Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ
କାର୍ଯ୍ୟଦକ୍ଷତା କାରଣରୁ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତି ମାନଙ୍କ ଶୁଭେଚ୍ଛା ଲାଭ କରିବେ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି,କଳା,ସାହିତ୍ୟ,ସଙ୍ଗୀତରେ ଉନ୍ନତି, ଯାନ୍ତ୍ରିକ ଦ୍ରବ୍ୟଲାଭରୁ ମନ ଖୁସୀ ରହିବ। ପରିବାର ସଦସ୍ୟ ମାନଙ୍କ ସହ ହସ ଖୁସୀରେ ମସଗୁଲ୍‌ ରହିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଖଟାଇ କାମ ହାସଲ କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟ କିମ୍ବା ପରିବହନରେ କିଛିଟା ଝଟକା ଲାଗିପାରେ। ଯାହା ପାଇବେ ତାହାଠାରୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ। ଅବହେଳା ବଶତଃ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ।
ମିଥୁନ
ମିଥୁନ
ଆଜି ସକାଳୁ ଦେହଟା ଟିକିଏ ଭଲ ଲାଗି ନପାରେ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ ପାଇଁ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ।
କର୍କଟ
କର୍କଟ
ପାରିବାରିକ ସଦ୍‌ଭାବ ସଙ୍ଗକୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ଯୋଗୁଁ ଆଶ୍ୱସ୍ଥି ଲାଭକରିପାରନ୍ତି। ପାଖ, ପଡୋଶୀ ଓ ନିକଟସମ୍ପର୍କୀୟ ମାନଙ୍କ ସହଯୋଗ କାମକୁ ଆଗକୁ ବଢାଇ ନେବାରେ ସାହାଯ୍ୟ କରିବ। ତଥାପି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ।
ସି˚ହ
ସି˚ହ
ପାରିବାରିକ ସମସ୍ୟା କାରଣରୁ ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ବ୍ୟବସାୟ,ନିର୍ମାଣ,ଗୃହ ଜମି.ପରିବହନ ପ୍ରଭୃତିରେ ସମସ୍ୟା ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
କନ୍ୟା
ଯେଉଁ କାମଆରମ୍ଭ ଓ ଶେଷର ମଧ୍ୟବର୍ତୀ ସମୟ ଆପଣଙ୍କ ପାଇଁ ଟେନ୍ସନର କାରଣ ପାଲଟିବ। ଆର୍ଥିକ ସ୍ଥିତି ଓ ବୈଷୟିକ ସମୃଦ୍ଧିର ଅଭାବ ନଥିଲେ ମଧ୍ୟ ମାନସିକ ସ୍ଥିରତା ରହିନପାରେ। କିନ୍ତୁ ଲେଖାପଢ଼ା ,ପ୍ରକାଶନ.ପ୍ରଶାସନ,ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ମାନସିକ ସ୍ତରରେ ବିରକ୍ତି ଅନୁଭବ ଜନିତ ଅନ୍ୟମାନଙ୍କୁ ମଧ୍ୟ ବାଧିଲାଭଳି କଥା କହିବା ଦ୍ୱାରା ସମ୍ପର୍କ ନଷ୍ଟ ହୋଇପାରେ। ସାମୁହିକ କାର୍ଯ୍ୟକ୍ରମରେ ସାମିଲ ହୋଇ ବନ୍ଧୁ ଗହଣରେ ଅଧିକାଂଶ ସମୟ କଟଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପ ରେ ସାମୟିକ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ପରିବାରର ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶକାଂଗ୍ରସ୍ଥ ହୋଇପାରନ୍ତି। ନିଜ ଘର ଲୋକ ମାନଙ୍କ ଅପେକ୍ଷା ବାହାର ଲୋକ ମାନଙ୍କର ସହଯୋଗ ବିଶେଷ ପରିମାଣରେ ରହିବ।
ଧନୁ
ଧନୁ
ଏକାକୀ ରହିଲେ ଏକାଧିକ ବିଷୟର ଚିନ୍ତା ମନକୁ ବିବ୍ରତ କରାଇବାର ଆଶଙ୍କା ରହିଛି। ଆପଣଙ୍କ କଥାକୁ ବନ୍ଧୁ ବିଶ୍ୱାସ କରିବେ ନାହିଁ,ଆଗରେ କିଛି ନକହି ପଛରେ ବିଭିନ୍ନ ପ୍ରକାରର ସମାଲୋଚନା ମୂଳକ କଥା କହିବେ। କେତେକ କ୍ଷେତ୍ରରେ ନିଜ ଲୋକ ମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢାଇଦେବେ।
ମକର
ମକର
ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ। ପାରିବାରିକ କ୍ଷେତ୍ରରେ କୈାଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। କାହାର କଥାରେ ଭାସି ନଯାଇ ବିଚାରପୂର୍ବକ କାମ ନକଲେ ହଇରାଣ ହେବାକୁ ପଡିପାରେ।
କୁମ୍ଭ
କୁମ୍ଭ
ପରିସ୍ଥିତିର ବିଡମ୍ବନା କାରଣରୁ କର୍ମକ୍ଷେତ୍ରରେ ଧିମେଇ ଧିମେଇ ଗତି କରିବାକୁ ପଡିପାରେ। ପାରିବାରିକ ସ୍ଥିତି ବିଶେଷ ପ୍ରୀତିଦାୟକ ରହିବ ଏବଂ ବନ୍ଧୁ ମିଳନ ଜନିତ ଆନନ୍ଦ ଅନୁଭବ କରିପାରନ୍ତି। ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ ନକଲେ କୈାଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ମୀନମୀନ
ଆଜିର ଦିନଟି ସାମଗ୍ରୀକ ଦୃଷ୍ଟିକୋଣରୁ ବିଶେଷ ଅନୁକୂଳ ରହିବ କିନ୍ତୁ ପରକଥାରେ ପଡି ଘର ଲୋକଙ୍କୁ ଅବିଶ୍ୱାସ କଲେ ଓଲଟାଫଳ ପାଇବେ। ନିଜର ସଂଯମିତ କଥାବାର୍ତା ସମସ୍ୟା ସମାଧାନ କରି ସମ୍ମାନ ଦାନରେ ସାହାଯ୍ୟ କରିବ। କିନ୍ତୁ ବୀପରିତ ଆଚରଣ ପ୍ରତିକୂଳ ବାତାବରଣକୁ ଡାକି ଆଣିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଅପୂରଣୀୟ ଅଭିଳାଷ ସାଙ୍ଗକୁ ମାନସିକ ଅବସାଦ ଜନିତ ଡିପ୍ରେସନ ଲାଗି ରହିବ। ନୀଚଜାତିର କୌଣସି ବ୍ୟକ୍ତିଙ୍କ ସହ କଳହ ସମ୍ଭାବନା ରହିଛି। ଦୂରଦର୍ଶିତା ବିହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri