Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ
ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ୍‌ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାର ଆଶଙ୍କା ରହିଛି।
ବୃଷ
ବୃଷ
ରାଶିସ୍ଥ ଶୁକ୍ର ଯୋଗୁଁ ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ,କିନ୍ତୁ ଲାଭ ପାଇବାରେ ସନ୍ତୁଷ୍ଟ ହୋଇପାରିବେନାହିଁ। ବନ୍ଧୁ ମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାର ଆଶା ରହିଛି। ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରି ପାରନ୍ତି। ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା,କଳା,ସାହିତ୍ୟ,ଚଳଚ୍ଚିତ ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
ଦ୍ୱାଦଶସ୍ଥ ରାହୁ ଓ ଚନ୍ଦ୍ର ହେତୁ ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ। ସହକର୍ମୀଙ୍କ ସୈାହର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ,ଫଳରେ ବିବାଦ ବଢିବ ସିନା କିଛି ଲାଭ ହେବନି।
ସି˚ହ
ସି˚ହ
ଉଚ୍ଚସ୍ଥ ମଙ୍ଗଳ ଜନିତ ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ, କଳା, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା,ଅଶାନ୍ତି, ଓ ଋଣଭାର କ୍ରମଶଃ ହ୍ରାସ ପାଇବ। ବିବାଦୀୟ ଘଟଣାରେ ବିଜୟଲାବ କରିବାର ଆଶା ରହିଛି।
କନ୍ୟା
ସାମୁହିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପାଖ,ପଡୋଶୀଙ୍କ ସହ ପଇସା ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି।
ତୁଳା
ତୁଳା
ତୃତୀୟ ଷଷ୍ଠାଧିପ ବୃହସ୍ପତି ଯୋଗୁଁ ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବାର ଆଶା ରହିଛି। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଶିଳ୍ପ,ବାଣିଜ୍ୟ,ପରିବହନ,ସଭାସମିତି,ରାଜନୀତି, ସଂଗଠନ, ଗବେଷଣା, ଓ ପ୍ରତିଯୋଗୀତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ଭାଗ୍ୟଧିପ ଅଷ୍ଟମସ୍ଥ ପାପଗ୍ରହ ଯୁକ୍ତ କାରଣରୁ ଆପଣ ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବାକୁ ଚେଷ୍ଟା କରିବା ଭଲ ହେବ। ବିଗତ ଦିନର କୈାଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢିପାରେ। ମାତ୍ରାଧିକ ଭ୍ରମଣ କିମ୍ବା କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ପାରିପାଶ୍ୱିକ ପରିସ୍ଥିତି ଭଲ ନଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଦୁଃସାହାସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁ ମାନଙ୍କ ସହ ନୁତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ପୂର୍ବାଷାଢା ନକ୍ଷତ୍ର ଅର୍ଥ ଓ ସମ୍ମାନ ମିଳିବ,ବ୍ୟବସାୟିକ ଉନ୍ନତି କରିବେ।
ମକର
ମକର
ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। କାଳେ ଦେବାକୁ ପଡିପାରେ,ଏହି କଥା ଚିନ୍ତା କରି ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ବନ୍ଧୁମାନଙ୍କ ସହ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ।
କୁମ୍ଭ
କୁମ୍ଭ
ରବି ଉଚ୍ଚସ୍ଥ ହେତୁ ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହ, ଯାହାକି ଅନର୍ଥର କାରଣ ହୋଇପାରେ। ଶନିଙ୍କ ପ୍ରଭାବରେ ଆଇନ ସହାୟତା ଲାଭକରି ଦୂରଯାତ୍ରା ଆଶା ପୂରଣ ହେବାର ସମ୍ଭାବନା ରହିଛି।
ମୀନମୀନ
ଶୁକ୍ର ପ୍ରଭାବରେ ପାଖ,ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡି ହେବ ନାହିଁ। ବାଣିଜ୍ୟ,ବ୍ୟବସାୟରେ ଲାଭ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri