Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଅନୁରାଧା ନକ୍ଷତ୍ରରେ ଚନ୍ଦ୍ର ଥିବାରୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି।
ବୃଷ
ବୃଷ
ଶ୍ରବଣା ନକ୍ଷତ୍ରସ୍ଥ ଶୁକ୍ର ଯୋଗୁ କୌଣସି ଘଟଣାକୁ କେନ୍ଦ୍ରକରି ସକାଳୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରି ଆସିବ। ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିପାରିବ ନାହିଁ।
ମିଥୁନ
ମିଥୁନ
ଜ୍ୟେଷ୍ଠା ନକ୍ଷତ୍ରସ୍ଥ ବାଣୀକାରକ ବୁଧ ପ୍ରଭାବରେ ଆଜିର କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି। ପରିବାରର ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ଜନିତ ମନ ଭଲ ନ ଥିବା କାରଣରୁ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଅବଶ୍ୟ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ା ଆଜି ହିଁ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ସି˚ହ
ସି˚ହ
ବିଶାଖା ନକ୍ଷତ୍ରସ୍ଥ ମଙ୍ଗଳ ହେତୁ ଆଲୋଚନାର ଶେଷଭାଗରେ ହଠାତ୍‌ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଅଫିସରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ସମସ୍ୟା ଦେଖାଦେଇପାରେ। ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
କନ୍ୟା
ଚନ୍ଦ୍ର ସହ ବୁଧଙ୍କ ସଂଯୋଗ ଜନିତ କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମୟିକ ସମସ୍ୟା ଦେଖାଦେବାରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଆଲୋଚନା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଦୀର୍ଘ ଦିନ ହେଲା ଖୋଜୁଥିବା ଜିନିଷ ଆଜି ଅପରାହ୍ନେ ହଠାତ୍‌ ପାଇଯିବେ।
ତୁଳା
ତୁଳା
ମୂଳା ନକ୍ଷତ୍ରସ୍ଥ ବୃହସ୍ପତି ହେତୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାଳୁ ସହକର୍ମୀଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପାଖ ପଡୋଶୀ ସହାୟତା କରିବେ।
ବିଛା
ବିଛା
ଅଧିକାଂଶ ସମୟ ଟେନସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବା ପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବା ଠିକ୍‌ ହେବନାହିଁ। ଗୃହସୀମା କିମ୍ବା ଭୂମି, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିପାରେ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆମୋଦପ୍ରମୋଦର ମଉକା ଜୁଟିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟାର ସମାଧାନ ହୋଇଯିବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଭଲରୂପେ ନ ଜାଣି ନ ଦେଖି ନ ବୁଝି ଅଯଥା ସନ୍ଦେହକଲେ ନିଜେ ହିଁ କ୍ଷତିରେ ପଡ଼ିବେ। ମୂଲ୍ୟବାନ ଜିନିଷଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ। ସାଧାରଣ ଘଟଣାକୁ ବୃହତ୍‌ ଆକାରରେ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଆପଣଙ୍କର ମାନସିକ ସ୍ଥିତି ପ୍ରାୟତଃ ଭଲ ରହିଲେ ମଧ୍ୟ ଦୈହିକ ଦୁର୍ବଳତା ଲାଗିରହିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ସକାଳୁ ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ଆନୁଷ୍ଠାନିକ ସ୍ତରରେ ସବୁ ସମସ୍ୟା ଓ ଆଲୋଚନା ଜାଣି ମଧ୍ୟ ନୀରବ ରହିବା ଭଲ ହେବ। ଅଫିସ୍‌ ରେ କୌଣସି ବ୍ୟତିକ୍ରମ ଅବଲୋକନ କରି ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri