Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଫଳରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବୃଷ
ବୃଷ
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଯାନବାହନ, ଦୋକାନ ବାଡି, ସଭା ସମିତିରୁ ଉପକୃତ ହେବେ। ପରିବାରରେ ଏମିତି କେତେକ କଥା ଘଟିପାରେ ଯାହା କି ଅନ୍ୟ ସମ୍ମୁଖରେ କହିପାରିବେ ନାହିଁ । ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
ମିଥୁନ
ମିଥୁନ
ଭଲ ସମ୍ପର୍କ ଥିବା ନିଜର ଲୋକମାନେ ଶତ୍ରୁତା କରି କେତେକ କାମ ପାଇଁ ପ୍ରତିବନ୍ଧକ ସାଜିପାରନ୍ତି। ଅନୁଷ୍ଠାନ କ୍ଷେତ୍ର, ସଭାସମିତି, ସଙ୍ଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନ୍ସିପ୍‌, କଳା,ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କେତେକ ଆକସ୍ମିକ ଅସୁବିଧା ଦେଖାଦେବା କାରଣରୁ ଆଜି ସହଜରେ କାମ ହାସଲ ହେବା କଷ୍ଟକର ହେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢିପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରହନ୍ତୁ। ପରିଜନଙ୍କ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ। ନିଜର ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାକୁ ପଡିପାରେ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କୀୟ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ।
କନ୍ୟା
ବନ୍ଧୁଙ୍କ ସହଯୋଗରେ ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଲୋକ ଚିହ୍ନିବାରେ ମଉକା ପାଇବେ, ଯାହା କି ଆଗାମୀ ସମୟ ପାଇଁ କାମରେ ଆସିବ। ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କଳା, ସାହିତ୍ୟ, କ୍ରୀଡା,ଚଳଚ୍ଚିତ୍ର ତଥା ପରିବହନ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ତୁଳା
ତୁଳା
ପରିବାରରେ କୌଣସି ଏକ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ। ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଂଶସିତ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତି, ଶିଳ୍ପ, ବାଣିଜ୍ୟ, ଯାତ୍ରା, କଚେରି ମାମଲା ବିଷୟରେ ଚିନ୍ତିତ ରହିବାକୁ ପଡିବ।
ବିଛା
ବିଛା
ପରିସ୍ଥିତି କ୍ରମଶଃ ଖରାପ ଦିଗକୁ ଗତି କରୁଥିବା କାରଣରୁ ମନ ଭଲ ରହିବନାହିଁ। ଯାନ ବାହନ, ଗୃହସୀମା, ଦୂର ବନ୍ଧୁ ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହା କି ଅନର୍ଥର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟାର ସରଳ ସମାଧାନ କରିପାରନ୍ତି।
ମକର
ମକର
ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡିବେ। ଈର୍ଷାପର ଲୋକ ମାନଙ୍କ ଶତ୍ରୁତା କାରଣରୁ ଭଲ କାମ କଲେ ମଧ୍ୟ ସୁଫଳ ପାଇବା କଷ୍ଟକର ହୋଇପାରେ। ସ୍ତ୍ରୀଙ୍କ ମନୋଯୋଗୀ ଓ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ। ସାଙ୍ଗଠନିକ କାର୍ଯ୍ୟ, ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ବାରମ୍ବାର ବିଫଳ ମନୋରଥ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ ସ୍ତରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଆକସ୍ମିକ କେତେକ ସମସ୍ୟା ଦେଖାଦେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ପ୍ରବାସରେ ନିଃସଙ୍ଗତା ବୋଧ କରି ମନସ୍ତାପ କରିପାରନ୍ତି।
ମୀନମୀନ
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି, କିନ୍ତୁ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ, ଯାହା କି ସାମୟିକ ଦୁଶ୍ଚିନ୍ତା ସୃଷ୍ଟି କରିବ। ଲେଖାପଢା, ଗବେଷଣା କ୍ଷେତ୍ର, ପ୍ରଶାସନ ତଥା ସଭାସମିତିରେ ସଫଳତା ହାସଲ କରିବେ। ପାଖ ପଡୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚରାଶିରେ ଅଷ୍ଟମସ୍ଥ ହୋଇଥିବାରୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ ଖର୍ଚ୍ଚାନ୍ତ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri