Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜି ଉଚ୍ଚସ୍ଥ ଚନ୍ଦ୍ର ହେତୁ ସୁସ୍ଥ ମାନସିକତା ସହ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ବୃଷ
ବୃଷ
ଚନ୍ଦ୍ର ପ୍ରଭାବରେ ଆପଣ ଦୃଢ଼ ପଦକ୍ଷେପ ନେବା ପାଇଁ କାମ କରିଚାଲିଲେ ଗତକାଲିର ରହିଯାଇଥିବା କାମଗୁଡିକ ଆଜି କିନ୍ତୁ ଅଟକିବ ନାହିଁ। ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। ଆର୍ଥିକ ସ୍ଥିତିରେ ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ ଏବଂ କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବେ। ବ୍ୟବସାୟ, ପରିବହନ ଓ ଚେଷ୍ଟା କରୁଥିବା କାମରେ ଲାଭବାନ ହେବେ। ବନ୍ଧୁମାନଙ୍କ ଦ୍ୱାରା ଉତ୍ସାହିତ ହୋଇ ଦୂର ଯାତ୍ରା ସହ ଦେବଦର୍ଶନର ସୁଯୋଗ ପାଇପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
କର୍କଟ
କର୍କଟ
ଆଜି ବିଶେଷ ଭ୍ରମଣଜନିତ ମନ ଏକ ପ୍ରକାର ମାନ୍ଦା ରହିବା ଫଳରେ କୌଣସି କାମରେ ଉତ୍ସାହ ଲାଗି ନ ପାରେ। ବିଚାର ନ କରି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପରିସ୍ଥିତିକୁ ସାମନା କରିବାକୁ ଯାଇ ଉପସ୍ଥିତ ବୁଦ୍ଧି ଖଟାଇ ସମସ୍ୟାର ମୁକାବିଲା କରିବେ। ଗତକାଲିର ଯୋଜନାକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ଯେତେ ପ୍ରକାରେ ସମସ୍ୟା ସୁଧାରିବାକୁ ଚେଷ୍ଟା କଲେ ମଧ୍ୟ ଆକସ୍ମିକ ଅନ୍ୟାନ୍ୟ କେତେକ ସମସ୍ୟା କାମକୁ ବିଗାଡିଦେବାର ଆଶଙ୍କା ରହିଛି। ବିଭିନ୍ନ କ୍ଷେତ୍ରରୁ ମିଥ୍ୟା ଅଭିଯୋଗ ଆସିପାରେ,ଏଣୁ ସତର୍କତାର ସହ କାମ କରିବା ଭଲ ହେବ। ଆନୁଷ୍ଠାନିକ କ୍ଷେତ୍ରରେ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
ସବୁ ସୁବିଧା ଥିଲେ ମଧ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବାରୁ ମନ ଭଲ ରହିବ ନାହିଁ। ପୁନଶ୍ଚ ବିଭିନ୍ନ ପ୍ରକାରର ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଆକସ୍ମିକ ଭାବରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବିତ କରିପାରେ। ସାହିତ୍ୟାଲୋଚନା, ବକ୍ତୃତା କ୍ଷେତ୍ରରେ ପ୍ରଶଂସିତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ନିଜର ସଚ୍ଚୋଟତା ଓ ନିର୍ଭୀକତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଘର ସାଜସଜ୍ଜା କିମ୍ବା ମରାମତି କାମରେ ସମୟ ଅତିବାହିତ କରିବେ। ନିଜ ନିଜର ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଆଜି ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବୃଦ୍ଧି ପାଇବ ଏବଂ ଏକ ନୂତନ କାମରେ ନିଜକୁ ନିୟୋଜିତ କରି ଅଧିକାଂଶ ସମୟ ବ୍ୟସ୍ତ ରହିବେ। ଆଲୋଚନା କ୍ଷେତ୍ରରେ, ପ୍ରଶାସନିକ କାମରେ, ରାଜନୀତିର ଚର୍ଚ୍ଚାରେ, ଯାତ୍ରା କ୍ଷେତ୍ରରେ ତଥା ସଭା ସମିତିରେ ଆଶାଜନକ ଫଳ ପାଇବେ। ତଥାପି ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରୁହନ୍ତୁ।
ଧନୁ
ଧନୁ
ପରିବାରର ସଦସ୍ୟମାନେ ଆପଣଙ୍କୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି ପାରନ୍ତି। ଅତି ନିଜର ପ୍ରିୟ ବ୍ୟକ୍ତିଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧରେ କଥା କହିପାରେ। କର୍ମକ୍ଷେତ୍ରରେ ଉଚ୍ଚ ଚିନ୍ତା କରିଲେ କ’ଣ ହେବ, କାମଗୁଡିକ ଠିକ୍‌ ଭାବେ ହେବାରେ ପ୍ରତିବନ୍ଧକ ସୃଷ୍ଟି ହେବ। ଘରର ମରମ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାର ପ୍ରୟାସ କରିବେ।
ମକର
ମକର
ମନ ପ୍ରାୟତଃ ଏକ ପ୍ରକାର ଭଲ ରହିବ ଏବଂ ଅର୍ଥ ପ୍ରାପ୍ତିର ଆଶାକୁ ଚରିତାର୍ଥ କରିବାର ଚେଷ୍ଟା କରିପାରନ୍ତି। ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ଓ ବ୍ୟବସାୟିକ କ୍ଷେତ୍ର, ପରିବହନ, ଏଜେନ୍ସିପ୍‌, କଚେରି ମାମଲା, ସଭାସମିତିରେ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସବୁ କଥାରେ ଭାବିଚିନ୍ତି ପଦକ୍ଷେପ ନେବା ଭଲ ହେବ ନତୁବା କେଉଁ ମୁହୂର୍ତ୍ତରେ ସମସ୍ୟା ମାଡି ଆସିବ ତାହା ଚିନ୍ତା କିମ୍ବା କଳ୍ପନା କରିପାରିବେ ନାହିଁ। କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ଛାଡି ପାରିବେ ନାହିଁ ଅବଶ୍ୟ କେତେକାଂଶରେ ଉପକୃତ ହେବେ। ଗୋପନରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରନ୍ତି।
ମୀନମୀନ
ସବୁ ପ୍ରକାରର ସୁବିଧା ସୁଯୋଗ ପାଇ ଖୁସୀ ହେବେ। ପାଖ ପଡୋଶୀ କିମ୍ବା ଆତ୍ମୀୟମାନଙ୍କଠାରୁ ଅଯାଚିତ ଭାବେ ସହାୟତା ପାଇବେ। ପରିସ୍ଥିତି ବଶତଃ ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା ପ୍ରୟୋଗ କରି ସୁସମ୍ପର୍କ ହରାଇବେ। ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିି ନେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri