Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ
ଆଜି ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ବାଧ୍ୟବାଧକତାରେ କାମ କରିବେ। ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରିଆସିବ। କୃତ୍ତିକା ନକ୍ଷତ୍ର ଯୋଗୁ ନିଜ ଲୋକେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରୁହନ୍ତୁ। ବନ୍ଧୁଙ୍କ ପରାମର୍ଶରେ ଧାର୍ମିକ ମନୋବୃତ୍ତିରୁ ଶାନ୍ତି ଲାଭ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ; କିନ୍ତୁ ପୂର୍ଣ୍ଣତଃ ସନ୍ତୋଷଜନକ ହେବନାହିଁ। ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ସମସ୍ୟା ଦୂରୀକରଣର ପ୍ରଯନତ୍ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ପ୍ରକାଶନ ପ୍ରଭୃତି ଦିଗ ଅନୁକୂଳ ରହିବ। ମୃଗଶିରା ନକ୍ଷତ୍ର ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ଅନୁଭବ କରିବେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଆରଦ୍ରା ନକ୍ଷତ୍ର ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା କିଣାବିକା ବିଷୟରେ ସନ୍ତୋଷ ଲାଭ କରିପାରନ୍ତି।
କର୍କଟ
କର୍କଟ
ନିଜର ମତ ବଦଳାଇ ପରିବାର ସଦସ୍ୟଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମକୁ କେନ୍ଦ୍ରକରି ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ। କିନ୍ତୁ ପୁନର୍ବସୁ ନକ୍ଷତ୍ର କଅଁଳିଆ କଥା କହି କାମ ହାସଲ କରିପାରିବେ।
ସି˚ହ
ସି˚ହ
ସମସ୍ୟାଠାରୁ ଯେତେ ଦୂରରେ ରହିବାକୁ ଚାହିଁଲେ ମଧ୍ୟ ରହିପାରିବେ ନାହିଁ। ଗତକାଲି ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। ଉତ୍ତରାଫାଲ୍‌ଗୁନୀର ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗଁୁ ମନରେ ସରସତା ରହିନପାରେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ସାମାଜିକ ସ୍ତରରେ ଉନ୍ନତ ଚିନ୍ତା ଓ ପରୋପକାର ମନୋଭାବରୁ ପ୍ରଶଂସିତ ହେବେ। ଚିତ୍ରା ନକ୍ଷତ୍ର ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଭର ପ୍ରତିଶ୍ରୁତି ଲାଭ କରିବା ପରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଭ୍ରାତୃ ବିବାଦର ପରିସମାପ୍ତି ଘଟିବାରେ ପଡ଼ୋଶୀଙ୍କ ମୁଖ୍ୟ ଭୂମିକା ରହିପାରେ।
ତୁଳା
ତୁଳା
ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। କିନ୍ତୁ ନିଜ କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ବିଶାଖା ନକ୍ଷତ୍ର ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ସମୟର ଅନୁକୂଳତା ନ ଥିଲେ ମଧ୍ୟ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ। ଜ୍ୟେଷ୍ଠା ନକ୍ଷତ୍ର ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି। ପିଲାମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ। କେତେକ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ପୂର୍ବାଷାଢ଼ା ନକ୍ଷତ୍ର ଶାରୀରିକ ସୁସ୍ଥତା ଫେରିପାଇବା କାରଣରୁ ଏକ ପ୍ରକାର ମାନସିକ ଶାନ୍ତି ମିଳିବ।
ମକର
ମକର
ଧନିଷ୍ଠା ନକ୍ଷତ୍ରର ଭୁଲ ବୁଝାମଣା ଯୋଗୁ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପରିସ୍ଥିତିର ତାଡ଼ନାରେ ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ପୂର୍ବଭାଦ୍ରବ ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ
ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମନାନ୍ତର ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉତ୍ତରଭାଦ୍ରବ ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri