Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ କୌଣସି ଏକ ଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିବେ। ଲେଖାପଢା, ସଭାସମିତି, ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ। ଗୁରୁଜନମାନଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବା ସଙ୍ଗକୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଆଜି ଦିନ ଭିତରେ ପୂର୍ବ ନିର୍ଦ୍ଧାରିତ ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ। ଉଦ୍ୟମ ସଫଳ ଦିଗରେ ଜଣେ ଜଣାଶୁଣା ଗୌରବର୍ଣ୍ଣର ବ୍ୟକ୍ତି ସାହାଯ୍ୟ କରିପାରନ୍ତି। ଯାତ୍ରା କାଳରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ, ଯାହା କି ଅନର୍ଥର କାରଣ ହୋଇପାରେ।
କର୍କଟ
କର୍କଟ
କର୍ମାଧିପତିଙ୍କ ଦୁର୍ବଳତା କାରଣରୁ ଅସ୍ଥିରତା ଲାଗି ରହିବ। ଉଚ୍ଚବର୍ଗଙ୍କ ସାହାଯ୍ୟରେ କାର୍ଯ୍ୟସିଦ୍ଧି ଘଟିବା ସହ ବନ୍ଧୁମିଳନରୁ ଉତ୍ସାହିତ ହେବେ। ରୋଗ, ଋଣ ଓ ଶତ୍ରୁତା କାରଣରୁ ମାନସିକ ସ୍ଥିରତା ରହି ନ ପାରେ। ଭୁଲ୍‌ ବୁଝାମଣାରୁ ଅତିପ୍ରିୟ ବନ୍ଧୁଙ୍କ ସହ ମନାନ୍ତର ହୋଇପାରେ। ପାରିବାରିକ ସମସ୍ୟାକୁ ସମାଧାନ ସକାଶେ ଚେଷ୍ଟା କରିବେ।
ସି˚ହ
ସି˚ହ
ପରିସ୍ଥିତିରେ ପଡି ଇଚ୍ଛା ନ ଥିଲେ ମଧ୍ୟ ନିକଟ ସମ୍ପର୍କୀୟ ମାନଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। କୌଣସି ଅତ୍ୟାବଶ୍ୟକ ଜିନିଷ ଅଭାବରୁ କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆଶାଜନକ ସୁଫଳ ପାଇବେ।
କନ୍ୟା
ମାନସିକ ଅସ୍ଥିରତା କାରଣରୁ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିବା କାରଣରୁ ମନ ବିଚଳିତ ରହିବ। ସହକର୍ମୀଙ୍କ ସହଯୋଗରେ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜିର ସକାଳୁଆ ଯାତ୍ରାରେ ସଫଳତା ମିଳିବା ସହ ଆଶା ପୂରଣ ହୋଇଯିବ। କର୍ମକ୍ଷେତ୍ରରେ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ଥତା ଦୂର ହୋଇଯିବ। ସତର୍କରେ ଚଳନ୍ତୁ, ଅନ୍ୟଥା ନିଜର ପାଖ ଲୋକମାନେ ଅପପ୍ରଚାର କରିପାରନ୍ତି। ଉପକୃତ ବ୍ୟକ୍ତିମାନେ ପୂର୍ବ ସାହାଯ୍ୟକୁ ପାସୋରି ଶତ୍ରୁତା କରିପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ। ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହେବ ନାହିଁ ଏବଂ ସ୍ବାସ୍ଥ୍ୟ ମଧ୍ୟ ଭଲ ରହିବ ନାହିଁ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୂଳ ସୁ୍‌ଯୋଗ ସୃଷ୍ଟି ହୋଇପାରେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣାରେ ଆପଣଙ୍କ ପାଖ ମାଡି ନ ପାରେ।
ମକର
ମକର
ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ଅନ୍ୟ ମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଅନୁରୋଧରେ ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇବେ। ଖାଦ୍ୟପେୟରେ ସତର୍କ ନ ରହିବା କାରଣରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ। ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନମୀନ
ସାମାନ୍ୟ ସ୍ବାର୍ଥତ୍ୟାଗ ଓ ସହନଶୀଳତା କାରଣରୁ ଅନ୍ୟମାନଙ୍କୁ ଆପଣାର କରିପାରିବେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri