Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ
ସ୍ବଗୃାଭିମୁଖୀ ଧନାଧିପ ଯୋଗୁ ଅର୍ଥଲାଭ ସଙ୍ଗକୁ ବର୍ନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମ ଆଶାନୁଯାୟୀ ସମ୍ପନ୍ନ ହେବ। ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇ ପାରେ। ଅନିଦ୍ରା ଜନିତ କ୍ଳେଶ ଭୋଗିବାକୁ ପଡିବାର ସମ୍ଭାବନା ସଙ୍କୁ ଆକସ୍ମିକ ମଧ୍ୟ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ବ୍ୟୟସ୍ଥ ଶୁକ୍ର ଜନିତ ଭାଙ୍ଗତ୍ପଡିଥିବା ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ସଫଳତା ପାଇବେ। ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇବା ସଙ୍କୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ମିଥୁନ
ମିଥୁନ
ରାହୁ ଓ ଚନ୍ଦ୍ରଙ୍କ ସଂଯୋଗ କାରଣରୁ ବିଭିନ୍ନ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ତଥାପି କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ବନ୍ଧୁମାନଙ୍କ ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି। ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ମନକଥା ନ କହିବାରୁ ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
କେତେକ ପ୍ରତିବନ୍ଧକ କାରଣରୁ ସାମୟିକ ଅସୁବିଧା ଭୋଗିଲେ ମଧ୍ୟ କାମ ଅଟକିବ ନାହିଁ। ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଆଶା କରିପାରନ୍ତି। ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ବନ୍ଧୁମାନଙ୍କ ସହ ଆଲୋଚନା କାଳରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଆନମାନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
କନ୍ୟା
ମାନସିକ ଅସ୍ଥିରତା କାରଣରୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡିପାରନ୍ତି। ପୂର୍ବର ବିବାଦକୁ କେନ୍ଦ୍ରକରି ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମଧ୍ୟାହ୍ନରେ ଟେନସନ୍‌ ଦୂର ହେବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଜମିଜମା, ମାଲିମକଦ୍ଦମା, ଯାତ୍ରା ଓ ଆନୁଷ୍ଠାନିକ କାମ ଯଥାରୀତି ଚାଲୁରହିବ।
ତୁଳା
ତୁଳା
ବନ୍ଧୁମାନଙ୍କ ସହାୟତାରେ ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନୋଜକୁ ନିୟୋଜିତ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ଲାଭବାନ୍‌ ହେବେ କିନ୍ତୁ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବାର ସୂଚନା ରହିଛି।
ବିଛା
ବିଛା
ଦୀର୍ଘ ଦିନରୁ ସ୍ଥଗିତ କାମକପୂରାକୁ ଦମରେ କରିଚାଲିବେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହେବା ସହ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଧନୁ
ଧନୁ
ଆଜି ଆପଣଙ୍କର କାମ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। କିନ୍ତୁ ବାରମ୍ବାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ପରିବାରରେ ସହମତି ଭିତରେ କାମ କଲେ ଉପକୃତ ହେବେ।
ମକର
ମକର
ମାନସିକ ସ୍ତରରେ ବିଚଳିତ ରହିବା ଜନିତ ପରିବାର, ଭ୍ରମଣ, ଆଲୋଚନାରେ ଅଂଶଗ୍ରହଣ କରିପାରିବେ ନାହିଁ। ଭଲ ସମ୍ପର୍କ ନ ଥିବା କାରଣରୁ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ହିତାକାଂକ୍ଷୀଙ୍କ ପରାମର୍ଶରେ ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍ କରିବେ। ସମୟର ବିଷମତା କାରଣରୁ ଦିନ ମଧ୍ୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତଶ୍ରୁତି ଦେବେ, କିନ୍ତୁ କିଛି କରିବେ ନାହିଁ । ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ
ସାମାଜିକ ସ୍ତରରେ ବହୁଲୋକ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମନ ଭଲ ରହିଥିବା କାରଣରୁ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀ ହେବେ। ଅପରାହ୍ନେ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri