Posted inRasifala

ରାଶିଫଳ: ବୁଧବାର, ମେ ୨୯ ତାରିଖ – Daily Horoscope

ମେଷ
ବାରମ୍ବାର ସମସ୍ୟା ବିଜଡିତ ରହିବା କାରଣରୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ପାରିବେ ନାହିଁ।  ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ରହିବ, ପ୍ରଶାସନିକ ସ୍ତରରେ ଦାୟିତ୍ୱବୋଧ ବଢିବ।  ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାଯର୍‌ୟଗୁଡିକ ତ୍ୱରାନ୍ବିତ ହେବ।  ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବାର ଆଶା ରହିଛି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିବାରେ ସମର୍ଥ ହେବେ। ଅଫିସ୍‌ରେ କାମର ଚାପ ପ୍ରଭାବରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ପରିବାର କ୍ଷେତ୍ରର ସମସ୍ୟା ପ୍ରଭାବରୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ମାନସିକ ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆନୁଷ୍ଠାନିକ କାମରେ ଆତ୍ମୀୟସ୍ବଜନଙ୍କ ସହାନୁଭୂତିର ସୁଯୋଗ ଲାଭ କରିପାରିବେ। ଗୁରୁତ୍ୱପୂର୍ଣ୍ଣ କାମ ଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଶଂସିତ ହେବେ। ବନ୍ଧୁମିଳନ ଘଟିପାରେ। ବିବାଦୀୟ ମନ୍ତବ୍ୟ ଦେବାରୁ କ୍ଷାନ୍ତ ରହିବା ଭଲ ହେବ।
କର୍କଟ
କର୍କଟ
ହାତକୁ ନେଇଥିବା କାମ ଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ। ରୋଗୀଣା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ପରିସ୍ଥିତିବଶତଃ ଘରର କଥା ବୁଝିବାକୁ ସମୟ ମଧ୍ୟ ପାଇ ପାରିବେ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ର କିମ୍ବା ଅସଫଳତାର ସମୀକ୍ଷା ଜନିତ ଆଲୋଚନା ସରଗରମ ହୋଇପାରେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ଭୁଲ୍‌ ବୁଝାମଣା ଜନିତ ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇ ପାରନ୍ତି। ପରିବାରରେ ଶିକ୍ଷା ସଂକ୍ରାନ୍ତୀୟ ଆଲୋଚନାକୁ ନେଇ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କନ୍ୟା
ପାରଷ୍ପରିକ ମତଭେଦ ଜନିତ ମୀମାଂସା ଅସମାପ୍ତ ରହିପାରେ। ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହୋଇପଡିବ। ହିତୈଷୀଙ୍କ ସହଯୋଗରେ ସାମାଜିକ ସ୍ଥରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବା ସହିତ ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ଆପଣଙ୍କ ନିରବଚ୍ଛିନ୍ନ ଉଦ୍ୟମ କାରଣରୁ କାର୍ଯକ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଗବେଷଣା, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବାର ଆଶା କରାଯାଇପାରେ।
ବିଛା
ବିଛା
ମାନସିକ ଅସ୍ଥିରତା ଜନିତ ଭୟ, ଆଶଙ୍କା ଓ ଉଦ୍ୱେଗ ମଧ୍ୟରେ ଦିନଟିକୁ କଟାଇବାକୁ ପଡିପାରେ। ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିପାରେ। ପରିବାରରେ ଭୁଲ୍‌ ବୁଝାମଣା ବଶତଃ କଳହର ଆଶଙ୍କା ରହିଛି । ସାମାଜିକ ସ୍ଥିତି, ରାଜନୈତିକ ପରିସ୍ଥିତି, କଚେରି ମାମଲା ଓ ବାଣିଜ୍ୟ, ବ୍ୟବସାୟ ଦିଗ ଭଲ ରହିବ ।
ଧନୁ
ଧନୁ
ପାରଷ୍ପରିକ ମତଭେଦ କାରଣରୁ ପାରିବାରିକ ଅଶାନ୍ତି ଲାଗି ରହିବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟ ମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଆକସ୍ମିକ ଭାବରେ ବନ୍ଧୁବର୍ଗଙ୍କ ସାହାଯ୍ୟରୁ ମାନସିକ ଅସ୍ଥିରତା ଦୂରେଇଯିବ।
ମକର
ମକର
ପରିସ୍ଥିତିର ଉନ୍ନତି କାମନାରେ ବିଭିନ୍ନ ପ୍ରକାରର ବିକଳ୍ପ ଯୋଜନା କରିପାରନ୍ତି। ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। କିନ୍ତୁ ଶ୍ରବଣା ନକ୍ଷତ୍ରର କାର୍ଯ୍ୟସିଦ୍ଧି, ବନ୍ଧୁମିଳନ ଓ ଆର୍ଥିକ ଉନ୍ନତି ଜନିତ ମନ ଖୁସୀ ରହିବ।
କୁମ୍ଭ
କୁମ୍ଭ
ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତି କିମ୍ବା ପ୍ରତିରୋଧ କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ। ବୃତ୍ତିି, ବାଣିଜ୍ୟ, ରାଜନୀତି,ପ୍ରଶାସନ ଓ କଳା,ସାହିତ୍ୟରୁ ପ୍ରଶଂସା ପାଇବେ।
ମୀନମୀନ
କାର୍ଯ୍ୟବ୍ୟସ୍ତତା କାରଣରୁ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆଜିର ଯାତ୍ରା ଓ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆବଶ୍ୟକୀୟ ସାହାଯ୍ୟ, ସହଯୋଗ ଅବଶ୍ୟ ପାଇବେ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହୟତାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri