Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ
କିଛିଦିନ ହେଲା ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେଇପାରେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ।
ବୃଷ
ବୃଷ
ସଙ୍କଟଜନକ ପରିସ୍ଥିତିରେ ମନର ଦୁଃଖ ସମସ୍ତଙ୍କୁ ଜଣାଇଲେ ମଧ୍ୟ କିଏ ବୁଝିବେ ନାହିଁ। କର୍ମକ୍ଷେତ୍ରରେ କାମର ବାହାନା ଦେଖାଇ ସାଧାରଣ କଥାରେ ସହକର୍ମୀ ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, ଗବେଷଣା, ଲେଖାପଢ଼ା, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ପାରିବାରିକ ଅଶାନ୍ତି ସୃଷ୍ଟିହେବା ସାଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟାଯୁକ୍ତ ରହିବ। ମାନସିକ ଅସ୍ଥିରତା କାରଣରୁ କଥାରେ ସଂଯମତା ହରାଇବେ ଓ ଶତ୍ରୁତା ସୃଷ୍ଟି କରିବେ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ସମ୍ପନ୍ନ ହୋଇପାରିବ।
କର୍କଟ
କର୍କଟ
ଦିନଟିରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ମତଭେଦ କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟିହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ଦୁଶ୍ଚିନ୍ତା ବଢ଼ିଯିବା ସୂଚନା ରହିଛ। କୋର୍ଟ କଚେରି ମାମଲାର ରାୟ ନିଜ ସପକ୍ଷରେ ଯାଇପାରେ।
ସି˚ହ
ସି˚ହ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ, ଯାହା କରୁଛନ୍ତି ତାହା ସହଜ ଓ ସୁବିଧାରେ ସମ୍ପନ୍ନ କରିପାରିବେ। ମଘା ନକ୍ଷତ୍ର ସକାଶେ ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅବଶ୍ୟ ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସନ୍ଧ୍ୟାରେ ପୁରାତନ ରୋଗ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି।
କନ୍ୟା
ବିଶିଷ୍ଟବ୍ୟକ୍ତିଙ୍କ ଆଶ୍ରୟରେ ରହି ପ୍ରତ୍ୟେକ କାମରେ ଅଗ୍ରଣୀ ହେବେ ଓ ପ୍ରଶଂସା ପ୍ରୋସତ୍ାହନ ମଧ୍ୟ ପାଇବେ। ପରିବାରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ ସମସ୍ୟା ଭିତରକୁ ଠେଲି ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ କ୍ଷେତ୍ରରେ କ୍ଷତିରେ ପଡ଼ିବେ ନାହିଁ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିବ, କିନ୍ତୁ କୌଣସି ପ୍ରକାର ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହେବ ନାହିଁ। ଅଭାବ ରହିଥିଲେ ମଧ୍ୟ କାମ ସମୟକୁ କିଏ ନା କିଏ ସାହାଯ୍ୟ କରିବେ। ଆପଣଙ୍କ ଅଧିକାଂଶ ସମୟର ନୀରବତାକୁ ଅନ୍ୟମାନେ ଭୁଲ୍‌ ବୁଝିପାରନ୍ତି ା ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ।
ବିଛା
ବିଛା
କୌଣସି କ୍ଷେତ୍ରରେ ଚଟାପଟ୍‌ ନିର୍ଣ୍ଣୟାମତ୍କ ସିଦ୍ଧାନ୍ତ ଗ୍ରହଣ କରିବା ଠିକ୍‌ ହେବନି। ସାମାନ୍ୟ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦୀର୍ଘଦିନର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ଅନ୍ୟାୟ ବିରୋଧରେ ସଂଗ୍ରାମ ଜାରି ରଖିଲେ ପରୋକ୍ଷ ଶତ୍ରୁତା କାରଣରୁ ସହଯୋଗ ପାଇବେ ନାହିଁ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ମାନସିକ ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ। ଅବଶ୍ୟ ଚେଷ୍ଟାକଲେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ପ୍ରତୀକ୍ଷା ଅଶାନ୍ତି ଉଦ୍ରେକ କରିବ।
ମକର
ମକର
ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ, କିନ୍ତୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା ବଢ଼ିଯିବ। ପଡ଼ୋଶୀମାନେ ମନ ବୁଝିଲା ଭଳି ଲୋଭନୀୟ ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ କରିବେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ କିନ୍ତୁ ସମସ୍ୟା ପଛେ ପଛେ ଲାଗି ରହିବ। ବୁଝାମଣା ଅଭାବରୁ ଆତ୍ମୀୟମାନଙ୍କ କଥାରେ ସହମତି ହୋଇପାରିବେ ନାହିଁ।
କୁମ୍ଭ
କୁମ୍ଭ
ସାହାଯ୍ୟ ପାଇଲେ ମଧ୍ୟ ବନ୍ଧୁଙ୍କ ସହାୟତା ସମୁଦ୍ରକୁ ଶଙ୍ଖେ ଭଳି ଅନୁଭବ କରିବେ। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଯାତ୍ରାରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଉପରିସ୍ଥଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ ମୁହଁ ଖୋଲି କିଛି କହିପାରିବେ ନାହିଁ।
ମୀନମୀନ
ଅତୀତ ଘଟଣାର ବାରମ୍ବାର ପର୍ଯ୍ୟାଲୋଚନା ମାନସିକ ସ୍ଥିତିକୁ କଳୁଷିତ କରିବ। ସାମୟିକ ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ କେତେକ କାମ କରିବାକୁ ପଡ଼ିବ। ଆଲୋଚନା, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?