Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। ବନ୍ଧୁ ଆପଣଙ୍କୁ ଦେଖା କରିବାକୁ ଆସି କୌଣସି ନୂତନ ସନ୍ଦେଶ ଦେଇପାରନ୍ତି। ଅବଶ୍ୟ ଆଜିର ଯାତ୍ରାରେ ସତର୍କତା ଅଭାବରୁ ଧନହାନି କିମ୍ବା କଳହର ସୂଚନା ରହିଛି।
ବୃଷ
ବୃଷ
ଆର୍ଥିକ ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ। ପଡ଼ୋଶୀ,ବନ୍ଧୁ ପରିଜନଙ୍କ ଆଶ୍ୱାସନା ଓ ପ୍ରତିଶ୍ରୁତି ମନରେ ଆଶା ସଂଚାର କରିବ। କର୍ମକ୍ଷେତ୍ରରେ କୌଣସି ନିଷ୍ପତ୍ତିକୁ କେନ୍ଦ୍ରକରି ସହକର୍ମୀଙ୍କ ମଧ୍ୟରେ ଟଣାଓଟରା ଦେଖା ଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାର ଆଶା କ୍ଷୀଣ ହୋଇପାରେ।
ମିଥୁନ
ମିଥୁନ
କୌଣସି ହିତକାଂକ୍ଷୀ ପଦାଧିକାରୀଙ୍କ ଆଶ୍ୱାସନାମୂଳକ ପ୍ରତିଶ୍ରୁତିରୁ ଖୁସି ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ବ୍ୟବସାୟ, ପରିବହନ, ରପ୍ତାନି, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। କୌଣସି ଜିନିଷଟି ପାଇଁ ପାଖ ପଡ଼ୋଶୀଙ୍କ ମଧ୍ୟରେ ତର୍କ ଓ ବିବାଦ ବୃଦ୍ଧି ପାଇବାର ସୂଚନା ରହିଛି ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆମତ୍ତୃପ୍ତି ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଶାରୀରିକ ପରିଶ୍ରମଜନିତ ସାମୟିକ କ୍ଲାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ସହ ଯୁକ୍ତିତର୍କ କାରଣରୁ କୌଣସି ସମସ୍ୟା ଆଶଙ୍କାରେ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଅର୍ଥନୈତିକ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତି ନେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବାର ଅନେକାଂଶରେ ଆମତ୍ତୃପ୍ତି ମିଳିପାରେ। କୌଣସି ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
କର୍ମାଧିପତି ଭାଗ୍ୟସ୍ଥାନରେ ରହି ଆପଣଙ୍କୁ ଅର୍ଥ,ସମ୍ମାନ ମାଧ୍ୟମରେ ସାମାଜିକ ପ୍ରତିଷ୍ଠା ପ୍ରଦାନ କରିବ। ଅନ୍ୟର ପ୍ରରୋଚନାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କଲେ ବିପରୀତ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା କିମ୍ବା ଯାନବାହନ ଅଥବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ବିଛା
ବିଛା
ନିଜ ଲୋକଙ୍କ ଅନାଦର ଭାବ ଆପଣଙ୍କୁ ସାମୟିକ ଭାବପ୍ରବଣତାରେ ହଜାଇ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାଜିକ ସ୍ତରରେ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କାମ ଉସତ୍ାହପ୍ରଦ ନ ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ହେତୁ ମାନସିକ ସୁସ୍ଥତା ହରାଇପାରନ୍ତି। ପାରିବାରିକ, ଅର୍ଥନୈତିକ ତଥା ପ୍ରଶାସନିକ ସ୍ତରରେ ସମସ୍ୟାର ସମଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ।
ମକର
ମକର
କୌଣସି ବନ୍ଧୁଙ୍କ ସହ ନିବିଡ଼ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ ପ୍ରତିରୋଧର ସମ୍ମୁଖୀନ ହେବେ। ଏଣେ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି ା ଆକସ୍ମିକ ଭାବରେ ପଡ଼ୋଶୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପରିବାରର ଆବଶ୍ୟକତା ପୂରଣ କରିବା ପରିପ୍ରେକ୍ଷୀରେ ଧାରକରଜ କରିବାକୁ ପଡ଼ିପାରେ। ଇଲେକ୍‌ଟ୍ରୋନିକ୍ସ ଓ ଶିକ୍ଷାରେ ସଫଳତା ଲାଭ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବା ପୂର୍ବରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
କୌଣସି ନୂତନ କର୍ମାରମ୍ଭ ସହଯୋଗ ମାଧ୍ୟମରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ମନ କଥା ମନରେ ରଖି କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। କୌଣସି ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri