Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୨୩ ତାରିଖ – Daily Horoscope

ମେଷ
ଆଜି ରବି ଓ ଚନ୍ଦ୍ର ଏକରାଶିରେ ଅବସ୍ଥାନ କରି ପାପପ୍ରଭାବସ୍ଥ ଯୋଗୁ ମାନସିକ ସ୍ତରରେ ନିରୁତ୍ସାହତା ଓ ଗ୍ଲାନି ସୃଷ୍ଟିହେବ। ବନ୍ଧୁବାନ୍ଧବ କ୍ଷେତ୍ରରେ ବିଶେଷ ଉନ୍ନତି ପରିଲକ୍ଷିତ ହେବନାହିଁ। ତଥାପି କୃତ୍ତିକା ନକ୍ଷତ୍ର ସବୁକଥାକୁ ଭଲରୂପେ ବିଚାର କରି କାମ କରନ୍ତୁ, ନତୁବା ବିଭିନ୍ନ ଦିଗରୁ ସମସ୍ୟା ମାଡ଼ି ଆସିପାରେ।
ବୃଷ
ବୃଷ
କେତୁ ଓ ଶୁକ୍ରଙ୍କ ଷଡାଷ୍ଟକ ସ୍ଥିତି ଆପଣଙ୍କ ନିକଟରୁ ସୁଖ, ଆନନ୍ଦ ଓ ଉଲ୍ଲାସକୁ ଛଡ଼ାଇ ନେଇପାରେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବାର ସୂଚନା ରହିଛି। ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ମିଥୁନ
ମିଥୁନ
ସ୍ବଗୃହୀବୁଧ ଏକାଧିକଗ୍ରହ ମଧ୍ୟରେ ନିସ୍ତେଜତା ଅନୁଭବ କରୁଥିବାରୁ କାରଣରୁ ସ୍ବାସ୍ଥ୍ୟ ବିଶେଷ ଭଲ ରହିବ ନାହିଁ। ପରିସ୍ଥିତିବଶତଃ ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍‌ ଦୂରକୁ ଯାଇ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାକୁ ପଡ଼ିପାରେ।
କର୍କଟ
କର୍କଟ
କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ସଙ୍ଗକୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ପରିବାରର ଖର୍ଚ୍ଚବୃଦ୍ଧି ସଙ୍ଗକୁ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିବ୍ରତ କରିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପରିବହନରେ କିଛି ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।
ସି˚ହ
ସି˚ହ
ରାହୁ ଓ ରବିଙ୍କ ସମ୍ବନ୍ଧ କାରଣରୁ କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ,ଏଣୁ ବ୍ୟସ୍ତତା ବୃଦ୍ଧି ପାଇବ।
କନ୍ୟା
ଶନି ସହ ବୁଧଙ୍କ ସଂଯୋଗର କୁପ୍ରଭାବରୁ ସନ୍ଦେହାମତ୍କ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡିପାରେ। ଅପୂରଣୀୟ ଆଶା ଓ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ।
ତୁଳା
ତୁଳା
ପରିସ୍ଥିତି ଓ ପରିବେଶର ବିଷମତା ମାନସିକ ଅସ୍ଥିରତା କାରଣ ହୋଇପାରେ। ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ଜୀବନଯାତ୍ରା ଖରାପ ଦିଗକୁ ଗତି କରିବ। ମୂଲ୍ୟବାନ ଜିନିଷ ଖରିଦ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ।
ବିଛା
ବିଛା
ପରିବାରରେ ଭୁଲ୍‌ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡିବାକୁ ଯାଇ ଅସ୍ଥିରତା ଲାଗି ରହିବ। ପାରିବାରିକ ଶୃଙ୍ଖଳା ବ୍ୟତିରେକ ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ, ଯଦ୍ଦ୍ବାରା କି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ।
ଧନୁ
ଧନୁ
ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହେବା ଠିକ୍‌ ହେବନି। ପୃଷ୍ଠପୋଷକତା ଲାଭକରି ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ବନ୍ଧୁଙ୍କ ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସୀ ରହିବ।
ମକର
ମକର

ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଦସ୍ଥ ବ୍ୟକ୍ତି ବିଶେଷଙ୍କ ସହାୟତାରେ କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ଟିକିଏ ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ।

କୁମ୍ଭ
କୁମ୍ଭ
ମଙ୍ଗଳଙ୍କ ପ୍ରଭାବରେ ବିଭିନ୍ନ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ନିଜର ଲୋକ ମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟଦେଇ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ମୀନମୀନ

ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଉତ୍ତରଭାଦ୍ରପଦ୍‌ ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri