Posted inRasifala

ରାଶିଫଳ : ମଙ୍ଗଳବାର, ମେ ୨୮ ତାରିଖ – Daily Horoscope

ମେଷ
ସମସ୍ୟା ବିଜଡ଼ିତ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ପ୍ରଶାସନିକ ସ୍ତରରେ କିମ୍ବା ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିବା ସହ ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଅଫିସ୍‌ର କାମ ଚାପ ପ୍ରଭାବରୁ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ। ପରିବାର କ୍ଷେତ୍ରର ସମସ୍ୟା ପ୍ରଭାବରୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ମାନସିକ ଅଶାନ୍ତିର କାରଣ ହୋଇପାରେ।
ମିଥୁନ
ମିଥୁନ
ଆତ୍ମୀୟସ୍ବଜନଙ୍କ ସହାନୁଭୂତିର ସୁଯୋଗ ଲାଭ କରିବେ। ଯେଉଁ କାମଟିକୁ ଆଜି ଯାଏଁ ଆପଣ କରି ପାରୁ ନ ଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଗତକାଲିଠାରୁ ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ କୌଣସି ପ୍ରକାରର ଅସୁବିଧା ହେବନାହିଁ, ବରଂ କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ରୋଗୀଣା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ।
ସି˚ହ
ସି˚ହ
ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ସଂଗଠନ, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ଭୁଲ୍‌ ବୁଝାମଣା ଜନିତ ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇ ପାରନ୍ତି। ପରିବାରରେ ଶିକ୍ଷା ଓ ପରୀକ୍ଷା ସଂକ୍ରାନ୍ତୀୟ ଆଲୋଚନାକୁ ନେଇ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କନ୍ୟା
ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହୋଇପାରେ। ଅବଶ୍ୟ ଅନ୍ୟମାନଙ୍କ ସକାଶେ ଦୀର୍ଘଦିନ ହେଲା ଯେଉଁ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇଥିଲେ ତାହା ଅକ୍ଳେଶରେ ହୋଇଯିବ। ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବ , ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ଆପଣଙ୍କ ନିରବଚ୍ଛିନ୍ନ ଉଦ୍ୟମ କାରଣରୁ ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢ଼ିପାରିବ ନାହିଁ।
ବିଛା
ବିଛା
ଅଧିକାଂଶ ସମୟରେ ଅଯଥା ଭୟ, ଆଶଙ୍କା, ଉଦବେଗ ମଧ୍ୟରେ ଦିନଟିକୁ କଟାଇବାକୁ ପଡ଼ିପାରେ। ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିବା ସହ ଯାତ୍ରାକୁ ସ୍ଥଗିତ ରଖିପାରେ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ କୌଣସି ଅସୁବିଧା ହେବ ନାହିଁ। ଅବଶ୍ୟ କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ଯେ କୌଣସି କ୍ଷେତ୍ରରେ ମଧ୍ୟ ତରବର ନ ହୋଇ ଭାବିଚିନ୍ତିି କାମ କରିବା ଭଲ ହେବ।
ମକର
ମକର
ଦ୍ୱାଦଶସ୍ଥ ଶନିଙ୍କ ପ୍ରଭାବରୁ ଧୀର ମନ୍ଥର ଗତିରେ ପ୍ରତ୍ୟେକ କାମ ସମାହିତ ହେବ। ଏହା ସାଙ୍ଗକୁ ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଏଣେ ଯେତେ ଭଲକଥା କୁହନ୍ତୁ କିମ୍ବା କରନ୍ତୁ ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା କରିବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହ ଶତ୍ରୁତା,ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ ଯାହାକି ଆଜି ହିଁ ଏହି ଦୁଶ୍ଚିନ୍ତା ମନକୁ ଆକ୍ରମିତ କରିବ। ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। କର୍ମକ୍ଷେତ୍ରରେ ଅଭାବନୀୟ ସ୍ଥିତି କିମ୍ବା ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ମୀନମୀନ
କର୍ମକ୍ଷେତ୍ରରେ ଗୋଟିଏ ସମସ୍ୟା ଶେଷ ହେଉ ହେଉ ଅନ୍ୟ ଏକ ସମସ୍ୟାରେ ମନ ପୂରାପୂରି ଭାରାକ୍ରାନ୍ତ ରହିବ। ଆଜି ଦିନଟି ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ମନ୍ଦ ହେବନାହିଁ । ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହୟତାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri