Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ସ୍ବରାଶିରେ ଚନ୍ଦ୍ର ଅବସ୍ଥାନ କରିଥିବାରୁ କାମଗୁଡିକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତି ନେବେ ଏବଂ କାମ ମଧ୍ୟ ହୋଇଯିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। ଜଳ, ତୈଳ, ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ ଏବଂ ପରିବହନ ପାଇଁ ମଧ୍ୟ ମନ୍ଦ ହେବନି । ସଙ୍ଗଠନ ଓ ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କର ପାରିବେ।
ବୃଷ
ବୃଷ
ଆଜି ଆପଣ ଯାହାକୁ ଯାହା କହିବେ ସେହି ବ୍ୟଚ୍ଛି କଦାପି ଆପଣଙ୍କ କଥାକୁ ଅସ୍ବୀକାର କରିବ ନାହିଁ। ଏହା ସଙ୍ଗକୁ ପ୍ରତ୍ୟେକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ପାଖ ପଡୋଶୀଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ସତର୍କରେ ଚଳନ୍ତୁ, ନତୁବା ଝାମେଲା ବଢି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ ଯାହାକି ଦୁଃଶ୍ଚିନ୍ତାର କାରଣ ହୋଇଯିବ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଆଜିର ଯାତ୍ରା ସମୟରେ ଯାନ ବାହାନରେ ସତର୍କ ରୁହନ୍ତୁ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ ଫଳରେ ଟେନ୍ସନ ଲାଗି ରହିବ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ କିମ୍ବା ସଙ୍ଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
କାମ ହାସଲ ସକାଶେ ଅର୍ଥ ପ୍ରାପ୍ତିର ଉତ୍କଟ ଚିନ୍ତା ପରିଲକ୍ଷିତ ହେବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ।
କନ୍ୟା
ଆଜି ଯାହା ଚାହିଁବେ ତାହା ପାଇବେ ମାତ୍ର ସମୟୋପଯୋଗୀ କାର୍ଯ୍ୟଶୈଳୀ ଠିକ୍‌ ରହିବା ଦରକାର। ସ୍ବାସ୍ଥ୍ୟରେ ସମାନ୍ୟ ବ୍ୟତିକ୍ରମ ଦେଖାଦେବ ଅବଶ୍ୟ ବିଶେଷ ଅସୁବିଧା ହେବନାହିଁ। ସୁନା ଜିନିଷ କିମ୍ବା ମୂଲ୍ୟବାନ ବସ୍ତୁ କିଣା ବିକାରେ ସତର୍କତା ଅଭାବରୁ ଠକାମିରେ ପଡିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ସ୍ଥାପନ ଛଳରେ ପାଖେଇ ଆସିପାରେ।
ତୁଳା
ତୁଳା
ପରିସ୍ଥିତି ଓ ପରିବେଶ ବଦଳି ଯିବା କାରଣରୁ ସାମୟିକ ଆଶ୍ୱସ୍ଥି ଅନୁଭବ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରଚ୍ଛି ପ୍ରକାଶ କରିପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ରହିଥିବା ସମସ୍ୟାର ସମଧାନ ହୋଇଯିବ। ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହୋଇପାରେ।
ବିଛା
ବିଛା
ବିକ୍ଷିପ୍ତ ଚିନ୍ତାଧାରା ସଙ୍ଗକୁ ଏକାଧିକ କାମରେ ଅନୁପ୍ରବେଶ ଜନିତ ନାନା ସମସ୍ୟାରେ ପଡ଼ି ବିରସ ମନରେ ରହିପାରନ୍ତି। କଳା, ସାହିତ୍ୟ ଓ ରାଜନୀତି, ଆଲୋଚନା,ସଭାସମିତି ପ୍ରଭୃତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡି ବହୁତ ଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ସ୍ବାସ୍ଥ୍ୟ ଠିକ୍‌ ରହିବା ସହ ମାନସିକ ସ୍ଥିତି ମଧ୍ୟ ବହୁତ ଭଲ ରହିବ। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପ୍ରତିଯୋଗିତାରେ ସଫଳତା ହାସଲ କରିବା ସହ ଶିଳ୍ପ,ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ।
ମକର
ମକର
ଦୀର୍ଘଦିନରୁ ଅଟକି ରହିଥିବା କାମ ଗୁଡିକ ବନ୍ଧୁ ସୁବିଧାରେ କରାଇ ଦେଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଶ୍ରବଣା ନକ୍ଷତ୍ର ସହଜରେ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
ଆଜି ଆପଣ ସ୍ବତନ୍ତ୍ର ଭାବରେ ନିମନ୍ତ୍ରିତ ହୋଇ ବନ୍ଧୁ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ
ପ୍ରତ୍ୟେକ ଦିଗ ଅନୁକୂଳ ରହିଲେ ମଧ୍ୟ ଅନ୍ୟ କେତେକ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ ହେତୁ କାମ ଗୁଡିକ ଅଟକି ଯିବାର ଆଶଙ୍କା ରହିଛି। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମିକ ମନ ଖୁସୀ ରହିବ। ଆଲୋଚନା ଅନୁଯାୟୀ ଆଜିର କାମ ଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବରେ ଗସ୍ତ କାଯର୍‌ୟକ୍ରମ ବଦଳି ଯାଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri