Posted inRasifala

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ
ଉଚ୍ଚରାଶିରେ ଚନ୍ଦ୍ର ଥିବାରୁ ଖୁସି ମନରେ କାମ କରିବେ ଏବଂ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଘରେ ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
ବୃଷ
ବୃଷ
ବନ୍ଧୁଙ୍କୁ ଦେଇଥିବା ଅର୍ଥପ୍ରାପ୍ତିରେ ବିଳମ୍ବ କଳହର କାରଣ ପାଲଟି ଯାଇପାରେ ା ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସି ପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିପାରେ। ବନ୍ଧୁଙ୍କ କାମରେ ସହଯୋଗକରି ଆମତ୍ତୃପ୍ତି ଲାଭ କରିପାରନ୍ତି।
ମିଥୁନ
ମିଥୁନ
ଏକାଧିକ ରାଶିରେ ରହିଥିବାରୁ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତିି ସେଥିରେ ବହୁ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ବିଳମ୍ବରେ ସଫଳତା ପାଇବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।
କର୍କଟ
କର୍କଟ
ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବା ସମ୍ଭାବନା ରହିଛି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ନିଜର ବିଚକ୍ଷଣତା ପ୍ରଭାବରେ ଆଲୋଚନା ପରିସରରେ କିମ୍ବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ା ଭୁଲ୍‌ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଚନ୍ଦ୍ରଙ୍କ ପ୍ରଭାବରୁ ଆଜି ସକାଳୁ ସକାଳୁ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆମତ୍ୀୟସ୍ବଜନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଆଇନ ଅଦାଲତରୁ ସୁଫଳ ପାଇବେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରିନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମ ଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ଅତୀତ ଘଟଣାକୁ ମନରେ ସ୍ଥାନ ଦେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିପାରେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ମନମୁଖି ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ରଚନାମତ୍କ କାର୍ଯ୍ୟ,ସାହିତ୍ୟ ଚର୍ଚ୍ଚା, ସଭାସମିତିରେ ସଫଳତା ପାଇବେ।
ଧନୁ
ଧନୁ
ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଯାତ୍ରା ସମୟରେ କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ ଧାତୁ, ଅଳଙ୍କାର, ବସ୍ତ୍ରଭୂଷଣାଦି ଲାଭ କରିପାରନ୍ତି।
ମକର
ମକର
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ, କିନ୍ତୁ କାମ ଅଟକିବ ନାହିଁ । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟିର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ସରକାରୀ କାମରେ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଜାଣିଶୁଣି ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗବିଳାସ ଓ ହସ ଖୁସିରେ ଅତିବାହିତ ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। ଦେବଦର୍ଶନର ସୁଯୋଗ ପାଇବେ। ଅଯଥା ଗୁଡ଼ାଏ କାଳ୍ପନିକ ବିଷୟବସ୍ତୁକୁ ନେଇ ମନକୁ ଭାରାକ୍ରାନ୍ତ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri