Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତାପ୍ରକଟ କରି ପାରନ୍ତି। ସଙ୍ଗଠନ, ରାଜନୀତି, ଆନୁଷ୍ଠାନିକ କାମ, କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡିବା ପାଇଁ ଚିନ୍ତା କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନୀ ଦୁଃଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ପଞ୍ଚମରେ ବୃହସ୍ପତି ରହିଥିବାରୁ ଆପଣ ଠିକ୍‌ ନିଷ୍କତ୍ତି ନେଇ କାର୍ଯ୍ୟ କରିବେ। ରାହୁଙ୍କ ପ୍ରଭାବରେ ଗୋଟିଏ ଜାଗାରେ ସ୍ଥିର ଭାବରେ ରହିପାରିବେ ନାହିଁ। କର୍ମକ୍ଷେତ୍ରରେ ଚନ୍ଦ୍ର କର୍ମ କୁଶଳତା ପ୍ରଦାନ କରିବେ। ମଙ୍ଗଳଙ୍କ ପ୍ରଭାବରେ ଆପଣଙ୍କ ବ୍ୟବହାର କଠୋର ହୋଇପାରେ। ଭାଗ୍ୟସ୍ଥାନ ପ୍ରତି ତିନୋଟି ଗ୍ରହଙ୍କ ଦୃଷ୍ଟି ଅର୍ଥଲାଭ କରାଇବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସୃଷ୍ଟି ହୋଇଥିବା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆର୍ଥିକ ଦିଗରୁ ଉପକୃତ ହେବେ କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି, ଏଣୁ ଭାବିଚିନ୍ତି କୁହନ୍ତୁ।
କନ୍ୟା
ଅତୀତ ବିବାଦକୁ କେନ୍ଦ୍ରକରି ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଆମତ୍ୀୟ ମାନଙ୍କ ଅସହଯୋଗ,ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରି ପାରନ୍ତି।
ତୁଳା
ତୁଳା
ପିଲାମାନଙ୍କ ବୈବାହିକ ସମ୍ପର୍କକୁ ନେଇ ନୂତନ ବନ୍ଧୁତ୍ୱ ସକାଶେ ଆଲୋଚନା କରିପାରନ୍ତି। ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନ ପାଇଁ ସତ୍ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ପ୍ରକାଶ କରିପାରନ୍ତି।
ବିଛା
ବିଛା
ଦୀର୍ଘଦିନରୁ ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଅପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡିବେ। ବିବାଦୀୟ ଘଟଣାରେ ଦୁଃସାହାସିକ ପଦକ୍ଷେପ ନେବା ଠିକ୍‌ ହେବନି। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତା କେନ୍ଦ୍ର କରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ପରିବାର ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ପରିହାସଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ ଏଣୁ ସତର୍କତା ଅବଲମ୍ବନ କରିବା ଭଲ ା ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ଥି ଅନୁଭବ କରିବେ।
କୁମ୍ଭ
କୁମ୍ଭ
ପରିବାରର ଆବଶ୍ୟକତା ଅନୁଭବ କରି କୌଣସି ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳାଇପାରନ୍ତି। କର୍ମ କ୍ଷେତ୍ରରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ ା ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇପାରେ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ସୁସମ୍ପର୍କ ବ୍ୟାହତ ହୋଇପାରେ। ପରିବାର ଭିତରେ ଥିବା ଭୁଲ୍‌ ବୁଝାମଣାର ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri