Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ଦିନଟିରେ ବହୁତ ଭଲ କାମଗୁଡ଼ିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ମଧ୍ୟ ସମ୍ମାନିତ ହେବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ମଙ୍ଗଳଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ମଧ୍ୟାହ୍ନରେ ଟେନ୍‌ସନ୍‌ ଦୂର ହେବ ଏବଂ କଳ୍ପନା କିମ୍ବା ଆଶା କରି ନ ଥିବା ଜିନିଷ ଲାଭ କରି ଖୁସୀ ହୋଇଯିବେ। କଳା, ସାହିତ୍ୟ, ସଙ୍ଗୀତ ଓ ବକ୍ତୃତା କ୍ଷେତ୍ରରୁ ସୁଫଳ ମିଳିବ ଓ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ମନକଥା ମନରେ ରଖିପାରିବେ ନାହିଁ, ଫଳରେ ପାରିବାରିକ ସମସ୍ୟା ସୃଷ୍ଟି ହେବ। ସାମାଜିକ କ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ମଙ୍ଗଳଙ୍କ ଦୃଷ୍ଟିରେ ରବିଙ୍କ ଯୋଗୁ ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ବନ୍ଧୁ ମାନଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ।
ସି˚ହ
ସି˚ହ
ଶୁକ୍ରଙ୍କ କୁପ୍ରଭାବରେ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସୂଚନା ରହିଛି। ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ ଓ କେତେକ କ୍ଷେତ୍ରରେ ଅର୍ଥସାହାଯ୍ୟ ମଧ୍ୟ ଦେଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାରେ ହେଲା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ।
କନ୍ୟା
ବୁଧ ଗୃହରେ ରବିଙ୍କ ସ୍ଥିତି କାରଣରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପରିବାରର ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପାଖ,ପଡ଼ୋଶୀଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅର୍ଥ ସଂକଟ ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
ଆଜି ସ୍ବାତୀ ନକ୍ଷତ୍ର ଯାହା ଚାହୁଁଥିଲେ ତାହା ପାଇବେ ନାହିଁ କିନ୍ତୁ ଯାହା ଆଶା କରୁ ନ ଥିଲେ ତାହା ପାଇ ଖୁସୀ ହୋଇ ଯିବେ। ରୋଜଗାର ବୃଦ୍ଧି ପାଇବ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ବନ୍ଧୁ ସାହାଯ୍ୟ କରିବେ। ପରିବହନ, ରପ୍ତାନି, ବାଣିଜ୍ୟ, ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ।
ବିଛା
ବିଛା
ଅସାଧ୍ୟ କାମଗୁଡିକୁ ସାଧନ କରିବାରେ ସମର୍ଥ ହେବେ। ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର କୌଣସି ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିବ।
ଧନୁ
ଧନୁ
ମୂଳା ନକ୍ଷତ୍ରର ପରୋକ୍ଷଶତ୍ରୁତା କାରଣରୁ ନିଜ ଲୋକମାନଙ୍କ ନିକଟରୁ କ୍ରମଶଃ ଦୂରେଇ ଯାଇ ପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି। ଘରେ ବିତର୍କକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର

ହଠାତ୍‌ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିିଲକ୍ଷିତ ହେବାରୁ ଦୁଶ୍ଚିନ୍ତା ବଢିଯାଇପାରେ। ଅର୍ଥ ସାହାଯ୍ୟ ପାଇବା ଆଶାରେ ସହକର୍ମୀଙ୍କୁ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବେ। ଆପଣଙ୍କ ପାଇଁ ବିଚାର ବଦଳି ଯାଇପାରେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବା ସକାଶେ ଆପ୍ରାଣ ଚେଷ୍ଟା କରିବେ ।

କୁମ୍ଭ
କୁମ୍ଭ
ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ। ଶତଭିଷା ନକ୍ଷତ୍ର ଜମା ଭଲ ପଡୁ ନ ଥିବା ଅନ୍ୟମାନଙ୍କ ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ କିମ୍ବା ଆଲୋଚନା କାଳରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପରିବାରର ବ୍ୟତିକ୍ରମ ଘଟଣାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ।
ମୀନମୀନ

ରେବତୀ ନକ୍ଷତ୍ର ଅଯଥା ଭାବପ୍ର୍ରବଣତାରେ ଭାସିଯାଇ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତ। ଦୂରଭିସନ୍ଧି ରଖି ପାଖ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତି ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri