Posted inRasifala

ରାଶିଫଳ: ରବିବାର, ଜୁନ୍‍ ୨ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଅନ୍ତରଙ୍ଗ ବନ୍ଧୁଙ୍କ ଅଶାନ୍ତ ମନ ଦେଖି ନିଜେ ଚିନ୍ତିତ ହୋଇପାରନ୍ତି।
ବୃଷ
ବୃଷ
ସମସ୍ୟା ଲାଗି ରହିବା ଯୋଗୁ ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା, କ୍ରନିକ୍‌ ରୋଗପୀଡ଼ା ଓ ପାରିବାରିକ ମତାନ୍ତରଜନିତ ସାମୟିକ ଚିନ୍ତିତ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ନିଜ ବନ୍ଧୁମାନଙ୍କୁ ଆପଣେଇନେବାରେ ସମର୍ଥ କରାଇବ। ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତ ପ୍ରକଟ କରି ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଯମର ଅଭାବ ଓ ଯାତ୍ରାରେ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଯାତ୍ରା ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ନ ମିଶିବା ଫଳରେ ଆଲୋଚନା ଅମୀମାଂସିତ ରହିବ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଓ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିବ। ସଭାସମିତିରେ ଅପ୍ରିୟ ସତ୍ୟକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ସାହିତ୍ୟ,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପ୍ରତିବନ୍ଧକ ହେତୁ ବାଣିିଜ୍ୟ,ବ୍ୟବସାୟ, ନୂତନ କର୍ମାରମ୍ଭ କିମ୍ବା ଯାତ୍ରା ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସମସ୍ୟାଗ୍ରସ୍ତ ହେବେ।
କନ୍ୟା
ଲକ୍ଷ୍ୟ ପୂରଣ ଦିଗରେ ସହକର୍ମୀମାନଙ୍କ ଅସହଯୋଗ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ଅସମ୍ମାନିତ ହୋଇ ଦୁଃଖ ପ୍ରକାଶ କରିପାରନ୍ତି। ଅର୍ଥ ଦେବା ନେବାକୁ କେନ୍ଦ୍ରକରି ବନ୍ଧୁମାନଙ୍କ ମଧ୍ୟରେ ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ଓ କର୍ମକ୍ଷେତ୍ରରେ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବା ଆଶା ରହିଛି। ପ୍ରଶାସନିକ ସ୍ତରରେ ସହକର୍ମୀଙ୍କ ଅନୁପସ୍ଥିତିରୁ କର୍ମପ୍ରବାହ ବିଳମ୍ବିତ ହୋଇପାରେ।
ବିଛା
ବିଛା
ଏଇ କେତେଦିନ ହେଲା ଯାହା ଖୋଜୁଛନ୍ତି ଓ ଆଶା କରୁଛନ୍ତି ଆଜି ଅବଶ୍ୟ ପାଇବା ଆଶା ରହିଛି। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବା ସକାଶେ ଦିନଟି ବହୁତ ଭଲ। କଳା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ଭ୍ରମଣ ସୁଯୋଗ ଜୁଟିବ। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ କିମ୍ବା ଆତ୍ମୀୟମାନେ ପାଖ ମାଡ଼ିବେ ନାହିଁ।
ମକର
ମକର
ଦୈହିକ ଅସୁସ୍ଥତା ମାନସିକ ସୁସ୍ଥତାକୁ କ୍ଷୁଣ୍ଣ କରିବା ହେତୁ କୌଣସି କାମରେ ମନ ଲାଗିବ ନାହିଁ। ପ୍ରିୟଜନଙ୍କ ଅନୁପସ୍ଥିତି ମନରେ ଗଭୀର ଦୁଃଖ ଦେଇପାରେ। ପାଖ,ପଡ଼ୋଶୀଙ୍କ କଥାରେ ପ୍ରଭାବିତହୋଇ କୌଣସି କାମ ପାଇଁ ଆଗଭର ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ ଋଣ ପରିଶୋଧ କରିବାରେ ପଛେଇଯିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା, ଶୁଭକାର୍ଯ୍ୟାରମ୍ଭ,ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସାଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢ଼ିବା ବ୍ୟତୀତ ଲାଭ କିଛି ହେବନି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନମୀନ
ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିବା ଆଶା କରାଯାଇପାରେ। ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାକି ରହିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା ଆଶଙ୍କା ରହିଛି। ବ୍ୟବସାୟରେ ଲାଭ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri