Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ
ଆଜି ରବି ପୂର୍ବାଷାଢ଼ା ନକ୍ଷତ୍ରରେ ରହିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ସଦିଚ୍ଛା ଲାଭ କରିବାର ଯୋଗ ରହିଛି।
ବୃଷ
ବୃଷ
ଶନି କ୍ଷେତ୍ରରେ ଶୁକ୍ର ହେତୁ ଅଟକିଥିବା କାମଗୁଡ଼ିକ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିବେ। ବନ୍ଧୁଙ୍କଠାରୁ ହଠାତ୍‍ ନିମନ୍ତ୍ରଣ ପାଇ ସଭାସମିତିକୁ ଯାଇପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ ସେଥି ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ବେଠି ଖଟି ପାରନ୍ତି। ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ମଙ୍ଗଳଙ୍କ ପ୍ରଭାବରେ ରୁକ୍ଷବାକ୍ୟାଳାପ କରିବେ।
କର୍କଟ
କର୍କଟ
ମଙ୍ଗଳଙ୍କ ଦୁର୍ବଳତା କାରଣରୁ କାର୍ଯ୍ୟହାନୀ ହେତୁ ଅଧୈର୍ଯ୍ୟ ହୋଇପାରନ୍ତି। ଆର୍ଥିକସ୍ଥିତି ମନ୍ଦ ନ ହେଲେ ମଧ୍ୟ ପରିବାରର ଖର୍ଚ୍ଚ ପରିମାଣ ଆଶାତୀତ ଭାବରେ ବୃଦ୍ଧି ପାଇବ। ଜନକଲ୍ୟାଣମୂଳକ କାମରେ ମୁଖ୍ୟଭୂମିକା ଗ୍ରହଣକରି ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଆର୍ଥିକସ୍ଥିତି ବିଶେଷ ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।
ସି˚ହ
ସି˚ହ
ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ଦୂରସ୍ଥାନକୁ ଯିବାକୁ ପଡ଼ିବ। ପୃଷ୍ଠପୋଷକତା ଅଭାବରୁ କାମଗୁଡ଼ିକ ସୁବିଧାରେ ହେବା କଷ୍ଟକର ହୋଇପାରେ। ଉପରିସ୍ଥ କର୍ମଚାରୀଙ୍କ ଦ୍ୱାରା ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତା ବୃଦ୍ଧି ପାଉଥିବାରୁ ଅର୍ଥାଭାବ ପ୍ରତ୍ୟେକ କାମକୁ ବିଳମ୍ବିତ କରିବ।
କନ୍ୟା
ଆଜି ଫେରିବା ବେଳକୁ ଯିବା ସମୟର ଆନନ୍ଦ ମନରେ ଆଉ ନ ଥିବ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ, ବିଶେଷତଃ ଖାଦ୍ୟପେୟରେ ସତର୍କ ରହିବା ଭଲ ହେବ। ବ୍ୟବସାୟ କ୍ଷେତ୍ରରେ ଅଥବା କିଣାବିକାର ଚୁକ୍ତି କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। କଚେରି ମାମଲାର ସମାଧାନର ଆଶା ମନକୁ ସାମୟିକ ଲାଘବ କରିବ।
ତୁଳା
ତୁଳା
ସମ୍ପର୍କୀୟଙ୍କଠାରୁ ବାଧିଲାଭଳି କଥା ଶୁଣି ସବୁ ଆନନ୍ଦ କୁଆଡ଼େ ମିଳାଇ ଯିବ। କିନ୍ତୁ ଏହିଭଳି ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆଜି ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଲାନ୍ତି ଅନୁଭବ କରିବେ।
ବିଛା
ବିଛା
ଭଲ ସମ୍ପର୍କ ଥିବା ବନ୍ଧୁମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ, ଫଳରେ ମନ ଭଲ ରହିବ ନାହିଁ। କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍‍ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। କିଛି କାମ ହାସଲ କରିବା ସକାଶେ ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ପରିବାରରେ ବିରକ୍ତିଜନିତ ଅପ୍ରିୟସତ୍ୟ ଭାଷଣ ମତାନ୍ତରର ଆଶଙ୍କା ରହିଛି। ଭାଙ୍ଗି ପଡ଼ିଥିବା ସମ୍ପକର୍କୁ ଯୋଡ଼ିବା ସକାଶେ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ। ଦୀର୍ଘ ଦିନରୁ କୁହୁଳୁଥିବା ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ହିତୈଷୀଙ୍କ ପରାମର୍ଶରେ ନୂତନ କାମଟିଏ ଆରମ୍ଭ କରିବା ପାଇଁ ମନ ବଳାଇବେ।
ମକର
ମକର
କାର୍ଯ୍ୟଦକ୍ଷତାଜନିତ ଅଭିଳାଷ ପୂରଣ କରି ପ୍ରଶଂସା ଓ ପ୍ରୋତ୍ସାହନ ପାଇବେ। ପରିବାର ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ମନଟା କେଜାଣି କାହିଁକି ଏକ ଅଜଣା ଆଶଙ୍କାରେ ଉଦ୍‍ବେଳିତ ହୋଇପାରେ। କଳା, ସାହିତ୍ୟଓ ସଙ୍ଗୀତ କ୍ଷେତ୍ରରେ ବେଶ୍‍ ଆଦୃତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମକୁ ଆନ୍ତରିକତାବିହୀନ ଓ ନିରୁତ୍ସାହିତ ଭାବେ କରିବେ। ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହେଇପାରେ। କର୍ମକ୍ଷେତ୍ରରେ, ମାଙ୍ଗଳିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ସୂଚନା ରହିଛି। ପାରିବାରିକ ଜୀବନରେ ଉଚିତ ବୁଝାମଣାଜନିତ ଶାନ୍ତି ଫେରି ଆସିବ।
ମୀନମୀନ

କାମଟିର ଶେଷ ସମୟ ପର୍ଯ୍ୟନ୍ତ ଚେଷ୍ଟା ଜାରି ରଖିଲେ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ଯେତେ ପ୍ରକାର ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ମଧ୍ୟାହ୍ନରେ ଉଚ୍ଚବାଚ ଘଟିବାର ଆଶଙ୍କା ରହିଛି। ଉତ୍ତରଭାଦ୍ରପଦ୍‍ ନକ୍ଷତ୍ର ପରିସ୍ଥିତି ପ୍ରତି ସତର୍କ ରହି କାମ କଲେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri