Posted inRasifala

ରାଶିଫଳ: ମଙ୍ଗଳବାର, ଫେବ୍ରୁଆରି ୪ ତାରିଖ – Daily Horoscope

ମେଷ
ଆଜିର ଉଚ୍ଚସ୍ଥ ଚନ୍ଦ୍ର ଯୋଗୁ ପରିଜନ ସହ ବନ୍ଧୁମିଳନର ମଜା ଉଠାଇବେ। ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ ଅର୍ଥଲାଭ ଓ ସମ୍ମାନ ପାଇ ଖୁସି ହୋଇପାରନ୍ତି। ପୈତୃକ ସମ୍ପତ୍ତିିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେବାର ଆଶଙ୍କା ରହିଛି। ଦୂରଯାତ୍ରା ପରିସ୍ଥିତିରେ ଅନିଦ୍ରା ଓ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ।
ବୃଷ
ବୃଷ
କ୍ରନିକ୍‌ ରୋଗର ପ୍ରଭାବରେ ଭାଙ୍ଗିପଡିଥିବା ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବାର ଆଶା ରହିଛି । କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ସଫଳତା ପାଇବେ। ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇବା ସହ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ମିଥୁନ
ମିଥୁନ
ଆଜିର ଚନ୍ଦ୍ରଙ୍କୁ ମଙ୍ଗଳଙ୍କ ଦୃଷ୍ଟି ଆକସ୍ମିକ କଳହର କାରଣ ହୋଇପାରେ। ବିଭିନ୍ନ ସମସ୍ୟାମୂଳକ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ତଥାପି ମୃଗଶିରା ନକ୍ଷତ୍ର କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ବନ୍ଧୁମାନଙ୍କ ଶୁଭକାର୍ଯ୍ୟରେ ଯୋଗଦେଇ ମନରେ କ୍ଷୋଭ ଭରି ରହିଥିଲେ ମଧ୍ୟ ମନକଥା ପ୍ରକାଶ କରିପାରିବେ ନାହିଁ।
କର୍କଟ
କର୍କଟ
ଆଜି ଶନିପ୍ରଭାବରେ ଅପେକ୍ଷାକୃତ ଅସୁବିଧା ଭୋଗିଲେ ମଧ୍ୟ ଅର୍ଥଲାଭ ସହ କାମ ଅଟକିବ ନାହିଁ। ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଆଶା କରିପାରନ୍ତି। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ।
ସି˚ହ
ସି˚ହ
ଷଷ୍ଠଭାବସ୍ଥ ରବି ଓ ଶନିଙ୍କ ଯୋଗୁ କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ମାନସିକ ଅସ୍ଥିରତା କାରଣରୁ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି। ବନ୍ଧୁଙ୍କ ସହ ଆଲୋଚନା ପ୍ରୀତିପ୍ରଦ ରହିବ। କୌଣସି ସାଧାରଣ ଭୁଲ୍‌ କାରଣରୁ ଉପର ପଦାଧିକାରୀ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି।
କନ୍ୟା
ଶୁକ୍ରଙ୍କ ଦୃଷ୍ଟି ଅର୍ଥଲାଭ, ମନୋରଞ୍ଜନ, ସମ୍ପର୍କ ସ୍ଥାପନ,ବସ୍ତ୍ରାଳଙ୍କାର ପ୍ରାପ୍ତି କରାଇପାରେ। ବୁଧଙ୍କ ଅଶୁଭତ୍ୱ କାରଣରୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରିଚିକା ପଛରେ ଦୌଡିପାରନ୍ତି। ନିଜ ନିଜର ସ୍ବାର୍ଥକୁ ଗୁରୁତ୍ୱ ଦେଇ ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ହସ୍ତା ନକ୍ଷତ୍ରର ଟେନ୍‌ସନ ଦୂର ହେବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି।
ତୁଳା
ତୁଳା
ଶୁଭଭାବସ୍ଥ କର୍ମାଧିପ ଯୋଗୁ ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସାହିତ୍ୟ, ସାମ୍ବାଦିକତା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ପରିବାର କିମ୍ବା ପାଖ,ପଡୋଶୀଙ୍କ ସହ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଚନ୍ଦ୍ରଙ୍କ ରାଶି ପ୍ରତି ସମଦୃଷ୍ଟିରୁ ଦୀର୍ଘ ଦିନରୁ ସ୍ଥଗିତ କାମକୁ ପୂରାଦମ୍‌ରେ କରିଚାଲିବେ। ବୁଝାମଣା ଅଭାବରୁ ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ମୂଲ୍ୟବାନ ଦ୍ରବ୍ୟ ଲାଭ ହେବା ସହ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ପରିବାର ସହ ଯାତ୍ରା, ଆନୁଷ୍ଠାନିକ କାମ, ବନ୍ଧୁସମ୍ପର୍କ କ୍ଷେତ୍ରରେ ମନ ଖୁସୀ ରହିବ।
ଧନୁ
ଧନୁ
କର୍ମସ୍ଥାନକୁ ଶୁକ୍ର ଦେଖୁଥିବାରୁ କାମ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। ରାଶ୍ୟାଧିପତି ପାପପ୍ରଭାବସ୍ଥ ଯୋଗୁ ବାରମ୍ବାର କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ଫଳରେ ମାନସିକ ସୁସ୍ଥତା ବ୍ୟାହତ ହେବ। ଭ୍ରାତୃ ସମ୍ପର୍କ, ସହକର୍ମୀଙ୍କ ସହଯୋଗ, ପଡୋଶୀଙ୍କ ସାହାଯ୍ୟ, ଆପଣଙ୍କ କାମକୁ ତ୍ୱରାନ୍ବିତ କରିପାରନ୍ତି।
ମକର
ମକର
ସମ୍ପର୍କର ନ୍ୟୂନତା, ମନର ଆବିଳତାକୁ ବୃଦ୍ଧି କରି ମାନସିକ ଅସ୍ଥିରତା ସୃଷ୍ଟି କରିବେ। ଉପର ମନରେ ଭଲ କଥା କହି ପଛରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଶୁଭକାର୍ଯ୍ୟରେ ଯୋଗ ଦେବା ସକାଶେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
କର୍ମଭାବରେ ସ୍ବଗୃହୀ ମଙ୍ଗଳ ଯୋଗୁ ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯତ୍ନ କରିବେ। ବନ୍ଧୁମାନଙ୍କ ପରାମର୍ଶକ୍ରମେ ବ୍ୟବସାୟରେ ନୂତନ ଦିଗନ୍ତ ସୃୃଷ୍ଟି ହେବାର ଆଶା ରହିଛି। କର୍ମକ୍ଷେତ୍ର କିମ୍ବା ପାରିବାରିକ ସ୍ତରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ସରକାରୀ ସାହାଯ୍ୟର ଦୃଢ ପ୍ରତିଶ୍ରୁତି ପାଇବେ କିନ୍ତୁ ନିର୍ଦ୍ଦିଷ୍ଟତା ଅଭାବରୁ ଅସ୍ଥିରତା ବଢିବ।
ମୀନମୀନ
ସାମାଜିକ ସ୍ତରରେ ବହୁଲୋକ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆନୁଷଙ୍ଗିକ ସାହାଯ୍ୟ ଲାଭକରି ମନ ଭଲ ରହିଥିବା କାରଣରୁ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀ ହେବେ। ଅପରାହ୍ନେ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜିର ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri