ମେଷ


ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ସମ୍ପର୍କିତ ଆଲୋଚନାରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ସାଧାରଣ କଥାରେ ସ୍ବାମୀଙ୍କ ସହ ଯୁକ୍ତିତର୍କ କରି ଅଶାନ୍ତ ରହିବେ।
ବୃଷ


କୌଣସି କାମ ଠିକ୍ ସମୟରେ ନ ହେବା କାରଣରୁ ମନଦୁଃଖ ନ କରି ଓ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମିଥୁନ


ଦୀର୍ଘଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଉଚ୍ଚଶିକ୍ଷା,ସନ୍ତାନଙ୍କ ସମସ୍ୟା, ଯାନ୍ତ୍ରିକ ତ୍ରୁଟି, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାର କାମରେ ମନୋନିବେଶ କରିପାରନ୍ତି।
କର୍କଟ


ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଖଳଲୋକ ମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ଏବଂ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ସି˚ହ


ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ। ବନ୍ଧୁଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼କରିବାକୁ ପଡ଼ିପାରେ।
କନ୍ୟା


ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁତାର ଅବସାନ ଘଟିବା ସାଙ୍ଗକୁ ହଠାତ୍ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିପାରେ।
ତୁଳା


ବହୁ ପୂର୍ବରୁ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍ ଘରେ ବନ୍ଧୁମିଳନର ଆୟୋଜନ କରିପାରନ୍ତି। ଆତ୍ମୀୟମାନଙ୍କଠାରୁ ସ୍ନେହ ଶ୍ରଦ୍ଧା ଓ ଅନୁରକ୍ତି ଲାଭ କରିବେ। ବିବାଦୀୟ ଘଟଣାର ଦିଗ ହଠାତ୍ ବଦଳି ଯାଇପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ବିଛା


ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡ଼ିବା ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିସ୍ଥିତିବଶତଃ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆକସ୍ମିକ ଭାବରେ ବହୁ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ


ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ନିଜ ପାରିବାରିକ ଉନ୍ନତି ଦିଗରେ ଚେଷ୍ଟିତ ହେବେ। କର୍ମକ୍ଷେତ୍ର, ସଭାସମିତି, ରାଜନୈତିକ ସ୍ଥିତିରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମକର


ପରିବାର ଭିତରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସମସ୍ୟା ଆସିବ, କିନ୍ତୁ କାମ ଅଟକିବ ନାହିଁ।
କୁମ୍ଭ


ସକାଳୁ ସକାଳୁ ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ଯାତ୍ରାକାଳରେ ଯାନବାହନରେ ସତର୍କତା ରକ୍ଷା କରିବା ଭଲ। କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ।
ମୀନ

ବନ୍ଧୁଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ। ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି। ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ।

