Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଉତ୍ତରଭାଦ୍ରପଦ ନକ୍ଷତ୍ରରେ ରହିଥିବାରୁ ବିଭିନ୍ନ ପ୍ରକାରର ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ବିଶେଷତଃ ଜିନିଷପତ୍ର ପ୍ରତି ସତର୍କ ରହିବା ଭଲ ହେବ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନ୍ତ୍ରିକ ଜିନିଷ, ଯାନବାହନ, ଗୃହୋପକରଣ କ୍ରୟ କରିପାରନ୍ତି। ଆଜିର ଯାତ୍ରା, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ନିଜ ନିଜ ଜିଦ୍‌ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର,ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭର ସୁବିଧା କରାଇବ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ସ୍ବାସ୍ଥ୍ୟ ସମସ୍ୟା, ଅଭିମାନ କରିଥିବା ସନ୍ତାନ, ପାଖ ପଡ଼ୋଶୀଙ୍କ ଅଭିଯୋଗ ସକାଶେ ସାମୟିକ ମନରେ ଭାବାନ୍ତର ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ଆକସ୍ମିକ ଭାବରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଏପରିକି ନିଜର ପ୍ରିୟ ବ୍ୟକ୍ତିମାନଙ୍କ ଦ୍ୱାରା ତିରସ୍କୃତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ଆତ୍ମୀୟମାନଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ନିଜ ଲୋକ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ। ମାଲିମକଦ୍ଦମା, ଜମିଜମା ସମସ୍ୟା ସମାଧାନ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନେ ହିଁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ବିଛା
ବିଛା
ଅଧିକାଂଶ ସମୟ ମାନସିକ ଅସ୍ଥିରତା କାରଣରୁ କିମ୍ବା ସତର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆପଣ ପ୍ରତ୍ୟେକ ସ୍ତରରେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ସନ୍ତାନଙ୍କ ସକାଶେ ଆଗାମୀ ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା କଲେ ଉପକୃତ ହେବେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଆଜି ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରି କାମ ହାସଲ କରିବାକୁ ପଡ଼ିବ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା ଫଳରେ ସେହି ପ୍ରଭାବରୁ କିଛି ସମସ୍ୟା ମଧ୍ୟ ଆସିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇ ମନ ଖୁସି ହୋଇଯିବ।
ମୀନମୀନ
ଆଜି ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?