Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ
ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୈାଣସି ପକ୍ଷ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଚଳଚ୍ଚିତ୍ର, ସାହିତ୍ୟ, କଳା, ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ରାହୁଙ୍କ କୁପ୍ରଭାବରେ ଛୋଟ ଛୋଟ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ କଳହ ଲାଗିବ। କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ଧାର କରିବାକୁ ପଡିପାରେ। ଅଯଥା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କର ସମାଲୋଚିତ ହେବେ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ଟଙ୍କା, ପଇସାକୁ କେନ୍ଦ୍ର କରି କଳହ ଘଟିପାରେ। ବନ୍ଧୁ ଗହଣରେ ବେଶୀ ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ପୁନର୍ବସୁ ନକ୍ଷତ୍ରର ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ଯୋଗୁ ପରିସ୍ଥିତି ଆପଣଙ୍କ ଚିନ୍ତାଧାରାକୁ ବିଗାଡି ଦେବା ଫଳରେ ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବା ବଦଳରେ ସ୍ବାର୍ଥହାନୀ ଆଶଙ୍କାରେ ଦୂରେଇ ଯିବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
ଦ୍ୱାଦଶସ୍ଥ ରାହୁ ଯୋଗୁ କାର୍ଯ୍ୟରେ ପ୍ରତିବନ୍ଧକ ଓ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବ୍ୟବସାୟରେ ମନ ମୁତାବକ ସୁଫଳ ପାଇବେ।
କନ୍ୟା
ଅଷ୍ଟମାଧିପତି ଧନସ୍ଥାନସ୍ଥ ଯୋଗୁ ଆର୍ଥିକ ଅଭାବ ସଙ୍ଗକୁ ପ୍ରତ୍ୟେକ କାମ ବହୁତ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢିଯିବ। ବନ୍ଧୁ କିମ୍ବା ଆତ୍ମୀୟଙ୍କ ଦୁଃଖିତ ମନକୁ ସାନ୍ତ୍ୱନା ଦେବାକୁ ଯାଇ ପରିବାରରେ ଟଣା ଓଟରା ଲାଗିଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ବ୍ୟବସାୟ, ନିର୍ମାଣ ଓ ଆଇନ ଅଦାଲତରେ କାମର ଚାପ ବିଶେଷ ପରିମାଣରେ ବୃଦ୍ଧି ପାଇବ।
ତୁଳା
ତୁଳା
ସ୍ବଗୃହକୁ ଶନିଙ୍କ ଦୃଷ୍ଟିରୁ ଆପଣ ପରିସ୍ଥିତିବଶତଃ ଆଲୋଚନା କ୍ଷେତ୍ରରେ ଠିକ୍‌ କଥା କହି ପାରିବେ ନାହିଁ। ପୁନଶ୍ଚ କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ। ବ୍ୟୟ ଭାର କ୍ରମଶଃ କମି କମି ଆସିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ରାଶିରେ ବୁଧଙ୍କ ପ୍ରଭାବ ହେତୁ କାମର ଚାପ ବୃଦ୍ଧି ପାଇବା କାରଣରୁ ଓ କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ଅବଶ୍ୟ ଆଜି ଯାହା ଯେମିତି ଛାହୁଁଛନ୍ତି କିମ୍ବା ଭାବୁଛନ୍ତି ଠିକ୍‌ ସେପରି ଫଳ ହାତେ ହାତେ ପାଇପାରିବେ। ବହୁତ ଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିବାଦୀୟ ଘଟଣାରେ ବିଜୟଲାଭର ଆଶା ଗୈାଣ ମନେ ହେବ।
ଧନୁ
ଧନୁ
ଆଜି ଚାରୋଟିଗ୍ରହ ରାଶିରେ ଅବସ୍ଥାନ କରୁଥିବାରୁ ପୁରାତନ ରୋଗପୀଡା ସଙ୍ଗକୁ ଓ ପୂର୍ବ ଶତ୍ରୁତାକୁ ନେଇ ମନ ବିଶେଷ ଭଲ ରହିବ ନାହିଁ। କୌଣସି କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତାକୁ ନେଇ ଦୂର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ମନ ପ୍ରଫୁଲ୍ଲ ରହିବା ସଙ୍ଗକୁ ପ୍ରତ୍ୟେକ କାମ ସୁରୁଖୁରୁରରେ ସମ୍ପନ୍ନ ହୋଇଯିବ। ସାମାନ୍ୟ ବିଳମ୍ବିତ ସମୟରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଆନୁଷ୍ଠାନିକ, ସାଙ୍ଗଠନିକ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହୋଇଯିବ। ମାଲିମକଦ୍ଦମାରେ ସଫଳତା ହାସଲ କରିବେ ଏବଂ ଆର୍ଥିକ ପରିସ୍ଥିତି ପ୍ରାୟତଃ ମନ୍ଦ ହେବନି।
କୁମ୍ଭ
କୁମ୍ଭ
କୋଣଭାବସ୍ଥ ରାହୁ ହେତୁ ଏକ ସାଧାରଣ ଆଲୋଚନା ମଧ୍ୟରେ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁମାନଙ୍କ ସହ କଳହ ଘଟିପାରେ। ତଥାପି ଜମିଜମା କାରବାର, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ, ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। କିନ୍ତୁ ବାଣିଜ୍ୟ, ବ୍ୟବସାୟ, ପରିବହନକୁ କେନ୍ଦ୍ରକରି ବାଦବିବାଦରେ ଆପୋସ ସମାଧାନ ଘଟିବାର ଆଶା ରହିଛି।
ମୀନମୀନ
ଆଜି ଯାହା ଓ ଯେମିତି ଭାବଛନ୍ତି, ଠିକ୍‌ ସେହିପରିହିଁ ପାଇବେ। କିନ୍ତୁ କର୍ମକ୍ଷେତ୍ରରେ ଅପରାହ୍ନରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କ୍ରୀଡା,କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଉପୁଜିବାର ଅଅଶଙ୍କା ରହିଛି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri