Posted inRasifala

ରାଶିଫଳ: ମଙ୍ଗବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ
ସମସ୍ୟା ଆସିଲେ ମଧ୍ୟ କୈାଶଳରେ କାର୍ଯ୍ୟ ସାଧନ କରିପାରିବେ। ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡିକ ଅଧାରେ ଅଟକିଯାଇପାରେ।
ବୃଷ
ବୃଷ
ଦୁଶ୍ଚିନ୍ତାଜନିତ ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନ ପାରେ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେକରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ନିଜ ପରିସରର ବ୍ୟକ୍ତିମାନଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସରଳ ସମାଧାନ ହୋଇଯିବ। ବହୁଦିନ ଧରି ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍‌ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ।
କର୍କଟ
କର୍କଟ
ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡି ପରିଶେଷରେ ଅନୁତାପ କରିପାରନ୍ତି। ବନ୍ଧୁଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି। ଶିଳ୍ପ, ରପ୍ତାନି, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଉଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି ଅବିଚାର କଲେ ପଶ୍ଚାନ୍ତେ ବହୁମୂଲ୍ୟ ଦେବାକୁ ପଡିବ। ବନ୍ଧୁଙ୍କ ସାହାଯ୍ୟରେ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ କରିପାରନ୍ତି।
କନ୍ୟା
ପ୍ରତ୍ୟେକ କ୍ଷେତ୍ର ସମସ୍ୟା ବିଜଡିତ ରହୁଥିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବେ। ପୁରାତନ ରୋଗର ପୀଡା ଅନୁଭବ କରିପାରନ୍ତି। ଭାବପ୍ରବଣବଶତଃ ଓଲଟା କଥା କହି ଅପଦସ୍ଥ ହେବେ।
ତୁଳା
ତୁଳା
ଆଜି ସକାଳୁ ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତ୍ୟୁଷ ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ସେହି ଅନୁରାଗ ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହେବ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବାର ସମ୍ଭାବନା ରହିଛି। ପାରିବାରିକ ସମସ୍ୟାର ସମାଧାନ କରିବାରେ ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ।
ଧନୁ
ଧନୁ
ଆଜି ଆଲୋଚନାର ମଧ୍ୟଭାଗରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଘରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ। ବନ୍ଧୁଙ୍କ ପରାମର୍ଶରେ ଯୋଗଶିକ୍ଷାରେ ରୁଚିବଳିବ।
ମକର
ମକର
ଯାହା କରୁଛନ୍ତି ଭାବିଚିନ୍ତି କରିବା ଭଲ ହେବ ନତୁବା ପରେ ଏଥିପାଇଁ ଅନୁତାପ କରିବାକୁ ପଡିପାରେ। ଉପରିସ୍ଥଙ୍କ ସାହାଯ୍ୟ ଲାଭକରି ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ହିତକର ହୋଇପାରେ।
କୁମ୍ଭ
କୁମ୍ଭ
ପଦସ୍ଥବ୍ୟକ୍ତିଙ୍କ ପରାମର୍ଶକ୍ରମେ କର୍ମକ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯନତ୍ କରିପାରନ୍ତି। ସରଳ ଭାବରେ କୈାଣସି କଥାକୁ ଗ୍ରହଣ ନ କରି ପରୀକ୍ଷା କରି କାମରେ ଲଗାଇବା ଭଲ। ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ବହୁତ ଭଲ ରହିବ। ଜମିଜମା ବ୍ୟବସାୟରେ ଉନ୍ନତି କରିବେ।
ମୀନମୀନ

କୈାଣସି ବିଷୟର ଠିକ୍‌ ନିର୍ଣ୍ଣୟ ନ କରି ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri