Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ
ଆଜି ବନ୍ଧୁ ଓ ପରିଜନଙ୍କ ସହ ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ସୁଯୋଗ ପାଇପାରନ୍ତି। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେବେ ଓ ସମ୍ପନ୍ନ ମଧ୍ୟ କରିବେ। ବିବାଦୀୟ ଘଟଣାରେ ମୁଣ୍ଡ ଖେଳାଇଲେ ଅଯଥା ସମାଲୋଚିତ ହେବାକୁ ପଡିବ। ବ୍ୟବସାୟ ବାଣିଜ୍ୟ ବ୍ୟବସାୟ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବିଭିନ୍ନ ମାନସିକ ଚାପର ସମ୍ମୁଖୀନ ହୋଇ ଅଶାନ୍ତ ରହିପାରନ୍ତି। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଃଶ୍ଚିନ୍ତାର କାରଣ ହୋଇପାରେ। କଳା, ସାହିତ୍ୟ, ନୃତ୍ୟ, ସଙ୍ଗୀତ ଲେଖାପଢା,ଗବେଷଣା, କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଥିବାରୁ ବ୍ୟସ୍ତ ବୃଦ୍ଧି ପାଇବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକୁ ପୂର୍ଣ୍ଣ କରିବା ସକାଶେ ଦୃଢ ପଦକ୍ଷେପ ନେଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ନେଇ ବିବାଦୀୟ ଘଟଣାର ଅବସାନ ଘଟାଇ ପାରନ୍ତି। ନୂତନ ଗୃହ, ଯାନବାହାନ କିଣିବା ସକାଶେ ମନ ବଳାଇବେ।
କର୍କଟ
କର୍କଟ
ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ମତପାର୍ଥକ୍ୟ କାରଣରୁ ମନ ଉତେଜନାପୂର୍ଣ୍ଣ ରହିବ। ବହୁତ ଯୁକ୍ତିତର୍କ ପରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ମାତାଙ୍କ ସ୍ବାସ୍ଥ୍ୟ ଓ ଭାତୃ ସମ୍ପର୍କ ହାନୀ ଯୋଗୁ ଚିନ୍ତା ବୃଦ୍ଧି ପାଇବ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ କଥାରେ ହଁ ଭରିଲେ ଅସୁବିଧାର ସମ୍ମୁଖୀନ ହେବେ। ପଚାରିବା ପୂର୍ବରୁ କିଛି କହିବା ସଙ୍ଗକୁ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍‌ ହେବନାହିଁ। ସଭାସମିତି ଓ ଆନୁଷ୍ଠାନିକ କାମରେ ସଫଳତା ହାସଲ କରିବେ। ପିଲା ମାନଙ୍କ ଚିନ୍ତା ମନରେ ବିଶେଷ କଷ୍ଟ ଦେବାର ସୂଚନା ରହିଛି ।
କନ୍ୟା
ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କୈାଣସି କାମ ଅଟକି ରହିବନାହିଁ। ଅନ୍ୟମାନଙ୍କ କଥାକୁ ପ୍ରାଧାନ୍ୟ ନ ଦେଇ କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି। ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ପଡୋଶୀ ସାହାଯ୍ୟ କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
ତୁଳା
ତୁଳା
କାର୍ଯ୍ୟ ହାସଲ କରିବା ପରିପ୍ରେକ୍ଷୀରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଶାରୀରିକ ସ୍ବାସ୍ଥ୍ୟ ଓ କାର୍ଯ୍ୟହାନି ଘଟିବା ହେତୁ ମାନସିକ ସ୍ଥିରତା ଠିକ୍‌ ରହିବ ନାହିଁ। ପରିବାରର କୈାଣସି ବ୍ୟତିକ୍ରମକୁ ଭଲ ସମ୍ପର୍କ ନଥିବା ବନ୍ଧୁମାନେ ଅତିରତ୍ତ କରି ପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପୂର୍ଣ୍ଣ ସନ୍ତୋଷ ପାଇବା କାଠିକର ପାଠ ହୋଇପାରେ।
ବିଛା
ବିଛା
ଆଦୈା ଇଛା ନଥିଲେ ମଧ୍ୟ କେତେକ କାମ ବାଧ୍ୟ ହୋଇ କରିବାକୁ ପଡିବ। ସାହାଯ୍ୟ, ସହଯୋଗ ଅଭାବରୁ କୌଣସି କାମ ଶୃଙ୍ଖଳିତ ହୋଇପାରିବ ନାହିଁ। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ଭାଇ ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ।
ଧନୁ
ଧନୁ
ଆପଣଙ୍କ ଅଭାବନୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ଆର୍ଥିକ ସାହାଯ୍ୟ କରିପାରନ୍ତି। କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ ରହିଥିବା ସମୟରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ନିର୍ମାଣ, ଯାତ୍ରା, ଆନଷ୍ଠାନିକ କାମ, ପରିବହନ, ଶିଳ୍ପ ତଥା ବାଣିଜ୍ୟ କ୍ଷେତ୍ରରେ ଅଭ୍ୟୁଦୟୋ ଘଟିବ। ପୁରାତନ ରୋଗପୀଡାରୁ ପୀଡା ବୃଦ୍ଧି ହୋଇପାରେ।
ମକର
ମକର
ସମସ୍ୟା ଆସିଲେ ମଧ୍ୟ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ବିବାଦୀୟ ଘଟଣା, ପାରିପାର୍ଶ୍ୱିକ ପରିସ୍ଥିତି, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। ଅଫିସରେ ଫାଇଲ୍‌ କାମ ସଜାଡିବାରେ ଅପେକ୍ଷାକୃତ ଅସୁବିଧା ଭୋଗିପାରନ୍ତି।
କୁମ୍ଭ
କୁମ୍ଭ
ସତର୍କତା ଅଭାବରୁ ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଆତ୍ମୀୟ ସ୍ବଜନମାନେ କ୍ରମଶଃ ଦୂରେଇଯିବାର ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟସମସ୍ୟା ପୂର୍ବପରି ରହିବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ମୀନମୀନ
କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ ହେବ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣା ବଳୀ ମନକୁ ବାରମ୍ବାର ଆଲୋଡିତ କରିବ। ଆପଣ ମନେ ମନେ ଯାହା ଭାବୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ କେନ୍ଦ୍ରସ୍ଥ ଚନ୍ଦ୍ର ପ୍ରଭାବରେ ଲୋକପ୍ରିୟତା, ଜନସମର୍ଥନ ଓ କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ। ବିଭିନ୍ନ ଦିଗରେ ଖର୍ଚ୍ଚ ପରିମାଣ ବଢ଼ିଯିବ। ଭ୍ରମଣହେତୁକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri