Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିବେ। ଜମିଜମା ବିବାଦ, ପରିବହନ ଝଗଡ଼ାର ସମାଧାନ ହୋଇପାରିବ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ, ପ୍ରଶାସନ, ଆଇନ, ସଭାସମିତି, ଆନୁଷ୍ଠାନିକ କାମରେ ଖୁସୀ ରହିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ୍ନ କରିବେ। ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ ପାଇଁ ସମର୍ଥନ ଓ ସାହାଯ୍ୟ ଆଶା କରିବେ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟରେ ମାନ ମନାନ୍ତର ଦେଖାଦେଇପାରେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରି ନ ପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସହାନୁଭୂତି ପ୍ରକାଶ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବାର ଆଶଙ୍କା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେମନେ ଅଶାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଜି ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନା, ଜମିଜମା କାରବାର ଏବଂ ଗାଡ଼ିମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢ଼ିଯିବ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ, ଯାହାକି ଆପଣଙ୍କ କାମକୁ ବହୁ ପରିମାଣରେ ସାହାଯ୍ୟ କରିବ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇ ଖୁସୀ ହେବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ ଏବଂ ଏଥିପାଇଁ ବନ୍ଧୁ ମଧ୍ୟରେ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।
ତୁଳା
ତୁଳା
ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ସନ୍ତାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ସଭାସମିତିରେ ଯୋଗଦେଇପାରନ୍ତି। ଗତକାଲିଠାରୁ ସ୍ଥିରୀକୃତ ହୋଇଥିବା ଗସ୍ତ କାର୍ଯ୍ୟକ୍ରମ ଆକସ୍ମିକ ସମସ୍ୟା ହେତୁ ବାତିଲ ହେବାର ଆଶଙ୍କା ଦେଖାଦେବ।
ବିଛା
ବିଛା
ବହୁ ଦିନର ଆଶା ପୂରଣ ହେବା କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ଅନ୍ୟମାନଙ୍କ ଉଦ୍ଦେଶ୍ୟକୁ ବୁଝତ୍ ନ ପାରି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣା ଜନିତ ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଚେଷ୍ଟାସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବ୍ୟାଘାତ ଘଟିପାରେ।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ,ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଆପଣ ଦୀର୍ଘଦିନହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଆତ୍ମୀୟ ମାନଙ୍କ ବେଖାତିର ମନୋଭାବ ଦୁଃଶ୍ଚିନ୍ତାକୁ ବଢାଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ଅପରାହ୍ନରେ ଟେନସନ୍‌ କମିଯିବ ମାତ୍ର ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଶିକ୍ଷା, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ। କିନ୍ତୁ ପରିବାର ସକାଶେ ସେମାନେ ଯେତେ ଭଲ କାମ କଲେ ମଧ୍ୟପ୍ରଶଂସା ପାଇବେନି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?