Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। କୃଷି, ବାଣିଜ୍ୟ, ବ୍ୟବସାୟ, ଯାତ୍ରା ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଆପଣଙ୍କ କର୍ମକ୍ଷେତ୍ରରେ ସମସ୍ୟାକୁ ସୁଧାରିନେବା ପାଇଁ ପ୍ରଯନତ୍ କରିବେ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଗୃହ ନିର୍ମାଣ କିମ୍ବା ସାଜସଜ୍ଜା ଅଥବା ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗିରହିବ।
ମିଥୁନ
ମିଥୁନ
ରବିଙ୍କ ସ୍ଥିତି ପ୍ରଭାବରେ ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭକରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟିକୁ ଏ ଯାଏଁ ଆପଣ କରିପାରୁ ନ ଥିଲେ ଆଜି ଅପରାହ୍ନରେ ତାହା ସୁବିଧାରେ ହୋଇଯିବ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିବ।
କର୍କଟ
କର୍କଟ
ରାଶିରେ ରାଜଯୋଗ ସଂଘଟିତ ହୋଇଥିବାରୁ ଗତକାଲିଠାରୁ ଯାହା କରିବା ପାଇଁ ଚିନ୍ତା କରିଥିଲେ ଆଜି ସେଥିରେ ସଫଳତା ହାସଲ କରିବେ। ଅର୍ଥ ସମ୍ପର୍କିତ ଆଲୋଚନା,ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରିନେଇପାରନ୍ତି।
ସି˚ହ
ସି˚ହ
ସ୍ବସ୍ଥାନହନ୍ତା ବୃହସ୍ପତି ପରିବାର ସ୍ଥାନରେ ଥିବାରୁ ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପରିବର୍ତ୍ତିତ ମନୋଭାବରୁ କିଛିଟା ହଇରାଣ ହୋଇପାରନ୍ତି। ଆତ୍ମୀୟମାନଙ୍କ ମଧ୍ୟରେ ଟଙ୍କା ପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ।
କନ୍ୟା
ଚନ୍ଦ୍ର ଓ ବୃହସ୍ପତିଙ୍କ ଦୃଷ୍ଟିଗତ ସମ୍ପର୍କ ଆପଣଙ୍କ ପ୍ରତ୍ୟେକ କାମ ପାଇଁ ସାହାଯ୍ୟକାରୀ ହେବେ। ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଅର୍ଥନୈତିକ, ସାମାଜିକ, ଆନୁଷ୍ଠାନିକ କ୍ଷେତ୍ର ସକାଶେ କୌଣସି ଅସୁବିଧା ସୃଷ୍ଟି ହେବନାହିଁ। କିନ୍ତୁ ବିଷମ ପରିସ୍ଥିତିରେ ସହକର୍ମୀଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ଅଷ୍ଟମସ୍ଥ ଚନ୍ଦ୍ର ଆପଣଙ୍କ ଜଟିଳ ପରିସ୍ଥିତିକୁ ସଜାଡ଼ି ନେବାରେ ସହାୟକ ହେବ। ଅବଶ୍ୟ ସାମୟିକ ଅସ୍ଥିରତା ସାଙ୍ଗକୁ ଆର୍ଥିକ ବ୍ୟୟବହୁଳତା ମନକୁ ଭାରାକ୍ରାନ୍ତ କରିପାରେ। ସ୍ବାତୀର ହାତ ଖାଲି ରହିବ ନାହିଁ, ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
ବିଛା
ବିଛା
ଗ୍ରହ ସ୍ଥିତିର ଅନୁକୂଳତା ଆପଣଙ୍କ ଯାତ୍ରା, ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ, ନୂତନ ବନ୍ଧୁଙ୍କ ଆତିଥ୍ୟଜନିତ ମନକୁ ଖୁସି ରଖିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ସଭାସମିତି, ଶିକ୍ଷା, ପରୀକ୍ଷା, ଋଣ ସଂଗ୍ରହ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ତୃତୀୟାଧିପ ରାଶିରେ ରହିଥିବାରୁ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ା ଅଷ୍ଟମସ୍ଥ ରବି ଯୋଗୁ ଅଫିସରଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ମାଲିମକଦ୍ଦମାରେ ମନ ଅଶାନ୍ତ ରହିବ ।
ମକର
ମକର
ମାନସିକ ସ୍ତରରେ ଖୁସି ଅନୁଭବ କରିବା ସହ ମନୋରଞ୍ଜନ ଦିଗକୁ ମନ ଢଳିପାରେ। ପରୋକ୍ଷ ଶତ୍ରୁତା, ଧାରକରଜ, ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବା ଆଶଙ୍କା ରହିଛି। ଆପଣଙ୍କ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା ରଟନା କରିପାରନ୍ତି। ଅଫିସରେ କଳହ ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ବକ୍ରୀ ଶନି କେତୁଯୁକ୍ତ ହୋଇ ରାଶିକୁ ଅବଲୋକନ କରୁଥିବାରୁ ସବୁ ଭଲ ଥିଲେ ମଧ୍ୟ ମାନ୍ଦା ବେପାର,ବନ୍ଧୁଙ୍କ ଶତ୍ରୁତା,ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ। ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବ ବନ୍ଧୁ କିଛି ଖବର ନେଇ ଆସିବେ। ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ,ନୂତନ ପ୍ରକଳ୍ପ ସ୍ଥଗିତ ରହିପାରେ।
ମୀନମୀନ
ବିଭିନ୍ନ ପ୍ରକାର ସ୍ଥଗିତ କାର୍ଯ୍ୟ ନେଇ ଚିନ୍ତିତ ରହିପାରନ୍ତି, ମାତ୍ର ଦିନଟି ଆର୍ଥିକ ଦୃଷ୍ଟିକୋଣରୁ ମନ୍ଦ ହେବନି। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ, କିନ୍ତୁ ଗୁରୁତର ହେବନି। କୌଣସି ଜଣେ ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବା ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri