Posted inRasifala

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ
ଏକାଦଶସ୍ଥ ମଙ୍ଗଳ ପ୍ରଭାବରେ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ। ଆପଣଙ୍କ ଦୃଢ ଓ କଠୋରକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ଭଲ ଭଲ କହୁଥିବା ଲୋକମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇପାରନ୍ତି।
ବୃଷ
ବୃଷ
କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢାଇବେ, ଫଳରେ ଆଜିର କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁଁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ଓ ନିଜର ସ୍ବାର୍ଥ ହାସଲ କରିପାରନ୍ତି।
ମିଥୁନ
ମିଥୁନ
କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ କଟୁସତ୍ୟ କହି ସେମାନଙ୍କ ସହ ତିକ୍ତତା ସୃଷ୍ଟି ହେବାର ଆଶଙ୍କା ରହିଛି। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ ହାସଲ କରିବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ଆଜି ଯାହା, ଯେତିକି ଓ ଯେମିତି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି। ଅର୍ଥର ଅଭାବ ରହିବନାହିଁ ତଥାପି ଆଉ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ। ମାଲିମକଦ୍ଦମା,ବ୍ୟବସାୟ ଓ ପରିବହନ, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ସୁନାମ ଅର୍ଜନ କରିବେ ଓ ସମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ।
କନ୍ୟା
ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶାଜନିତ କଳହର ସମ୍ଭାବନା ରହିଛି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ଆଜି ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ,ନତୁବା ହଇରାଣ ହେବାକୁ ପଡିପାରେ। ତରବରିଆ ଭାବରେ ନିଜର କାମ ଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯିବାର ଆଶଙ୍କା ରହିଛି।
ବିଛା
ବିଛା
ପ୍ରତିବନ୍ଧକ ମଧ୍ୟରେ ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ସମ୍ପନ୍ନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇପାରିବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ନିଜ ପରିବାରର ସଦସ୍ୟ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଭାଗ୍ୟାଧିପଙ୍କ ସୁପ୍ରଭାବରେ ଆଜି ପାରିବାରିକ କ୍ଷେତ୍ର, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମକର
ମକର
ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପାଖ, ପଡୋଶୀମାନେ ବିଭିନ୍ନ ପ୍ରକାରର ଝମେଲା ସୃଷ୍ଟି କରିବାର ଆଶଙ୍କା ରହିଛି। ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାମତ୍କ କାର୍ଯ୍ୟରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବାକ୍‌ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ

ଅଯଥା ବ୍ୟସ୍ତତା ପ୍ରକାଶ କରି ଅଶାନ୍ତ ରହି ପାରନ୍ତି। ପାଖ ପଡୋଶୀଙ୍କ ଅସୁବିଧାକୁ ସୁଧାରିବା ସକାଶେ ସୁପରାମର୍ଶ ଦେବାରେ ପ୍ରଶଂସିତ ହେବେ। ପରିସ୍ଥିତି ବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେଇପାରନ୍ତି। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri