Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଫଳରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବୃଷ
ବୃଷ
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଯାନବାହନ, ଦୋକାନ ବାଡି, ସଭା ସମିତିରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ ଯାହା କି ଅନ୍ୟ ସମ୍ମୁଖରେ କହିପାରିବେ ନାହିଁ । ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
ମିଥୁନ
ମିଥୁନ
ଭଲ ସମ୍ପର୍କ ଥିବା ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିପାରନ୍ତି। ଅନୁଷ୍ଠାନ କ୍ଷେତ୍ର, ସଭାସମିତି, ସଙ୍ଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନ୍ସିପ୍‌, କଳା,ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହନ୍ତୁ। ପରିଜନଙ୍କ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ। ନିଜର ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାକୁ ପଡିପାରେ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କୀୟ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ।
କନ୍ୟା
ବନ୍ଧୁଙ୍କ ସହଯୋଗରେ ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଲୋକ ଚିହ୍ନିବାରେ ମଉକା ପାଇବେ, ଯାହା କି ଆଗାମୀ ସମୟ ପାଇଁ କାମରେ ଆସିବ। ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କଳା, ସାହିତ୍ୟ, କ୍ରୀଡା,ଚଳଚ୍ଚିତ୍ର ତଥା ପରିବହନ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ତୁଳା
ତୁଳା
ପରିବାରରେ କୌଣସି ଏକ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ। ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଂଶସିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତି, ଶିଳ୍ପ, ବାଣିଜ୍ୟ, ଯାତ୍ରା, କଚେରି ମାମଲା ବିଷୟରେ ଚିନ୍ତିତ ରହିବାକୁ ପଡିବ।
ବିଛା
ବିଛା
ପରିସ୍ଥିତି କ୍ରମଶଃ ଖରାପ ଦିଗକୁ ଗତି କରୁଥିବା କାରଣରୁ ମନ ଭଲ ରହିବନାହିଁ। ଯାନ ବାହନ, ଗୃହସୀମା, ଦୂର ବନ୍ଧୁ ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହା କି ଅନର୍ଥର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟାର ସରଳ ସମାଧାନ କରିପାରନ୍ତି।
ମକର
ମକର
ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡିବେ। ଈର୍ଷାପର ଲୋକ ମାନଙ୍କ ଶତ୍ରୁତା କାରଣରୁ ଭଲ କାମ କଲେ ମଧ୍ୟ ସୁଫଳ ପାଇବା କଷ୍ଟକର ହୋଇପାରେ। ସ୍ତ୍ରୀଙ୍କ ମନୋଯୋଗୀ ଓ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ। ସାଙ୍ଗଠନିକ କାର୍ଯ୍ୟ, ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ବାରମ୍ବାର ବିଫଳ ମନୋରଥ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ ସ୍ତରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଆକସ୍ମିକ କେତେକ ସମସ୍ୟା ଦେଖାଦେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ପ୍ରବାସରେ ନିଃସଙ୍ଗତା ବୋଧ କରି ମନସ୍ତାପ କରିପାରନ୍ତି।
ମୀନମୀନ
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି, କିନ୍ତୁ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ, ଯାହା କି ସାମୟିକ ଦୁଶ୍ଚିନ୍ତା ସୃଷ୍ଟି କରିବ। ଲେଖାପଢା, ଗବେଷଣା କ୍ଷେତ୍ର, ପ୍ରଶାସନ ତଥା ସଭାସମିତିରେ ସଫଳତା ହାସଲ କରିବେ। ପାଖ ପଡୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri