Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରି ୨୧ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। ମାଲିମକଦ୍ଦମାରେ ବାଇଦା ପଡ଼ିବାକୁ କେନ୍ଦ୍ରକରି ମନରେ ସଂଶୟ ଉତ୍ପନ୍ନ ହୋଇପାରେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆର୍ଥିକ ସ୍ଥିତିରେ ଦ୍ରୁତ ପରିବର୍ତ୍ତନ ପରିଲକ୍ଷିତ ହୋଇପାରେ।
ବୃଷ
ବୃଷ
ଆଗାମୀ ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ତଥାପି ନିକଟ ସମ୍ପର୍କୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ପୂର୍ବାପେକ୍ଷା ବହୁତ ଭଲ ରହିବ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଦିଗରୁ ଶୁଭଫଳ ପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟ ପ୍ରତି ସତର୍କ ରହି କାମ କରିବା ଭଲ। ପୁନର୍ବସୁ ନକ୍ଷତ୍ର ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବା ଜନିତ ଉତ୍ସାହର ସହ କାମ କରିବେ। କିନ୍ତୁ ଜମିଜମା କାରବାର ,ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବା ସୂଚନା ରହିଛି। ବିଶେଷ ଭ୍ରମଣ କିମ୍ବା ଥଣ୍ଡାଜନିତ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି ।
କର୍କଟ
କର୍କଟ
ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବା କାରଣରୁ ଅନ୍ୟ ଉପରେ ନିର୍ଭର କରିବାକୁ ବାଧ୍ୟ ହେବେ। ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ସାମୟିକ ହଡ଼ବଡ଼େଇଯିବା ସୂଚନା ରହିଛି। ଅର୍ଥ ସମସ୍ୟା, ଯାନବାହନ, ନିର୍ମାଣ କାମ, ସଭାସମିତି ଓ ମାଙ୍ଗଳିକ କାର୍ଯ୍ୟରେ ବାଧା ଉପୁଜିବାର ଆଶଙ୍କା ଦେଖାଦେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଶିଳ୍ପ, ବ୍ୟବସାୟ, ସଭାସମିତି ପ୍ରଭୃତି କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ। ଶିକ୍ଷା, ପରୀକ୍ଷା, ଆଲୋଚନା, ଇଣ୍ଟରଭ୍ୟୁ, ସ୍ଥାପନ କ୍ଷେତ୍ରରୁ ସୁଫଳ ପାଇବେ। ବିବାଦର ସମାଧାନ ପରିପ୍ରେକ୍ଷୀରେ ହିତୈଷୀଙ୍କ ପରାମର୍ଶକୁ ଅନିଚ୍ଛା ସତ୍ତ୍ୱେ ଗ୍ରହଣ କରିବାକୁ ବାଧ୍ୟ ହେବେ।
କନ୍ୟା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସକାଳୁ ସକାଳୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବା ଆଶଙ୍କା ରହିଛି। ନିଜ ପରିବେଶର ବ୍ୟକ୍ତିବିଶେଷଙ୍କ ଅନୁରୋଧକ୍ରମେ ଧର୍ମାନୁଷ୍ଠାନ କିମ୍ବା ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି। ନୂତନ ବସ୍ତ୍ର ଓ ଆଳଙ୍କାରିକ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ।
ତୁଳା
ତୁଳା
କିଛି ନା କିଛି ସମସ୍ୟା ଦେଖାଦେଉଥିବାରୁ ପ୍ରତ୍ୟେକ କାମ ବହୁ ଡେରିରେ ସମ୍ପନ୍ନ ହେଉଥିବାରୁ ମନଟା ଭଲ ଲାଗିବ ନାହିଁ। ଖଳଲୋକମାନଙ୍କ କଥାକୁ ବିଶ୍ୱାସକରି ନିଜର ଅତି ବିଶ୍ୱସ୍ତ ବ୍ୟକ୍ତି ନିକଟରୁ ଆସ୍ଥା ହରାଇପାରନ୍ତି। ସଭାସମିତିରେ ଗୁରୁଜନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବା ସହ ଅର୍ଥ ଲାଭରୁ ଖୁସି ରହିବେ।
ବିଛା
ବିଛା
ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି କରି ନିଜର ମତ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇପାରନ୍ତି। ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଅଫିସ୍‌ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରହିବା ଭଲ ହେବ। ବିବାଦୀୟ ପରିସ୍ଥିତିରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ଖର୍ଚ୍ଚ ପରିମାଣ ବଢ଼ିଯିବା କାରଣରୁ ମାନସିକ ସ୍ଥିତି ବିଗିଡ଼ିଯିବ। ମାନସିକ ସ୍ଥିତି ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଅସ୍ବୀକାର କରିପାରନ୍ତି। ବୃତ୍ତିଗତ ଧନ୍ଦା ଓ ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରିବାରେ ସଫଳ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଭାବପ୍ରବଣତାବଶତଃ ଅଯଥା କଳହରୁ ଦୂରେଇରୁହନ୍ତୁ। ମୂଲ୍ୟବାନ୍‌ ଜିନିଷ କିଣିବା କାରଣରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ବିପଦପୂର୍ଣ୍ଣ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରିବେ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ର, ପରିବାର, ଯାନବାହନ, ବନ୍ଧୁ ସମ୍ପର୍କକୁ ଦୃ ଢ଼ୀଭୂତ କରିବାର ସଫଳତା ପାଇବେ। ଧନିଷ୍ଠା ନକ୍ଷତ୍ର ଅନ୍ୟମାନଙ୍କ ସକାଶେ ଭଲ କରିବାକୁ ଯାଇ ବିନା କାରଣରେ କଳହକୁ ନିୟନ୍ତ୍ରଣ କରିପାରନ୍ତି। କୌଣସି ସ୍ଥାନକୁ ଯାତ୍ରା କରିବାକୁ ମନସ୍ଥକରି ବାଟରୁ ଫେରି ଆସିବାକୁ ପଡ଼ିପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବେ
ମୀନମୀନ
ଅର୍ଥନୈତିକ ପରିସ୍ଥିତି ବିଗିଡ଼ିଯିବା କାରଣରୁ ଲୋନ୍‌ କରିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହ ଯୁକ୍ତିତର୍କଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ଚିନ୍ତିତ ରହିପାରନ୍ତି ଏବଂ ଏଥିସକାଶେ ବିହିତ ବ୍ୟବସ୍ଥା କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା ମଧ୍ୟ କରି ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri