ୍ୟ, ସହଯୋଗ ପାଇ କାର୍ଯ୍ୟହାସଲ କରିବେ। ସାମାଜିକ ସମ୍ମାନ ସହ ଅଭିଳଷିତ ଜିନିଷ ପ୍ରାପ୍ତି ମନକୁ ଖୁସି କରାଇଦେବ। ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତାରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri