Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୧୧ ତାରିଖ – Daily Horoscope

ମେଷ
ଆଜି ଅନୁକୂଳ ଗ୍ରହ ସ୍ଥିତିରୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ସ୍ଥଗିତ କାମ ପୂରା ଦମ୍‍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‍ ବ୍ୟବସାୟରୁ ଲାଭବାନ୍‍ ହେବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ସବୁ ଥାଇ ମଧ୍ୟ ପିଲାଙ୍କ ଭବିଷ୍ୟତ ବିଷୟରେ ଚିନ୍ତିତ ରହିବେ ।
ବୃଷ
ବୃଷ
ତୃତୀୟ ଚନ୍ଦ୍ର ପ୍ରଭାବରୁ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହ ଗ୍ରହଣକରିବା ଭଲ । ପାରିବାରିକ କ୍ଷେତ୍ରରେ ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ । ଦୂରଦର୍ଶିତା ଅଭାବରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧହୋଇପାରନ୍ତି ।
ମିଥୁନ
ମିଥୁନ
ରାଶିରେ ମଙ୍ଗଳଙ୍କ ସ୍ଥିତିଜନିତ ଜମିଜମା ବ୍ୟାପାରରେ ବିଘ୍ନ ଘଟିପାରେ । ପାରିବାରିକ କ୍ଷେତ୍ରର ସମସ୍ୟା ସୁଧାରିବାକୁ ଦୃଢ଼ ପଦକ୍ଷେପ ନେଲେ ଅଧତ୍କ ଝମେଲାର ଆଶଙ୍କା ରହିଛି । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶିଳ୍ପ, ବାଣିଜ୍ୟ,ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ ।
କର୍କଟ
କର୍କଟ
କେତୁଙ୍କ ପ୍ରଭାବରେ ପୂର୍ବରାଗ ଶୁଝାଇବାକୁ ଯାଇ ହଠାତ୍‍ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ । ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ ଓ ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ ।
ସି˚ହ
ସି˚ହ
ମିତ୍ରକ୍ଷେତ୍ରସ୍ଥ ଧନାଧିପ ବୁଧଙ୍କ ଯୋଗୁ ଆର୍ଥିକ ପରିସ୍ଥିତି ବଦଳିଯିବାରୁ ମନ ହାଲୁକା ହୋଇଯିବ । କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‍ ବୁଝିବେ, ଯାହାକି ସମସ୍ୟା ବୃଦ୍ଧି କରିପାରେ । ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । କଳା, ସାହିତ୍ୟ, ସଙ୍ଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ ।
କନ୍ୟା
ଶୁଭ ଚନ୍ଦ୍ର ପ୍ରଭାବରେ ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ । ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ଆଶା ନିରାଶାରେ ପରିଣତ ହେବ। ବହୁ ଦିନ ହେଲା ଇଚ୍ଛା କରୁଥିବା ଓ ଆଜି ସୁଦ୍ଧା ପାଇପାରି ନ ଥିବା ଜିନିଷଟି ପାଇ ଖୁସି ହେବେ । ବ୍ୟବସାୟରେ ସମସ୍ୟା ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ ।
ତୁଳା
ତୁଳା
ପିଲାଙ୍କ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ । ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ମନେ ମନେ ବିରକ୍ତି ପ୍ରକାଶ କରିପାରନ୍ତି । ହଠାତ୍‍ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ କର୍ମକ୍ଷେତ୍ରରେ ଥିବା ସମସ୍ୟା ସମାଧାନରେ ସଫଳ ହେବେ ।
ବିଛା
ବିଛା
ଗୁରୁଙ୍କ ଶୁଭଦୃଷ୍ଟିରୁ ଦୀର୍ଘଦିନ ହେଲା ଯାହାଙ୍କୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତି ବଦଳିଯାଇପାରନ୍ତି। ଅଳ୍ପ ପରିଚିତ ଲୋକଟି ଫାଇଦା ହାସଲ ସକାଶେ ସର୍ବଦା ଚେଷ୍ଟିତ ରହିପାରେ । ସନ୍ଦେହ ଓ ଭୁଲ୍‍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିପାରେ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ସଙ୍ଗଠନ ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ ।
ଧନୁ
ଧନୁ
ଦ୍ୱିତୀୟରେ ରବି ଓ ବୁଧ ଅପ୍ରିୟସତ୍ୟ କୁହାଇ ଆପଣଙ୍କୁ ସମସ୍ୟା ଭିତରକୁ ଠେଲିଦେଇପାରନ୍ତି । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାକୁ ଚେଷ୍ଟା କରିବେ। ନିର୍ମାଣ, ପରିବହନ, ବ୍ୟବସାୟ, ଶିଳ୍ପରେ ଉନ୍ନତି କରିବେ । ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ ।
ମକର
ମକର
ରବି ଓ ବୁଧଙ୍କ ରାଶ୍ୟାବସ୍ଥାନରୁ ପ୍ରତ୍ୟେକ କ୍ଷେତ୍ର୍ରରେ ସମସ୍ୟା ସହ ଲଢ଼େଇକରି କାର୍ଯ୍ୟ ହାସଲ କରିବେ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
କୁମ୍ଭ
କୁମ୍ଭ
ରାହୁଯୁକ୍ତ ଶୁକ୍ରଜନିତ ସାମାଜିକ ସ୍ତରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତର୍କ ରହିବା ଭଲ । ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ତଥାପି କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହୋଇପାରନ୍ତି ।
ମୀନମୀନ

ବନ୍ଧୁଙ୍କ ସାହଚର୍ଯ୍ୟରେ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ । ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଯୋଗୁ ମନ ହାଲୁକା ହୋଇଯିବ । ରବିବାରର ଆଲୋଚନା ଅନୁଯାୟୀ ଆଜିର ଅଫିସିଆଲି କାମ ଠିକ୍‍ ଠିକ୍‍ ହୋଇଯିବ । ରବି ପ୍ରଭାବରେ ସରକାରୀ କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମ ବଦଳିଯାଇପାରେ, କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri