Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରି ୨୮ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ସୁଧୁରି ଯିବ। ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜନିଷ କିଣା ବିକା କ୍ଷେତ୍ରରେ ସୁଫଳ ପାଇବେ। ପାଖ ପଡୋଶୀ, ସହକର୍ମୀଙ୍କ ସହ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଅଫିସ୍‌କୁ ଯିବା ବାଟରେ ଅଜଣା ବ୍ୟକ୍ତି ସହ ଯୁକ୍ତିତର୍କ ଲାଗିପାରେ। କୌଣସି ନୂଆକାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ। ଆବଶ୍ୟକୀୟ ଜିନିଷ କିଣିବା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସାହିତ୍ୟ ଓ ସାମ୍ବାଦିକତା ରାଜନୀତି ଓ ସଙ୍ଗଠନ ପାଇଁ ଭଲ।
ମିଥୁନ
ମିଥୁନ
ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ ଦେଖା ପାଇପାରିବେ ନାହିଁ। କିନ୍ତୁ ପୁନର୍ବସୁ ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ବହୁତ ଲଢେଇ ଜାରି ରଖିବାକୁ ପଡିବ। ଘରୋଇ କଥାରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ମନସ୍ତାପ କରିବେ। କର୍ମକ୍ଷେତ୍ରରେ ସାମାନ୍ୟ କଥାରେ ଦ୍ୱନ୍ଦ୍ବରେ ପଡିପାରନ୍ତି।
କର୍କଟ
କର୍କଟ
ଆବଶ୍ୟକୀୟ ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା କରି ଖର୍ଚ୍ଚ କରି ପାରିବେ ନାହିଁ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। ବନ୍ଧୁ ବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ,ଏଣୁ ବୁଝି ବିଚାରି କାମ କରିବାଭଲ ହେବ। ପାରିବାରିିକ କ୍ଷେତ୍ର ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ପାରିବାରିକ ସମର୍ଥନ କ୍ରମେ କୌଣସି ନୂଆ କାମ ହାତକୁ ନେବେ ଓ ତଦନୁଯାୟୀ କାମ ମଧ୍ୟ ଆରମ୍ଭ କରି ଦେଇ ପାରନ୍ତି। ନିରପେକ୍ଷତା ଅବଲମ୍ବନ ନକଲେ ଘରେ ହେଉ କିମ୍ବା କର୍ମକ୍ଷେତ୍ରରେ ହେଉ ସମାଲୋଚିତ ହେବାକୁ ପଡିବ। ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ କିମ୍ବା ପଡୋଶୀଙ୍କ ସହ କାମ କରିବାର ସୁଯୋଗ ପାଇବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିବ। କେତେକ କାମ ଅଟକି ରହିଥିବା କାରଣରୁ ଟେନସନ୍‌ କିଛି ମାତ୍ରାରେ ଲାଗିରହିବାର ଆଶଙ୍କା ରହିଛି। ଘରୋଇ କଳହକୁ ନେଇ ଅଶାନ୍ତି ଜନିତ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। ବ୍ୟବସାୟ ପାଇଁ ଦିନଟି ଭଲ ଏବଂ ଆଜିର ଯାତ୍ରାରେ ଆଶା ପୂରଣ ହେବ।
ତୁଳା
ତୁଳା
ନିକଟ ସମ୍ପର୍କୀୟ କେତେକ ବ୍ୟକ୍ତି ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାରର କଟୁକ୍ତି ପ୍ରକାଶ କରିପାରନ୍ତି। ଯେତେ ତୁନିତାନି କରି ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ।
ବିଛା
ବିଛା
ଆଗାମୀ ସମୟର କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁ ମାନଙ୍କ ସହଯୋଗ ଆଶା କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରହିବା ଭଲ ହେବ। ବ୍ୟବସାୟ, ପରିବହନ, ରାଜନୀତି, କଳା ସାହିତ୍ୟ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ରହିଥିଲେ ମଧ୍ୟ ସତର୍କତା ଅବଲମ୍ବନ କରିବା ଭଲ ହେବ।
ଧନୁ
ଧନୁ
ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆଗାମୀ ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରି ପାରନ୍ତି। କେତେକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆଳସ୍ୟ ଯୋଗୁ ବନ୍ଧୁମହଲରେ କିମ୍ବା ସାମାଜିକ ସ୍ତରରେ ପରୋକ୍ଷଶତ୍ରୁତା ହେତୁ ବ୍ୟସ୍ତତା ଅନୁଭବ କରିବେ।
ମକର
ମକର
ଆନୁଷ୍ଠାନିକ କିମ୍ବା ସାମାଜିକ କ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡା ହୋଇପାରେ। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ, ମାତ୍ର ନିଜ ଦୋଷକୁ ସ୍ବୀକାର କରିନେବା ଭଲ। ବ୍ୟବସାୟ,ବାଣିଜ୍ୟ ଓ ପରିବହନ ପାଇଁ ପ୍ରତିବନ୍ଧକର ସାମାନ କରିବାକୁ ପଡିପାରେ। ନିଜ ଆଶା ଅନୁଯାୟୀ କାମରେ ପ୍ରବୃତ୍ତ ହୋଇ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ଆପଣ ସାଧାରଣ କଥାକୁ ବଡ ଆକାରରେ ଚିନ୍ତର କରି ବେଶୀ ବ୍ୟସ୍ତ ହୋଇ ପାରନ୍ତି। ବ୍ୟବସାୟିକ ସ୍ଥିତି ମନ୍ଦ ହେବନି କିନ୍ତୁ ଋଣ ପରିଶୋଧ ସକାଶେ ମାନସିକ ବ୍ୟସ୍ତତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବାର ଆଶା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
ମୀନମୀନ
ଆର୍ଥିକ ଦୂରବସ୍ଥାର ପରିବର୍ତ୍ତନ ଜନିତ ମାନସିକ ଶାନ୍ତି ଓ ଆନନ୍ଦର ପରିଚାୟକ ହେବ। ପାରିବାରିକ କ୍ଷେତ୍ରରେ ଯେତେ ପ୍ରକାରର ମନ ଧରି କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସହଜରେ ପୂର୍ଣ୍ଣମାତ୍ରାରେ ସନ୍ତୁଷ୍ଟ କରି ପାରିବେ ନାହିଁ। ଅର୍ଥ ଲାଭ, ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri