Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥତିର ସାମନା କରିବାକୁ ପଡିପାରେ। ବନ୍ଧୁ ଓ ପରିବାର କ୍ଷେତ୍ରରେ ମଧ୍ୟ ପ୍ରତିକୂଳତାର ଝଲକ ଦେଖିବାକୁ ମିଳିବ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାକଲେ ପାଇପାରିବେ। ଆକସ୍ମିକ ଭାବରେ ଯାତ୍ରା କାଳରେ ରାସ୍ତାରେ ପ୍ରିୟଜନଙ୍କୁ ଦେଖା କରିବାର ସୁଯୋଗ ପାଇପାରନ୍ତି।
ବୃଷ
ବୃଷ
କୌଣସି ନିର୍ଦ୍ଦିଷ୍ଟ ଲକ୍ଷ୍ୟ ନେଇ ସହକର୍ମୀ ସହଯୋଗର ହାତ ବଢ଼ାଇବେ। ପାରଷ୍ପରିକ ମତଭେଦ କାରଣରୁ ଅଫିସରେ କିମ୍ବା ଆଲୋଚନା କ୍ଷେତ୍ର ଅମୀମାଂସିତ ରହିପାରେ। ଘରୋଇ କ୍ଷେତ୍ରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ। ଆଗାମୀ ଆନୁଷ୍ଠାନିକ କାମ ସୁବିଧାରେ ହାସଲ ପାଇଁ ସକାଶେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା କାରଣରୁ ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣ ମଧ୍ୟରେ ନ ରଖି ଅନ୍ୟକୁ ଦାୟୀ କରି ସମାଲୋଚିତ ହେବେ। ଆର୍ଥିକ ସ୍ଥିତି ଓ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଅନୁକୂଳ ରହିପାରେ। ଆଇନ, ଅଦାଲତ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା କାରଣରୁ ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। ବ୍ୟବସାୟ ଓ ପରିବହନ, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାର ରାସ୍ଥା ଖୋଜି ପାଇ ପାରିବେ ନାହିଁ। ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୁତାପ ପାରନ୍ତି। ଦୀର୍ଘଦିନରୁ ଲାଗି ରହିଥିବା କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହେବାର ଆଶା ରହିଛି।
କନ୍ୟା
ଆଜି ପ୍ରତ୍ୟେକ ସ୍ତରରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ, ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ଆପଣଙ୍କ ମନକୁ ବାଧିଲା ଭଳି ଭଳି କଥା କହିପାରେ। କୌଣସି ଯୋଜନା ବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ। ଆଲୋଚନା କାଳରେ କୌଣସି ବ୍ୟଚ୍ଛି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ତୁଳା
ତୁଳା
ଆଜି ଆପଣଙ୍କୁ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ। ଅନ୍ୟମାନଙ୍କ କଥାରେ ମୁଣ୍ଡ ପୂରାଇ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ପଛେଇଯାଇପାରନ୍ତି। ସାଧାରଣ କଥାରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ଆକସ୍ମିକ ଭାବରେ ଆତ୍ମୀୟମାନଙ୍କ ସହାୟତାରେ ତାହା ହୋଇଯିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ ଓ ସଫଳ ମଧ୍ୟ ହେବେ। ଜମିଜମା କିଣା ବିକା କ୍ଷେତ୍ରରେ ନିଜ ପରିବାରର ସଦସ୍ୟମାନଙ୍କ ତରଫରୁ ସମସ୍ୟା ଆସିପାରେ ।
ଧନୁ
ଧନୁ
କୈାଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ,ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଅଫିସରେ ସହକର୍ମୀ ମାନଙ୍କ ସହ ଖୁସୀରେ ସମୟ କଟିଯିବାର ସମ୍ଭାବନା ରହିଛି। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।
ମକର
ମକର
କର୍ମକ୍ଷେତ୍ରରେ ଥିବା ସମୟରେ ଜଣେ ବ୍ୟକ୍ତି ଠାରୁ ହଠାତ୍‌ କୌଣସି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀ ମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜିର କାମ ଓ କଥାରେ ସଂଯମ ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। ତର୍କ, ବିତର୍କ କାରଣରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଆନୁଷ୍ଠାନିକ କ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ, ଯାନ୍ତ୍ରିକ ଜିନିଷ କିଣାବିକାରେ ଆଶାନୁଯାୟୀ ସୁଫଳ ପାଇବେ। କୌଣସି କଥା ଭଲ ରୂପେ ନ ବୁଝି ଅନ୍ୟ ଉପରେ ଦୋଷ ଲଦି ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri