Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ ୧୮ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ିନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରିପାଇବା କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ। କ୍ରମଶଃ ଦୂରେଇଯାଉଥିବା କୌଣସି ଆମତ୍ୀୟଙ୍କ ପାଇଁ ମନ ଛଟପଟ ହେବ। ହାତରୁ ଖାଇ ପର ପାଇଁ ଖଟିବେ ଓ ପରେ ଅନୁତାପ କରିବେ।
ବୃଷ
ବୃଷ
ବହୁଦିନ ହେଲା ଯାହା ପାଇବାକୁ ଚେଷ୍ଟାକରି ପାଇ ନ ଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ । ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତମାନର ଫଳ ପାଇବେ। ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟାକଲେ ମଧ୍ୟ ସେମାନେ ଆପଣଙ୍କୁ ଅସ୍ବୀକାର କରିବେ। କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ପ୍ରସ୍ତୁତି ଆରମ୍ଭ କରିବେ। ସାଧାରଣ କଥାକୁ ନେଇ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ। ଆଜିର ଯାତ୍ରା,ବାଣିଜ୍ୟ,ବ୍ୟବସାୟାଦି ମନ୍ଦ ହେବନାହିଁ।
କର୍କଟ
କର୍କଟ
ଆନୁଷ୍ଠାନିକ କାମରେ କୌଣସି ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁକମ୍ପା ଲାଭକରି ମନ କଥାକୁ ପ୍ରକାଶ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଖୋଲା ମନନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି। କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହେବ। ପାରିବାରିକ ସ୍ତରରେ ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ପରିସ୍ଥିତିର ତାଡ଼ନାରେ କଠିନ ପରିଶ୍ରମଜନିତ କାରଣରୁ ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ କାମ କରି ବିଭିନ୍ନ ବର୍ଗର ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଶଂସିତ ହେବେ।
କନ୍ୟା
ଦୀର୍ଘଦିନର କଳ୍ପନାପ୍ରସୂତ ନୂତନ କାମଟି ପାଇଁ ପ୍ରସ୍ତୁତି ଜୋର୍‌ସୋରରେ ଆରମ୍ଭ କରିବାକୁ ମନସ୍ଥ କରିବେ। ପରିସ୍ଥିତିର ସାମ୍‌ନା କରିବାକୁ ଯାଇ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବାକୁ ବାଧ୍ୟ ହେବେ। ପରିବାରରେ ପିଲାଙ୍କ ପାଇଁ ଜଞ୍ଜାଳ କ୍ରମଶଃ ବୃଦ୍ଧି ପାଇବା ହେତୁ ସାମୟିକ ଦୁଶ୍ଚିନ୍ତାଗ୍ରସ୍ତ ହେବେ।
ତୁଳା
ତୁଳା
କଠିନ ଶ୍ରମ ଓ ଭ୍ରମଣଜନିତ ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହେବା ସମ୍ଭାବନା ରହିଛି। କଚେରି ମାମଲାରେ ସମସ୍ୟା କ୍ରମଶଃ ବୃଦ୍ଧି ପାଇବାକୁ ନେଇ ଚିନ୍ତିତ ରହିପାରନ୍ତି। ଶତ୍ରୁତା ହଠାତ୍‌ ପ୍ରଶମିତ ନ ହୋଇପାରେ, କିନ୍ତୁ କିଛି ସମୟ ପାଇଁ ମଳିନ ରହିବ।
ବିଛା
ବିଛା
ବହୁ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ବିଚଳିତବୋଧ କରିପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ପାଖ ପଡ଼ୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ ା ପାରିବାରିକ କ୍ଷେତ୍ରରେ ସବୁକଥାରେ ହଁ ଭରିବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତତା ଅନୁଭବ କରିପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ ହଠାତ୍‌ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି। ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ଓ ଅମନଯୋଗୀ ସ୍ବଭାବରେ ପରିବର୍ତ୍ତନ ପାଇଁ ଯଥାସାଧ୍ୟ ଚେଷ୍ଟା କରିପାରନ୍ତି। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷାକରି ବିରକ୍ତି ଅନୁଭବ କରିବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, ସଭାସମିତି, ନୂତନ କର୍ମାରମ୍ଭ ବିନା ବାଧାବିଘ୍ନରେ ସମାପନ ହେବ। କର୍ମକ୍ଷେତ୍ରରେ କିଛି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଅନ୍ୟମାନଙ୍କ ପ୍ରେରଣାରେ ଉଦ୍‌ବୁଦ୍ଧ ହୋଇ ଜନହିତକର କାର୍ଯ୍ୟରେ ନିଜକୁ ଲଗାଇପାରନ୍ତି।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ରୋଗଣା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ। ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ରହି ପାରନ୍ତି। ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହୋଇପାରିବ।
ମୀନମୀନ
ଆଜି କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ରହିବେ। ବିବାଦୀୟ କ୍ଷେତ୍ର କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ା ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଏଣୁ ସରକାରୀସ୍ତରରୁ ଋଣ ଆଣିବା ସକାଶେ ମନ ବଳାଇପାରନ୍ତି। ପରୋକ୍ଷ ଭାବେ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri